-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ରାଜ୍ୟପାଳ, ବିଭାଗୀୟ ମନ୍ତ୍ରୀ, ପ୍ରମୁଖ ସାଶନ ସଚିବ ଏବଂ ନିର୍ଦ୍ଦେଶକଙ୍କ ସହ ଆଲୋଚନା ଓ ଦାବୀପତ୍ର ପ୍ରଦାନ ଦାବୀପୁରଣ ନହେଲେ ବ୍ଲକ, ଜିଲ୍ଲା ଓ ରାଜ୍ୟ ସ୍ତରରେ ଆନ୍ଦୋଳନକୁ ବ୍ୟାପକ କରାଯିବ

16-Nov-2022



ଭୁବନେଶ୍ୱର(ପ୍ରେରଣା ଖବର) ଓଡିଶା ରାଜ୍ୟତମାମ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ବହୁବିଧ ମୌଳିକ ସମସ୍ୟା ଗୁଡିକର ସମାଧାନ ପାଇଁ ରାଜ୍ୟର ଅଗ୍ରଣୀ ଅନୁଷ୍ଠାନ ଓଡିଶା ସାମ୍ବାଦିକ ସଂଘ (ଓ.ଜେ.ୟୁ.) ରାଜ୍ୟ କାର୍ଯ୍ୟକାରୀ କମିଟି ପକ୍ଷରୁ ଆଜି ଜାତୀୟ ପ୍ରେସ ଦିବସ ଅବସରରେ   ଏକ ବିକ୍ଷୋଭ ଶୋଭାଯାତ୍ରା ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ ଛକ କଂଗ୍ରେସ ଭବନ ନିକଟରୁ ଲୋୟର ପିଏମଜି ଛକ ପର୍ଯ୍ୟନ୍ତ ଯିବା ସହିତ ଧାରଣା ପ୍ରଦର୍ଶାନ କରାଯାଇ ମହାମାନ୍ୟ ରାଜ୍ୟପାଳ ଡ. ଗଣେଶୀ ଲାଲ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ପ୍ରମୁଖ ସାଶନ ସଚିବ ସଂଜୟ ସିଂହ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ପ୍ରମୁଖଙ୍କ ସହିତ ପ୍ରତିନିଧି ମଣ୍ଡଳି ଯାଇ ଆଲୋଚନା କରିବା ସହ ଦାବୀପତ୍ର ପ୍ରଦାନ କରାଯାଇଥିବାର ଜଣା ଯାଇଛି । ଓଡିଶା ସାମ୍ବାଦିକ ସଂଘ (ଓଜେୟୁ)ର ଦାବୀ ଗୁଡିକ ମଧ୍ୟରେ ରାଜ୍ୟରେ ସ୍ଵତନ୍ତ୍ର ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରାଯିବା ସହ ଦୋଷୀ ମାନଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା, ସାମ୍ବାଦିକ ମାନଙ୍କ ପାଇଁ ଉଦ୍ଦିଷ୍ଟ ସ୍ଵାସ୍ଥ୍ୟ ବୀମା ରାଶି ବାର୍ଷିକ ୨ଲକ୍ଷ ଟଙ୍କାରୁ  ଅନ୍ୟୁନ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା, ମୃତ୍ୟୁ କାଳୀନ ଆର୍ଥିକ ସହାୟତା ରାଶି ୪ଲକ୍ଷ ଟଙ୍କାରୁ ଅନ୍ୟୁନ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ସହ ଟର୍ମ ଏଣ୍ଡ କଣ୍ଡିସନ ନରଖିବା, ସମ୍ବେଦନଶୀଳ ଘଟଣା ବା ସ୍ଥାନରେ କାର୍ଯ୍ୟ କରିବା ପାଇଁ ଆଦର୍ଶ ମାର୍ଗଦର୍ଶିକା କାର୍ଯ୍ୟାବଳୀ (ଏସଓପି) ପ୍ରଣୟନ କରି ସାମ୍ବାଦିକ ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବା, ଅବସର ପରେ ସାମ୍ବାଦିକ ମାନଙ୍କୁ ଅବସର କାଳୀନ  ଭତା ପ୍ରଦାନ କରାଯିବା, ସରକାରଙ୍କ ଦ୍ଵାରା ଘୋଷିତ ସାମ୍ବାଦିକଙ୍କ ନିମନ୍ତେ ବ୍ୟାଙ୍କ ଋଣ ପ୍ରଦାନ ଜନୀତ ବିଧି ବ୍ୟବସ୍ଥାର ସରଳିକରଣ କରାଯିବା, ସାମ୍ବାଦିକ ଅଧିସ୍ଵୀକୃତି ନୀତିର ସରଳିକରଣ କରି ଜିଲ୍ଲା, ଉପଖଣ୍ଡ, ବ୍ଲକ ସ୍ତର ପର୍ଯ୍ୟନ୍ତ ସାମ୍ବାଦିକଙ୍କୁ ସାମିଲ କରାଯିବା, ବ୍ଲକ, ଉପଖଣ୍ଡ, ଜିଲ୍ଲା ସ୍ତରରେ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ରିହାତି ଦରରେ ସରକାରୀ ଘରଭଡା ଯୋଗାଇ ଦିଆଯିବା, କିମ୍ବା ପ୍ରେସ କଲୋନୀ ପ୍ରତିଷ୍ଠା କରି ଗୃହ ଯୋଗାଇ ଦିଆଯିବା, 
ଗଣମାଧ୍ୟମ ସଂସ୍ଥାମାନଙ୍କୁ ପ୍ରଦାନ କରାଯାଉଥିବା ସରକାରୀ ବିଜ୍ଞାପନ ରାଶିରୁ ଅତିକମରେ ୨ ପ୍ରତିଶତ ରାଶି ଲେଭି ଆଦାୟ କରି ସାମ୍ବାଦିକ କଲ୍ୟାଣ ପାଣ୍ଠି ମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କର କଲ୍ୟାଣରେ ବିନିଯୋଗ କରାଯିବା, ସାମ୍ବାଦିକଙ୍କ ବୃତିଗତ, ସାମାଜିକ, ଅର୍ଥନୈତିକ, ପାରିବାରିକ, ଗୋଷ୍ଠୀଗତ, ଅନୁଷ୍ଠାନିକ ଆଦି ସୁରକ୍ଷା ଦିଗରେ ବୈଚାରିକ ସମନ୍ଵୟ ରକ୍ଷା ନିମନ୍ତେ ରାଜ୍ୟ ସ୍ତରରେ ବିଭିନ୍ନ କମିଟି ଗଠନ କରାଯାଇ ସେହି କମିଟି ମାନଙ୍କରେ ରାଜ୍ୟର ଅଗ୍ରଣୀ

ସାମ୍ବାଦିକ ସଂଗଠନର ମୁଖ୍ୟ ବା ପ୍ରତିନିଧି ମାନଙ୍କୁ ସ୍ଥାନ ଦିଆଯିବା ଆଦି ଦାବୀ ଉପସ୍ଥାପନ କରାଯାଇଛି । 
ଏହି ବିକ୍ଷୋଭ ଶୋଭାଯାତ୍ରାରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ)ର ରାଜ୍ୟ ସଭାପତି ଶଶି ଭୁଷଣ ପ୍ରହରାଜଙ୍କ  ପ୍ରତକ୍ଷ୍ୟ ତତ୍ୱାବଧାନ କ୍ରମେ ରାଜ୍ୟ କମିଟିର ସାଧାରଣ ସମ୍ପାଦକ କେ. ଶ୍ରୀନିବାସ ରାଓ, ଉପସଭାପତି ଦୀପକ କୁମାର ନାୟକ, ରମଣି ରଂଜନ ଦାସ, ସୁଶାନ୍ତ ମହାପାତ୍ର, ସଂଗଠନ ସମ୍ପାଦକ ଦୂର୍ଯ୍ୟଧନ ମହାରଣା, ସହ ସମ୍ପାଦକ ରାଜକିଶୋର ତ୍ରିପାଠୀ, ବାଙ୍କ ବିହାରୀ ବିଶୋଇ, କୋଷାଧ୍ୟକ୍ଷ ଅରୁଣ କୁମାର ଷଡଙ୍ଗୀ ନେତୃତ୍ୱରେ ସମସ୍ତ ଜିଲ୍ଲାର ଜିଲ୍ଲା ସଭାପତି ସମ୍ପାଦକ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦଶ୍ୟ ମାନେ ଯୋଗଦେଇ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିଲେ । ଲଲୋୟର ପିଏମଜି ଠାରେ ଆୟୋଜିତ ଧାରଣା ସ୍ଥଳ ପଥପ୍ରାନ୍ତ ସଭାରେ ରାଜ୍ୟ କର୍ମକର୍ତା ମାନଙ୍କ ସହିତ ଜିଲ୍ଲା କର୍ମକର୍ତା ମାନେ ସରକାର ସାମ୍ବାଦିକ ମାନଙ୍କର ନ୍ୟାର୍ଯ୍ୟ ଦାବୀ ଗୁଡିକୁ ଅବିଳମ୍ବେ ପୁରଣ ନକଲେ ଆଗାମୀ ଦିନରେ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତର ରେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ନିଷ୍ପତି ଗ୍ରହଣ କରାଯାଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like