-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ଜାଲରେ ମୁରିବାହାଲ ରେଞ୍ଜର- କେନ୍ଦୁ ପତ୍ର ଦୁର୍ନୀତି ମାମଲରେ ପାଠକ ବାପା - ପୁଅ ଙ୍କ ଲିଙ୍କ ନେଇ ଚର୍ଚ୍ଚା

03-Dec-2020



ଟିଟିଲାଗଡ଼, (ପ୍ରେରଣା ଖବର) - ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ପ୍ରଶାନ୍ତ କୁମାର ନାଏକ ଙ୍କ ଘରେ  ଭିଜିଲାନ୍ସ ଚଢ଼ାଉ ହେବା ନେଇ ଇତି ମଧ୍ୟରେ କେନ୍ଦୁପତ୍ର ଦୁର୍ନୀତି ମାମଲାରେ ୩ ଦିନ ଧରି ରିମାଣ୍ଡରେ ଥିବା ବାପା,ପୁଅ ଙ୍କ ସହ ଏହି ଅଧିକାରୀ ଙ୍କ ସମ୍ପର୍କ ରହିଛି କି ସେ ନେଇ ଚର୍ଚ୍ଚା ଜୋର ଧରିଛି । ସେହିପରି ନବୀନ ଦାସ ନାମକ ଜଣେ ଫରେଷ୍ଟ ଗାର୍ଡ ଜାଲ କାଗଜପତ୍ର ଦାଖଲ କରିବା ସହ ବଲାଙ୍ଗୀର ଜିଲ୍ଲା ର ତତ୍କାଳୀନ ଡ଼ି ଏଫ ଓ  ଏବଂ ଏହି ରେଞ୍ଜ ଅଧିକାରୀ  ଶ୍ରୀ ନାଏକ ଦୀର୍ଘ ଦିନ ରୁ ନା ନା ପ୍ରକାର ଦୁର୍ନୀତି ରେ ଜଡିତ ରହିବା ସହ ଉକ୍ତ ଫରେଷ୍ଟ ଗାର୍ଡ ଙ୍କୁ ଫରେଷ୍ଟର ଭାବେ ପଦୋନ୍ନତି ପ୍ରଦାନ କରିଥିଲେ । ଦୀର୍ଘ ଦିନ ରୁ ଏହି ରେଞ୍ଜ ଅଧିକାରୀ କେନ୍ଦୁଲିଫ ବିଭାଗ ର କିଛି ବରିଷ୍ଠ ଅଧିକାରୀ ଙ୍କ ସହ ମିଶି କୋଟି, କୋଟି ଟଙ୍କାର ଦୁର୍ନୀତି କରିଚାଲିଥିବା ଜଣାଯାଇଛି । ଏପରି କି ଉକ୍ତ ଗିରଫ ରିମାଣ୍ଡରେ ଥିବା ବାପା, ପୁଅ ଙ୍କ ସହ ଫୋନ ଯୋଗେ ଯୋଗାଯୋଗ ରହିଥିବା ନେଇ ସନ୍ଦେହ ଘନୀଭୂତ ହୋଇ ଚାଲିଛି । ଅନେକ ଆପତ୍ତି ଜନକ ଘର ପଟା,ଜାଗା,ଜମି ର କାଗଜପତ୍ର ବ୍ୟାଙ୍କ ପାସବୁକ ଆଦି ଜବତ କରାଯାଇଛି । ତେବେ ଏହି ବଲାଙ୍ଗୀର ଜିଲ୍ଲାର ଅନେକ ଅଧିକାରୀ ଙ୍କ ସହ ଅନ୍ୟ ଉଚ୍ଚ ବରିଷ୍ଠ ଅଧିକାରୀ କର୍ମଚାରୀ ମାନେ ସମ୍ପୃକ୍ତ ରହିଥିବା ଅଭିଯୋଗ ହୋଇଛି । ତେବେ ଏହି ତଦନ୍ତ ପ୍ରକ୍ରିୟା କୁ ଆଉ ଦୃଢ଼ ଭାବେ କରାଗଲେ ଅନେକ ଗୁମର ଫିଟିବ। ତେବେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଏକକାଳୀନ ତିନୋଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ମୁରିବାହାଲ ରେଞ୍ଜ ଅଫିସ କାର୍ୟ୍ୟାଳୟ , ଟିଟିଲାଗଡ଼ ହାଟପଦା ପଡା ବାସଭବନ ସମେତ ବେଲପଦର ଫାର୍ମ ହାଉସ ଠାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ମୁରିବାହାଲ ରେଞ୍ଜର  ପ୍ରଶାନ୍ତ କୁମାର ନାଏକ ବେଆଇନ ଆୟ ବହିର୍ଭୁତ ସମ୍ପତି ଠୁଳ କରିଥିବା ଅଭିଯୋଗରେ ଆଜି ବଲାଙ୍ଗିର, ସମ୍ବଲପୁର ଓ ବରଗଡ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି । ସେ ପୂର୍ବରୁ ବଙ୍ଗୋମୁଣ୍ଡା ରେଞ୍ଜ ଅଧିକାରୀ ଭାବେ ଦାୟିତ୍ୱ ରେ ରହିଥିଲେ ।  ଟିଟିଲାଗଡ ହାଟପଦାପଡା ଠାରେ ଏକ ଟ୍ରିପଲ୍ ଷ୍ଟେୟାର୍ ବିଲଡିଂ ସହ ଘରୁ ନଗଦ ଟଙ୍କା ଓ ଆପତ୍ତିଜନକ କାଗଜପତ୍ର ଠାବ ହୋଇଥିବା ସୂଚନା ମିଳିଛି । ଭିଜିଲାନ୍ସର ଚଢାଉ ସହ ତଦନ୍ତ ଜାରି ରହିଛି। ମୁରିବାହାଲ ଠାରେ ବରଗଡ ଭିଜିଲାନ୍ସ ଏସପି ପରମେଶ୍ୱର କିଶାନଙ୍କ ନେତୃତ୍ୱରେ ଚଢାଉ କରାଯାଇଥିବା ବେଳେ ଟିଟିଲାଗଡ ହାଟପଦାପଡାରେ ସମ୍ବଲପୁର ଭିଜିଲାନ୍ସ ଡିଏସପି ଦାଶରଥି ସେଠୀ ଚଢାଉର ନେତୃତ୍ୱ ନେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like