-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

ପ୍ରତିଷ୍ଠା ଦିବସ ପାଇଁ ଝଲସୁଛି ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌, ନାକ୍ ଏ++, ଗୁଣାତ୍ମକ ଶିକ୍ଷା ଓ ଗବେଷଣାକୁ ଗୁରୁତ୍ବ ଦେଉଛି ଉତ୍କଳ : କୁଳପତି

27-Nov-2022



ଭୁବନେଶ୍ବର(ପ୍ରେରଣା ଖବର ବ୍ୟୁରୋ) : ଉତ୍କଳ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଦିବସ ରବିବାର ପାଳିତ ହେବ। କ୍ୟାମ୍ପସ୍‌ ପରିସରକୁ ସଫେଇ କରାଯିବା ସହ ରଙ୍ଗବେରଙ୍ଗ ଆଲୋକମାଳାରେ ସଜାଯାଇଛି । ଉତ୍କଳ ବିଶ୍ବବିଦ୍ୟାଳୟ ୮୦ତମ ପ୍ରତିଷ୍ଠା ଦିବସ ପାଳନ କରୁଥିବାରୁ ଏହା କିଭଳି ଅଧିକ ଆକର୍ଷଣୀୟ ହେବ ସେଥିପ୍ରତି ଗୁରୁତ୍ବ ଦିଆଯାଇଛି ।

ଶିକ୍ଷା, ଗବେଷଣା, ପ୍ରଯୁକ୍ତି ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରିଥିବା ଉତ୍କଳ ବିଶ୍ବବିଦ୍ୟାଳୟକୁ ନାକ-ଏ++ ମାନ୍ୟତା କିଭଳି ମିଳିପାରିବ ସେଥିପାଇଁ ପ୍ରୟାସ ଜାରି ରହିଛି ଏବଂ ଯେକୌଣସି ସମୟରେ ନାକ୍ କମିଟି ଉତ୍କଳ ବିଶ୍ବବିଦ୍ୟାଳୟ ପରିସରକୁ ପରିଦର୍ଶନରେ ଆସି ମୂଲ୍ୟାଙ୍କନ କରିବା ସମ୍ଭାବନା ରହିଛି । ଏଥିପାଇଁ ଆମେ ପ୍ରସ୍ତୁତ ବୋଲି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଆଜି ଏଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଉତ୍କଳ ବିଶ୍ବବିଦ୍ୟାଳୟ ସର୍ବଦା ଗୁଣାତ୍ମକ ଶିକ୍ଷା ଓ ଗବେଷଣାକୁ ଗୁରୁତ୍ବ ଦେଉଛି ।

ଏଥର ଆମେ ନାକ୍ ଏ++ ମାନ୍ୟତା ପାଇବା ନେଇ ଲକ୍ଷ୍ୟ ରଖିଛୁ ବୋଲି କୁଳପତି ପ୍ରକାଶ କରିଥିଲେ। ବିଶ୍ବବିଦ୍ୟାଳୟକୁ ଡିଜିଟାଲ କ୍ୟାମ୍ପସରେ ପରିଣତ କରିବା ପାଇଁ ପ୍ରୟାସ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି, ଯାହାକି ଶିକ୍ଷା କ୍ଷେତ୍ରରେ ଗୁଣାତ୍ମକ ଗବେଷଣା ଓ ଏହାର ବିକାଶ ଦିଗରେ ସହାୟକ ହେବ । ସେହିପରି ୨୦୧୮ମସିହାରେ ପ୍ରତିଷ୍ଠା ହୋଇଥିବା ସେଣ୍ଟର ଫର ଇନୋଭେସନ ଆଣ୍ଡ ଇନକ୍ୟୁବେସନ (ସିଆଇଆଇ) ଯୋଗୁଁ ଅନେକ ଛାତ୍ରଛାତ୍ରୀ ଓ ଶିଳ୍ପଦ୍ୟୋଗୀମାନେ ଏଠାରେ ଷ୍ଟାର୍ଟଅପ୍ ଆରମ୍ଭ କରିଛନ୍ତି, ଯାହାକି ଅନ୍ୟ ଏକ ସଫଳତା। ନୂତନ ଜାତୀୟ ଶିକ୍ଷାନୀତି ୨୦୨୦କୁ ପ୍ରଣୟନ କରିବା ପାଇଁ ସମ୍ପୂର୍ଣ୍ଣ ବିଶ୍ବବିଦ୍ୟାଳୟ ପ୍ରସ୍ତୁତ ଥିବା କହିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ କୁଳସଚିବ ଡ. ଅଭୟ କୁମାର ନାୟକ, ପିଜି ହଷ୍ଟେଲ ୱାର୍ଡେନ ପ୍ରଫେସର ପ୍ରବୋଧ କୁମାର ହୋତା, ବୀତ ନୟିନ୍ତ୍ରକ୍ ନଗୌତଭ ପ୍ରଧାନ, ଛାତ୍ର ମଙ୍ଗଳ ନିର୍ଦେଶକ ପ୍ରଫେସର ମିତାଲି ଚିନ୍ନାରା, ସାମ୍ବାଦିକତା ଓ ଗଣଯୋଗାଯୋଗ ସଂଯୋଜିକା ଡ. ପ୍ରତିମା ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ ।

ଉତ୍କଳ ବିଶ୍ବବିଦ୍ୟାଳୟର ୮୦ତମ ପ୍ରତିଷ୍ଠା ଦିବସ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ପ୍ରେକ୍ଷାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। କୁଳପତି ପ୍ରଫେସର ସବିତା ଆଚାର୍ୟ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ବବଧାନରେ ଏହି କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ଭୁବନେଶ୍ବର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ)ର କାର୍ଯ୍ୟନିର୍ବାହୀ ନିର୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଶାସନ ସଚିବ ତଥା କମିଶନର ଭାସ୍କରଜ୍ୟୋତି ଶର୍ମା ସମ୍ମାନିତ ଅତିଥି ଭାବେ ଯୋଗଦେବେ।

ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ଦୁର୍ଗାଶଙ୍କର ପଟ୍ଟନାୟକ ଏବଂ କୁଳସଚିବ ଡ. ଅଭୟ କୁମାର ନାୟକଙ୍କ ସମେତ ବିଶ୍ବବିଦ୍ୟାଳୟର ଅନ୍ୟ ପଦାଧିକାରୀ ଉପସ୍ଥିତ ରହିବେ ବୋଲି ବିଶ୍ବବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like