-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ଶୁକଦେବ ପରିବାର ପାଇଁ ଆବାସ ଯୋଜନା ସ୍ବପ୍ନ,ପଲିଥିନ ତଳେ ଭଙ୍ଗା ଘରେ ବିତୁଛି ଜୀବନ

07-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଚଳିତ ୨୦୨୨ବର୍ଷ ଶେଷସୁଦ୍ଧା କେହି ଆଉ ଝାଟି ମାଟି ଘରେ ରହିବେ ନାହିଁ ଗରିବ ଶ୍ରେଣୀର ସବୁ ପରିବାରକୁ ପକ୍କା ଘର ମିଳିବ ।ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ଦେଇଥିଲେ । ହେଲେ ଏବେବି ବହୁ ଗରିବ ଶ୍ରେଣୀର ପରିବାର ଆବାସ କି ବିଜୁ ପକ୍କାଘର ନପାଇ ଭଙ୍ଗା ଦଦରା ଘରେ ଦୁର୍ଦ୍ଦିନ ଅବସ୍ଥାରେ ପରିବାର ସହ ଜୀବନ କାଟୁଛନ୍ତି । ଏଭଲି କ୍ଷେତ୍ରରେ ଦୀର୍ଘ ବର୍ଷ ହେଲା ପଲିଥିନ ତଳେ ଆକାଶ ଦିଶୁଥିବା ଭଙ୍ଗା ଦଦରା ଘରେ ଜୀବନ ବିତାଉଛନ୍ତି ଏକ ଗରିବ ପରିବାର, ଯାହାଙ୍କ ପାଇଁ ସରକାରଙ୍କ ଆବାସ ଯୋଜନା ସାତ ସପନ ପାଲଟିଛି  ବିନିକା ବ୍ଳକ ଅନ୍ତର୍ଗତ ସିଲାଟି ଗ୍ରାମରେ । ଖବର ନେବାରୁ ଜଣାପଡିଛି ଯେ ସିଲାଟି ଗ୍ରାମ ଶେଷ ମୁଣ୍ଡ ହାଇସ୍କୁଲ ପାଖରେ ରହନ୍ତି ଶୁକଦେବ ପଧାନ ଓ ତାଙ୍କ ପରିବାର । ରହୁଥିବା  ମାଟି ଘରଟି ଦୀର୍ଘ ବର୍ଷ ତଳୁ ଲଗାଣ ବର୍ଷାରେ ସଂପୂର୍ଣ୍ଣ ଭାବରେ ଭାଙ୍ଗି ଯାଇଛି । ଦିନ ମଜୁରୀ ଓ ମୁଳ ଲାଗି ପେଟ ପୋଷୁଥିବା ଏଇ ପରିବାରର ଜୀବନ ତାଳପତ୍ର ଓ ପଲିଥିନ ଭରସାରେ । ପରିବାର   ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସେମାନେ ପ୍ରଶାସନ ତଥା ଜନପ୍ରତିନିଧିଙ୍କ ନିକଟରେ ଆବାସ ଯୋଜନାରେ ସାମିଲ କରି ଘର ଖଣ୍ଡିଏ ପାଇଁ ବାରମ୍ବାର ଗୁହାରୀ କରି ଆସୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ପକ୍କା ଘର ଖଣ୍ଡିଏ ମିଳିପାରି ନାହିଁ ।ଫଳରେ ଦୀର୍ଘ ବର୍ଷ ଧରି ଶୁକଦେବଙ୍କ ପରିବାର ଗାଁ ଠାରୁ ଦୁରରେ ଏକ ଝାଟିମାଟି  ତାଲପାତ୍ର ଓ ପଲିଥିନ କୁଡିଆରେ ରହି ଜୀବନ ବିତାଉଛନ୍ତି ।
ଅନ୍ୟ ପକ୍ଷରେ ବିଦ୍ୟୁତ ସଂଯୋଗ ଓ ସ୍ୱଚ୍ଛ ଭାରତ ଯୋଜନାରୁ ଶୌଚାଳୟ ତିଆରି ହୋଇସାରିଛି l ଝାଟିମାଟି ଘରେ ଦୁର୍ବିସହ ଜୀବନ ବିତାଉଥିବା  ଉକ୍ତ ପରିବାର ଖାଦ୍ୟ ସୁରକ୍ଷା ଆଇନ ବଳରେ ଏକ ରାସନ କାର୍ଡ ଅଛି ସେଥିରେ ୯ଜଣଙ୍କ ନାମ ରହିଥିଲେ ହେଁ ମାତ୍ର ପଂଚାୟତ ଯୋଗାଣ ଅଧକାରୀ କେବେଳ ୧୦କେଜି ଚାଉଳ ଦେଉଥିବା ଉଲ୍ଲେଖ ହୋଇଛି l ତେବେ ବାକି ଲୋକଙ୍କ ନାମରେ ଆସୁଥିବା ରାସନ ସାମଗ୍ରୀ କେଉଁଠି ବାଟମାରଣା ହେଉଛି  ତାହା ଜିଲ୍ଲା ପ୍ରଶାସନ ତଦନ୍ତ କରି ଉପଯୁକ୍ତ ପଦକ୍ଷେପ        ନେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଳରେ ମତ ପ୍ରକାଶ ପାଇଛି । ଉଲ୍ଲେଖ ଥାଉକି ସିଳାଟି ଗାଁରେ ପୂର୍ବରୁ ଅନେକ ସ୍ୱଚ୍ଛଳ ବର୍ଗର ବ୍ୟକ୍ତି ଚଞ୍ଚକତା କରି ସରକାରୀ ଆବାସ ହାତେଇ ନେଇଥିବା  ଅଭିଯୋଗ ହେଉଥିବା ବେଳେ ଜଣେ ଗରିବ ଅସହାୟ ପରିବାର ଝାଟିମାଟି ଘରେ ଦୁର୍ବିସହ ଜୀବନ ବିତାଇବା ଏବଂ ତାଙ୍କୁ ଅଦ୍ୟାବଧି ଆବାସ ଯୋଜନାରେ ସାମିଲ ନକରିବା ଅତ୍ୟନ୍ତ ପରିତାପର ବିଷୟ ବୋଲି ଗ୍ରାମବାସୀ କ୍ଷୋଭ ପ୍ରକାଶ କରିଛନ୍ତି।ତେବେ ଅସହାୟ ଅବସ୍ଥାରେ ଥିବା ଶୁକଦେବ ଓ ତାଙ୍କ ପରିବାରକୁ କେବେ ଆବାସ ଯୋଜନାରେ ଘର ଖଣ୍ଡିଏ ମିଳୁଛି ଓ ଅନ୍ୟାନ୍ୟ ସରକାରୀ ଯୋଜନାରେ ସାମିଲ ହେଉଛନ୍ତି ତାହା ଦେଖିବାକୁ ବାକି ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like