-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ରାଜ୍ୟ

ସୁଇସାଇଡ୍ ନୋଟ୍ ଉଗାଳିବ ତଥ୍ୟ : ସ୍ବୀକାରୋକ୍ତିର ପଶ୍ଚାତାପ ନା ଅନ୍ୟକିଛି ?

21-Dec-2022



ବଲାଙ୍ଗୀର(ମଳୟ ମିଶ୍ରଙ୍କ ରିପୋର୍ଟ) ଗତ  ବର୍ଷାଧିକକାଳ ଧରି ରାଜ୍ୟବ୍ୟାପି ଚର୍ଚ୍ଚାରେ ରହିଆସିଥିବା ମମିତା ମେହେର ହତ୍ୟା ମାମଲାର ମୁଖ୍ୟଅଭିଯୁକ୍ତ ଗୋବିନ୍ଦ ସାହୁର ଆତ୍ମହତ୍ୟା ପରେ ଏକ ଦୀର୍ଘ ବିବାଦୀୟ ଚାଞ୍ଚଲ୍ୟକର ଅପରାଧ ଓ ରାଜନୈତିକ ହଟଚମଟର ମୁଖ୍ୟତଃ ଅବସାନ ଘଟିଛି  । ଆରମ୍ଭରୁ ବିଭିନ୍ନ ଅସ୍ବାଭାବିକ ଘଟଣାଜନିତ କାରଣରୁ ସନ୍ଦେହ ଉପୁଜାଉଥିବା ଏହି ମାମଲାଟି ଶେଷରେ ଏଭଳି ନାଟକୀୟ ଭାବେ ଶେଷ ହୋଇଯିବ ବୋଲି କେହି ଭାବି ନଥିଲେ ।  ଏଥିପାଇଁ ଶାସକଦଳ ଓ ସରକାର ଅଡୁଆରେ ପଡିଯାଇଥିଲେ ଓ ବିରୋଧୀଦଳମାନଙ୍କ ପାଇଁ ବି ଅଭିଯୋଗର ଖୋରାକ୍ ଜୁଟିଥିଲା । ତେବେ ଶେଷପର୍ଯ୍ୟାୟରେ ମଧ୍ୟ ଉଭୟ ବିରୋଧୀଦଳ ଓ ଗୋବିନ୍ଦର ପରିବାର ପକ୍ଷରୁ ଅଭିଯୋଗର ସ୍ବର ଜାରୀ ରହିଥିଲେ ହେଁ , ବସ୍ତୁତଃ ଏସବୁରେ ଆଉ ସେତେଟା ଦମ୍ ନାଇଁ  !
ତାଙ୍କ ପରିବାର ବା ପତ୍ନୀ ଓ ବିରୋଧୀ ବିଜେପି ବା କଂଗ୍ରେସଦଳ ପକ୍ଷରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ଓ ଏଥିରେ ଜେଲ୍ କର୍ତ୍ତୃପକ୍ଷ , ପୁଲିସ୍ ଓ ସରକାରୀଦଳ ସମ୍ପୃକ୍ତ ଇତ୍ୟାଦି ସନ୍ଦେହମୂଳକ ଅଭିଯୋଗ , ଏତଲା ବା ତଦନ୍ତଦାବି ଓ ବୟାନବାଜି କରାଯାଉଥିବା ପ୍ରକାଶ ପାଇଛି । ଶେଷବେଳେ

ଗୋବିନ୍ଦର ପତ୍ନୀଙ୍କଠାରୁ ସେ ନିର୍ଦ୍ଦୋଷ ଓ ତାଙ୍କୁ ହତ୍ୟାକରି ନଥିବା ବିଷୟକ ଖବର ପ୍ରକାଶ ପାଇଛି । ଏପରିକି ମମିତାଙ୍କ ଡିଏନଏ  ପରୀକ୍ଷାରିପୋର୍ଟରେ ଏହା ମମିତାଙ୍କର ଦେହାବଶେଷ ନୁହେଁ ବୋଲି ଖବର ମଧ୍ୟ ପ୍ରକାଶ ପାଇଛି । 

ତେବେ ପ୍ରକାଶିତ ଖବର ଅନୁଯାୟୀ , ତାଙ୍କ ପରିବାରର କହିବାନୁସାରେ  ଗୋବିନ୍ଦର ମୃତଦେହର କଣ୍ଟାବାଞ୍ଜି ଡାକ୍ତରଖାନାରେ ପଞ୍ଚନାମା ସମୟରେ ପକେଟରୁ ଦୁଇପୃଷ୍ଠାର ସୁଇସାଇଡ୍ ନୋଟ୍ ବାହାରିଥିବା ଓ ପରେ ଐହାର ହସ୍ତାକ୍ଷର ପରୀକ୍ଷାପରେ ଯଦି ଏହା ଠିକ୍ ହୋଇଥାଏ , ତା'ହେଲେ ଆଉ ଅନ୍ୟାନ୍ୟ ସନ୍ଦେହର ଅବକାଶ ନାହିଁ । 

ସେ ସୁଇସାଇଡ୍ ନୋଟ୍ ରେ ହିଁ ମୃତକର ସଫେଇ ବା ସ୍ବୀକାରୋକ୍ତି ଥିବ ଅଥବା କିଏ ତାକୁ ହତ୍ୟାକରିବାକୁ ପ୍ରରୋଚିତ କରିଥବେ ସେ ଅନ୍ତିମକାଳରେ ଲେଖିଥିବେ । ଏଣୁ ଏହି ସୁଇସାଇଡ୍ ନୋଟ୍ ହିଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏବଂ ଏହାର ଯଥାଶୀଘ୍ର ଖୁଲାସା ହେବା ଆବଶ୍ୟକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like