-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

03-Dec-2022



ବଲାଙ୍ଗିର(ପ୍ରେରଣା ଖବର) ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଉପଲକ୍ଷେ ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ  ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି  ଦିବସ ପାଳନ ଅବସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ତଥା ବିଭିନ୍ନ ସଂଗଠନ ର କର୍ମକର୍ତ୍ତା ମାନଙ୍କୁ ନେଇ ଏକ ରାଲି କଚେରି ଛକ ରୁ ବାହାରି ଟାଉନ ହଲ ପର୍ଯ୍ୟନ୍ତ ଆସିଥିଲା ।ଏହି   ରାଲି ରେ ରେଡକ୍ରସ ଭିନ୍ନକ୍ଷମ ବିଦ୍ୟାଳୟ ସଇଁତଳା ,ଡ଼ ହରେକୃଷ୍ଣ ମହତାବ ମାନସିକ ନ୍ୟୁନତା ସଂସ୍ଥାନ ,ଜଗତବନ୍ଧୁ ବିଶ୍ଵଭାରତୀ ଶିକ୍ଷାନିକେତନ ସାଲେପାଲି , ଏସ॰ସି॰ ଡି॰ ଟିଟିଲାଗଡ ଦୃଷ୍ଟିହୀନ,ବଧିର ବିଦ୍ୟାଳୟ, ଆଶ୍ରା ବଲାଙ୍ଗିର ଥେରେପି କେନ୍ଦ୍ର ,ଲେପ୍ରୋସି ହୋମ ,ବଲାଙ୍ଗିର , ଆଶ୍ରା  ଥେରେପି କେନ୍ଦ୍ର,ଡେସିଲ , ଟିଟିଲାଗଡ, ଗ୍ରାମ ମଙ୍ଗଲ ପାଠାଗାର ର ଶ୍ରବଣ ବାଧିତ ଶିକ୍ଷକ ତାଲିମ କେନ୍ଦ୍ର ର ଛାତ୍ରଛାତ୍ରୀ ଙ୍କ ସମେତ ବିଭିନ୍ନ ସଂଗଠନ ର କର୍ମକର୍ତ୍ତା ମାନେ ଯୋଗଦେଇଥିଲେ । ରାଲି  କୁ ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ପରେ ଏହି ଦିବସ ପାଳନ ଉପଲକ୍ଷେ ଟାଉନ ହଲ ଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଜିଲ୍ଲାପାଳ ଚଞ୍ଚଳ ରାଣା, ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ ,ଭାରପ୍ରାପ୍ତ  ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ, ନିରତାର ସି॰ ଆର॰ ସି॰ ସେଣ୍ଟର ବଲାଙ୍ଗିର ର ନିର୍ଦ୍ଦେଶକ ସୂର୍ୟମଣି ପ୍ରସାଦ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ର ତାତ୍ପର୍ଜ୍ୟ ,ଭିନ୍ନକ୍ଷମ ଙ୍କ ଅଧିକାର ଓ ବିଭିନ୍ନ ଯୋଜନା ମାଧ୍ୟମରେ ସେମାନଙ୍କର କିପରି ସର୍ବାଙ୍ଗୀନ ବିକାଶ କରାଯାଇପାରିବ ସେ ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ ବଲାଙ୍ଗିର ଜିଲ୍ଲାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଭିନ୍ନକ୍ଷମ ଙ୍କ ନିମନ୍ତେ କାର୍ଯକାରୀ ହେଉଥିବା ବିଭିନ୍ନ ଯୋଜନା ର ରୂପରେଖ ଓ ଏହାଦ୍ୱାରା ଜିଲ୍ଲା ର ହିତାଧିକାରୀ ମାନେ ପାଉଥିବା ସୁବିଧା ସୁଯୋଗ ତଥା ସଫଳତା ଉପରେ ପ୍ରାରମ୍ଭିକ ବକ୍ତ୍ୟବ ପ୍ରଦାନ କରିବା ସହ ସଭାକାର୍ଯ ପରିଚାଳନା କରିଥିଲେ । ସଭାରେ ଅତିଥି ମାନେ ଜିଲ୍ଲା ର ବିଭିନ୍ନ ଅଞ୍ଚଳରୁ ଆସିଥିବା ଭିନ୍ନକ୍ଷମ ହିତାଧିକାରୀ ମାନଙ୍କୁ ନିରତାର ସି॰ ଆର॰ ସି॰ ସେଣ୍ଟର ବଲାଙ୍ଗିର ଦ୍ଵାରା ପ୍ରଦତ୍ତ ସହାୟକ ଉପକରଣ ବଣ୍ଟନ କରିଥିଲେ । ଏହି କ୍ରମରେ ୨ ଜଣଙ୍କୁ ରୋଲାଟୋର ,୨ ଜଣଙ୍କୁ ହ୍ଵିଲ ଚେୟାର ,୨ ଜଣଙ୍କୁ ବ୍ରେଲି କିଟ ଏବଂ ୬ ଜଣଙ୍କୁ ଅନ୍ୟାନ୍ୟ ସହାୟକ ଉପକରଣ ବଣ୍ଟନ କରାଯାଇଥିଲା । ସେହିପରି  ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମ ଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ୬ ଜଣ ଦମ୍ପତି, ପ୍ରତ୍ୟେକ ଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ର ଚେକ ଅତିଥିମାନେ ପ୍ରଦାନ କରିଥିଲେ  । ଜିଲ୍ଲା ର ୧୪ ଗୋଟି ବ୍ଲକ ଓ ୫ ଟି ୟୁ॰ଏଲ॰ବି ର ଜଣେ ଲେଖାଏଁ ଭିନ୍ନକ୍ଷମ ଙ୍କୁ ଉତ୍ସବରେ ସମ୍ମାନିତ କରାଯାଇଥିଲା ।  ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ ଉପଲକ୍ଷେ ଜିଲ୍ଲାର ବିଭିନ୍ନ ଭିନ୍ନକ୍ଷମ ବିଦ୍ୟାଳୟ ର

ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ବକ୍ତୃତା ,ମ୍ୟୁଜିକାଲ ଚେୟାର ,୧୦୦ ମିଟର ଦୌଡ ଆଦି ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭାପରେ ରେଡକ୍ରସ ଭିନ୍ନକ୍ଷମ ବିଦ୍ୟାଳୟ ସଇଁତଳା ,ଡ଼ ହରେକୃଷ୍ଣ ମହତାବ ମାନସିକ ନ୍ୟୁନତା ସଂସ୍ଥାନ ,ଜଗତବନ୍ଧୁ ବିଶ୍ଵଭାରତୀ ଶିକ୍ଷାନିକେତନ ସାଲେପାଲି , ଏସ॰ସି॰ ଡି॰ ଟିଟିଲାଗଡ ଦୃଷ୍ଟିହୀନ,ବଧିର  ବିଦ୍ୟାଳୟ ର ଛାତ୍ରଛାତ୍ରୀ

,ଜରାନିବାସ ସାଲେପାଲି ର ବରିଷ୍ଠ ନାଗରିକ ଏବଂ ତୃତୀୟ ଲିଙ୍ଗ ମାନଙ୍କ ଦ୍ଵାରା ମନୋଜ୍ଞ ସାଂସ୍କୃତିକ କାର୍ଯକ୍ରମ ପରିବେଷଣ କରାଯାଇଥିଲା । ଏହି ସମସ୍ତ କାର୍ଯକ୍ରମ କୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ  ସାହୁ ତଥା ଜିଲ୍ଲା ସାମାଜିକ ସୁରକ୍ଷା କାର୍ୟାଳୟ ର କର୍ମଚାରୀ ମାନେ ପରିଚାଳନା କରିଥିବା ବେଳେ ଜିଲ୍ଲାର ବିଭିନ୍ନ ଭିନ୍ନକ୍ଷମ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ଏବଂ ବିଭିନ୍ନ ସଂଗଠନ ର କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like