-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସଚିବାଳୟ ସହକାରୀ ବିଭାଗୀୟ ଅଧିକାରୀମାନଙ୍କ ବୌଦ୍ଧଜିଲା କ୍ଷେତ୍ର ପରିଦର୍ଶନ

30-Nov-2022



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) : ସଚିବାଳୟରେ ନବନିଯୁକ୍ତି ପାଇଥିବା ୩୧ ଜଣ ସହକାରୀ ବିଭାଗୀୟ ଅଧିକାରୀମାନେ ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସି ପ୍ରଶାସନିକ କାର୍ଯ୍ୟକ୍ରମ ସଂପର୍କରେ ଜ୍ଞାନ ଆହରଣ କରିଛନ୍ତି । ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀକକ୍ଷଠାରେ ପାୱାର ପଏଣ୍ଟ ମାଧ୍ୟମରେ ଏହି ଅଧିକାରୀମାନଙ୍କୁ ଜିଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଅବଗତ କରାଯାଇଥିଲା । ବୌଦ୍ଧ ତହସିଲଦାର ଦେବୀ ପ୍ରସାଦ ଦାଶ ବୌଦ୍ଧଜିଲା ଭ୍ରମଣରେ ଆସିଥିôବା ସଚିବାଳୟ ସହକାରୀ ଅଧିକାରୀମାନଙ୍କୁ ସ୍ୱାଗତ କରିବାପରେ ସଂସ୍ଥାପନା ଅଧିକାରୀ ଝରଣା ପ୍ରଧାନ ସରକାରୀ କର୍ମଚାରୀଙ୍କ ପେନଶନ ବ୍ୟବସ୍ଥା,ଅଦାଲତି ମାମଲା ପରିଚାଳନା,ବନ୍ଧୁକ ଲାଇସେନ୍ସ ପ୍ରଦାନ ପ୍ରକ୍ରିୟା ସହିତ ବିଭାଗୀୟ ଦାୟିତ୍ୱ ସଂପର୍କରେ ଅବଗତ କରାଇଥିଲେ ।  ସେହିପରି ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ବିଷ୍ଣୁପ୍ରସାଦ ପ୍ରଧାନ ସାଧାରଣ ବଣ୍ଟନ ବ୍ୟବସ୍ଥା,ଅନ୍ତୋଦୟ ଯୋଜନା,ଅନ୍ନପୂର୍ଣ୍ଣା ଯୋଜନା ଓ ଖାଉଟି ସୁରକ୍ଷା ଆଇନ ସଂପର୍କରେ ସୂଚନା ପ୍ରଦାନ  କରିଥିଲେ । ଜିଲା ପ୍ରକଳ୍ପ ଅଧିକାରୀ ଜରୂରୀକାଳୀନ ବିଭାଗ ସଞ୍ଜୟ କୁମାର ଝା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସଂପର୍କରେ ପାୱାର ପଏଣ୍ଟ ମାଧ୍ୟମରେ ସୂଚନା ପ୍ରଦାନ କରିଥିଲେ । ଜିଲା ସମାଜିକ ସୂରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାରୀ ବିଭାଗୀୟ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ ।  ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅତିରକ୍ତ ଜିଲାପାଳ ଶ୍ରୀମତୀ ଦଳବେହେରା ଜିଲାପାଳଙ୍କ କାର୍ଯ୍ୟାଳୟ ପରିଚାଳନା ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଥିଲେ । ସନ୍ଧ୍ୟାରେ ସମସ୍ତ ସଚିବାଳୟ ଅଧିକାରୀ ଜିଲାର ଐତିହ୍ୟସଂପର୍ଣ୍ଣ ଗନ୍ଧରାଢୀ ପରିଦର୍ଶନ କରିବା ସହିତ ନାରାୟଣନଗର ଗ୍ରାମରେ ପହଞ୍ଚି ବୁଣାକାରମାନଙ୍କ ସହିତ ଆଲୋଚନା କରିଥିଲେ । ବୁଣାକାରମାନଙ୍କ ତନ୍ତଶାଳା,ବୁଣାକାର ସାମଗ୍ରୀ ଏବଂ ପ୍ରସ୍ତୁତ ହାତବୁଣା ଲୁଗା ଦେଖିଥିଲେ । ସେଠାରୁ ବୌଦ୍ଧ ସଂଗ୍ରହାଳୟରେ ପହଞ୍ଚି ସମସ୍ତ କକ୍ଷରେ ରଖାଯାଇଥିବା ସଂଗୃହୀତ ସାମଗ୍ରୀ ଦେଖିଥିଲେ । ବୌଦ୍ଧ ଅତିଥିଭବନଠାରେ ରାତ୍ରି ବିଶ୍ରାମ କରିବାପରେ ପରଦିନ(ମଙ୍ଗଳବାର) ସକାଳୁ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟଠାରେ ଜିଲାର ସମସ୍ତ ବିଭାଗୀୟ କାର୍ଯ୍ୟକ୍ରମ ସଂପର୍କରେ ଜିଲାପାଳ ସତ୍ୟରଞ୍ଜନ ସାହୁ  ଆଲୋଚନା କରିଥିଲେ । ବୌଦ୍ଧରୁ କନ୍ଧମାଳ ଜିଲାକୁ ଗସ୍ତ କରିବା ଅବସରରେ ସମସ୍ତ ସହକାରୀ ବିଭାଗୀୟ ଅଧିକାରୀ ହରଭଙ୍ଗା ବ୍ଲକ ଅନ୍ତର୍ଗତ ବୀରନରସିଂହପୁରଠାରେ ଥିବା ରାମକୃଷ୍ଣ ବାଳାଶ୍ରମ ପରିଦର୍ଶନ କରି ଶିଶୁମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ଅଧିକାରୀମାନଙ୍କ ସହିତ ଗାଇଡ ଅଧିକାରୀ ଭାବରେ କ୍ଷୀରୋଦ କୁମାର ନାୟକ ଓ କ୍ଷୀରୋଦ କୁମାର ବିଶ୍ୱାଳ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like