-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ଓକିଲଙ୍କ ଆନ୍ଦୋଳନ ସ୍ଥଗିତ, ଜେଲ୍‌ଗଲେ ୧୫ ଜଣ, ପୁଣି ୧୪ ଓକିଲ ସସ୍‌ପେଣ୍ଡ୍‌ I

14-Dec-2022



ସମ୍ବଲପୁର,( ସଂଜୀବ ପାଣିଗ୍ରାହୀ)
ଓକିଲଙ୍କ ଆନ୍ଦୋଳନ ବେଳେ କୋର୍ଟ ଭିତରେ ବ୍ୟାପକ ଭଙ୍ଗାରୁଜା ଘଟଣାକୁ ନେଇ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିବା ପରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ମଙ୍ଗଳବାର ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ସ୍ଥାପନ ଦାବିରେ ଚାଲିଥିବା ଆନ୍ଦୋଳନକୁ ସ୍ଥଗିତ ରଖିଛି I ଓକିଲ ସଂଘ ସମୂହର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି(ସିଏସି)  ଏହା ଘୋଷଣା କରିଛି I ଅପରପଟେ ସୁପ୍ରିମକୋର୍ଟଙ୍କ କଡ଼ା ଆଦେଶ ପରେ ସମ୍ବଲପୁର ଟାଉନ ଥାନା ପୋଲିସ ମଧ୍ୟ ତତ୍ପରତା ଦେଖାଇଛି I ୨ ଜଣ ମହିଳା ଆଇନଜୀବୀଙ୍କ ସମେତ ମୋଟ୍‌ ୧୫ ଜଣ ଆଇନଜୀବୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି I ଜାମିନ ନମିଳିବାରୁ ସମସ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ଆଦେଶ ପରେ ମଙ୍ଗଳବାର ଅପରାହ୍ନରେ ସିଏସି ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଅଧୀନରେ ଥିବା ସବୁ ଓକିଲ ସଂଘ ସହିତ ଆଲୋଚନା କରାଯିବା ପରେ ବର୍ତ୍ତମାନ ଚାଲିଥିବା ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ସ୍ଥାପନ ଦିଗରେ ସିଏସି ଏବଂ ସମ୍ବଲପୁର ଓକିଲ ସଂଘ କେନ୍ଦ୍ର ସରକାର, ରାଜ୍ୟ ସରକାର ଓ ଓଡ଼ିଶା ହାଇକୋର୍ଟଙ୍କ ଉପରେ ଉଚ୍ଚ ଆଶା ପୋଷଣ କରିଥିଲା। ସବୁ ସାମ୍ବିଧାନିକ ବ୍ୟବସ୍ଥା ଉପରେ ଆସ୍ଥା ପ୍ରକଟ କରାଯାଇଥିଲା। ସୁପ୍ରିମକୋର୍ଟଙ୍କ ଉପରେ ମଧ୍ୟ ସଂପୂର୍ଣ୍ଣ ଆସ୍ଥା ପ୍ରକଟ କରାଯାଇ ଆନ୍ଦୋଳନ ସ୍ଥଗିତ ରଖିବାକୁ ପ୍ରସ୍ତାବ ନିଆଯାଇଥିବା ସିଏସିର ସହ-ଆବାହକ ପ୍ରମୋଦ ଦାଶ ସୂଚନା ଦେଇଛନ୍ତି I ଅନ୍ୟପକ୍ଷରେ ସୋମବାରର ଅଭାବନୀୟ ଘଟଣାକୁ କେନ୍ଦ୍ରକରି ୩ ଜଣ ପୋଲିସ ଅଧିକାରୀ ଟାଉନ ଥାନାରେ ଏତଲା ଦେଇଥିଲେ। କୋର୍ଟ ପରିସରକୁ ଧ‌ସେଇ ପଶିବା, ବିଚାରପତିମାନଙ୍କୁ କୋର୍ଟ ଭିତରୁ ବାହାର କରିଦେବା, ଭଙ୍ଗାରୁଜା କରିବା, ପୋଲିସ ସହିତ ଧସ୍ତାଧସ୍ତି ହେବା ଆଦି ଘଟଣାକୁ ନେଇ ଟାଉନ ଥାନାରେ ୩ଟି ମାମଲା ରୁଜୁ ହୋଇଥିଲା। ଏହି ଘଟଣା ନେଇ ବିଳମ୍ବିତ ରାତିରେ ପୋଲିସ ଗିରଫ ଅଭିଯାନ ଆରମ୍ଭ କରିଥିଲା। ମଙ୍ଗଳବାର ଦିନସାରା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଥିଲା। ସମ୍ବଲପୁର ଏସ୍‌ପି ବି.ଗଙ୍ଗାଧର ଓ ସୋନପୁର ଏସ୍‌ପି ଅମରେଶ ପଣ୍ଡା, ରାଉରକେଲାର ଅତିରିକ୍ତ ଏସ୍‌ପି ସଂଗ୍ରାମ ବେହେରା ଓ ସମ୍ବଲପୁରର ଅତିରିକ୍ତ ଏସ୍‌ପି ତପନ ମହାନ୍ତି, ଡିଏସ୍‌ପି ପ୍ରଦୀପ ସାହୁଙ୍କ ତତ୍ତ୍ବାବଧାନରେ ବହୁ ସଂଖ୍ୟକ ଇନ୍‌ସପେକ୍ଟର, ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ସହିତ ୨୨ ପ୍ଲାଟୁନ୍ ‌ଫୋର୍ସ ନିୟୋଜିତ କରାଯାଇଥିଲା I ପୋଲିସ ସୋମବାର ବିଳମ୍ବିତ ରାତିରୁ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୧୫ ଜଣ ଆଇନଜୀବୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ସେମାନେ ‌ହେଲେ, ପ୍ରମୋଦ ସରାଫ, ପ୍ରଦ୍ୟୋତ କୁମାର ଶର୍ମା, ଦୀପକ କୁଅଁର, ପ୍ରବୀଣ ସିଂହଦେଓ, ମହେନ୍ଦ୍ର ବଢ଼େଇ, ସିଲୁ ମହାପାତ୍ର, ମହମ୍ମଦ ମୁସ୍ତାକ୍ ଅନ୍‌ସାରୀ, ବିଜୟ କୁମାର ଜେନା, ରତନଲାଲ ଅଗ୍ରୱାଲ, ସୂରଜ ବିଶ୍ବାଳ, ସୁରଂଗିନୀ ବାରିକ, ଅଫ୍‌ସାନା ଅଂଜୁମ୍‌, ମଧୁସୂଦନ ମିତ୍ର, ଶଶାଙ୍କ ଷଡ଼ଙ୍ଗୀ ଓ ବିଦ୍ୟାଧର ପଣ୍ଡା। ସମସ୍ତଙ୍କୁ କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନମିଳିବାରୁ ସମସ୍ତଙ୍କୁ ‌ଜେଲ୍‌ ହାଜତକୁ ପଠେଇ ଦିଆଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like