-+91-9937148622 |
prerana_bgr@rediffmail.com |
Sunday 27th September 2026 |
R.N.I. Regd No. ODIODI/2010/46693
Breaking News
02-Dec-2020
(ପ୍ରେରଣା ଖବର): କୁଲ୍ଲୁ ୨/୧୧: ଫିଲ୍ମ ଅଭିନେତା ଏବଂ ଭାରତୀୟ ଜନତା ପାର୍ଟି (ବିଜେପି)ର ଗୁରଦାସପୁର ସାଂସଦ ସନି ଦେଓଲ୍ କରୋନାରେ ସଂକ୍ରମିତ ହୋଇଛନ୍ତି। ହିମାଚଳ ପ୍ରଦେଶର ସ୍ବାସ୍ଥ୍ୟ ସଚିବ ମଙ୍ଗଳବାର ସନି ଦେଓଲ୍ କରୋନାରେ ସଂକ୍ରମିତ ହେବା କଥା ଜଣାଇଛନ୍ତି।ହିମାଚଳ ପ୍ରଦେଶର ସ୍ବାସ୍ଥ୍ୟ ସଚିବ ଅମିତାଭ ଅଓ୍ବସ୍ଥି କହିଛନ୍ତି ଯେ ଅଭିନେତାରୁ ନେତା ହୋଇଥିବା ସନି ଦେଓଲ୍ ଗତ କିଛି ଦିନ ହେବ କୁଲ୍ଲୁରେ ରହୁଥିଲେ।ସ୍ବାସ୍ଥ୍ୟ ସଚିବ ଅମିତାଭ ସମାଚାର ଏଜେନ୍ସି ପିଟିଆଇକୁ କହିଛନ୍ତି ଯେ କୁଲ୍ଲୁର ମୁଖ୍ୟ ଚିକିତ୍ସା ଅଧିକାରୀ ଦ୍ବାରା ଦିଆଯାଇଥିବା ସୂଚନା ଅନୁସାରେ,ସନି ଦେଓଲ୍ ଏବଂ ତାଙ୍କ ବନ୍ଧୁ ମୁମ୍ବାଇ ବାହାରିବାକୁ ଯୋଜନା କରିଥିଲେ। କିନ୍ତୁ ମଙ୍ଗଳବାର ସେ କରୋନାରେ ସଂକ୍ରମିତ ହୋଇଯାଇଥିଲେ।୬୪ବର୍ଷୀୟ ବଲିଉଡ ଅଭିନେତା ସନି ଦେଓଲ୍ କିଛି ଦିନ ତଳେ ମୁମ୍ବାଇରେ କାନ୍ଧର ସର୍ଜରୀ କରିଥିଲେ ଏବଂ ସେ କୁଲ୍ଲୁ ଜିଲ୍ଲାର ମନାଲି ପାଖରେ ଏକ ଫାର୍ମହାଉସରେ ଥିଲେ।