-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ମହାନଗର

ସମ୍ବଲପୁର ମହୋତ୍ସବ ଉଦ୍‌ଯାପିତ

25-Nov-2022



ସମ୍ବଲପୁର: ସମ୍ବଲପୁର ସାଂସ୍କୃତିକ ପରିଷଦ ପକ୍ଷରୁ ଅଇଁଠାପାଲି ବିର୍ସା ମଇଦାନର ଭାଗବତ ନନ୍ଦ ମଂଚରେ ଆୟୋଜିତ ସମ୍ବଲପୁର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଥଣ୍ଡା ହେଉଥିବା ସତ୍ତ୍ବେ ଲୋକେ ମ‌ହୋତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେଇଥିଲେ I ଗୁରୁବାର ମଧ୍ୟ ଲୋକଗୀତ ସହିତ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ। ରବୀନ୍ଦ୍ର ପଣ୍ଡା ‘ମା ଗୋ ମା ମୋର ସମଲେଇ’, ରାଜକୁମାର ଜାଲ‘ ଆମର କଥାଟା ସୁନ୍ଦର, ଆମର ଭାଷାଟା ମଧୁର’ ଗାଇ ଦର୍ଶକଙ୍କୁ ବିମୋହିତ କରଥିଲେ। ଜଣାଶୁଣା କଣ୍ଠଶିଳ୍ପୀ ଉମାକାନ୍ତ ବାରିକଙ୍କ ଗୀତ ସହିତ ବିଭିନ୍ନ ସ୍ଥାନରୁ ଆସିଥିବା ଲୋକନୃତ୍ୟ ଦଳଗୁଡ଼ିକୁ ‌ଲୋକେ ବେଶ୍‌ ପସନ୍ଦ କରିଥିଲେ I ଉଦ୍‌ଯାପନୀ ସମାରୋହରେ ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ, ସମ୍ବଲପୁର କଳା ସଂସ୍କୃତି ମହାନ ଅଟେ। ପୁରୁଣା ଲୋକକଳାଙ୍କୁ ଉଜ୍ଜ୍ବୀବିତ କରିବା ପାଇଁ ଅଧିକ ଗବେଷଣାର ଆବଶ୍ୟତା ରହିଛି I ଏହି ଭାଷା, କଳା ସଂସ୍କୃତି ଗବେଷଣା ନିମନ୍ତେ ସମ୍ବଲପୁରରେ ଏକ ଗବେଷଣା କେନ୍ଦ୍ର ସ୍ଥାପିତ ହେବା ଜରୁରୀ। ଗବେଷଣା କେନ୍ଦ୍ର ସ୍ଥାପନ ନିମନ୍ତେ ସମସ୍ତେ ମିଳିମିଶି ଉଦ୍ୟମ କରିବା ଦରକାର ବୋଲି ପଦ୍ମଶ୍ରୀ ଶ୍ରୀ ଗୌନ୍ତିଆ ମତବ୍ୟକ୍ତ କରିଥିଲେ। ଗୁରୁ ରମେଶ ଗୁର୍ଲା, ସୁରେନ୍ଦ୍ର ସାହୁ ଓ ଅନନ୍ୟା ନାୟକ ମଧ୍ୟ ଅତିଥି ଭାବେ ମଂଚାସୀନ ଥିଲେ। ଆଜି ମଧ୍ୟ ଫେସନ ସୋ’ ଲୋକଙ୍କ ମନକୁ ଛୁଇଁ ଥିଲା। ଆଜି ଭିସୁଟ୍‌ର କୁଳପତି ପ୍ରଫେସର ବଂଶୀଧର ମାଝୀଙ୍କ ସହିତ ଶିବ ନାରାୟଣ ଶତପଥୀ, ଦୁର୍ଗା ପଣ୍ଡା ଏବଂ କ୍ରିଷ୍ଣା ପଟେଲ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ପ୍ରଫେସର ଶଙ୍କର ପ୍ରସାଦ ପତି ଓ ଦୁର୍ଗାପ୍ରସାଦ ନାଥଙ୍କୁ ଲୋକଶ୍ରୀ ସମ୍ମାନ, ବାଦ୍ୟଶିଳ୍ପୀ ଗରିବ ସୁନା ଏବଂ ବାଦ୍ୟଶିଳ୍ପୀ ମଗଶିର ଢୁଲିଆଙ୍କୁ ଉରୁକୁଲୁ ଭୋରାସାଗର ଶ୍ରେଷ୍ଠ ବାଦ୍ୟକାର ସମ୍ମାନ, ଯୁବ ପ୍ରତିଭା ଭାବେ ମହମ୍ମଦ ପରଭେଜ ଅଲୀ ଖାନ, କଳା କ୍ଷେତ୍ରରେ ଗୁରୁ ରମେଶ ଗୁର୍ଲା, ସମାଜସେବା ପାଇଁ ସ୍ବାଭିମାନ, ସମ୍ବଲପୁର ଏବଂ କୋଶଳକ୍ରାନ୍ତି ସେନାକୁ ସମ୍ମାନିତ କରାଯାଇଥିଲା। ଆୟୋଜକ ସମ୍ବଲପୁର ସାଂସ୍କୃତିକ ପରିଷଦର ସଂପାଦକ ସପନ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପଦେଷ୍ଟା ଭକ୍ତପ୍ରସାଦ ନନ୍ଦ, ସଦାନନ୍ଦ ପଣ୍ଡା, ଗୋଲକ ବିହାରୀ ମିଶ୍ର, ଦୁର୍ଗା ଦାଶ, ଦୁଃଖନାଶନ ବେହେରା ପ୍ରମୁଖ ମଂଚାସୀନ ଥିଲେ। ମଳୟ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।
ସମ୍ବଲପୁରରୁ ସଂଜୀବ ପାଣିଗ୍ରାହୀଙ୍କ ରିପୋଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like