-+91-9937148622 |
prerana_bgr@rediffmail.com |
Wednesday 24th June 2026 |
R.N.I. Regd No. ODIODI/2010/46693
Breaking News
17-Dec-2022
ଆଗଲପୁର (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି । ଆଗଲପୁର ବାଳକ ହାଇସ୍କୁଲ ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେର ବେକରେ ଜାଭେଲିନ ପଶିଯିବା ଫଳରେ ସେ ଗୁରୁତର ହୋଇପଡ଼ିଛନ୍ତି । ଆମ୍ବୁଲାନ୍ସ ଯୋଗେ ଆଗଲପୁରରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛାତ୍ରଙ୍କୁ ରେଡ୍କ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଚିକିତ୍ସା ଖର୍ଚ୍ଚ ଜିଲା ପ୍ରଶାସନ ବହନ କରିବ ବୋଲି ଜିଲାପାଳ ଶ୍ରୀ ଚଞ୍ଚଳ ରାଣା କହିଛନ୍ତି।