-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସ୍ବାଭାବିକ ‌ହେଲା କୋର୍ଟ କାର୍ଯ୍ୟ

04-Jan-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
ସମ୍ବଲପୁର କୋର୍ଟରେ ଲାଗି ରହିଥିବା ଅଚଳାବସ୍ଥା ଶେଷରେ ମଙ୍ଗଳବାର ଦୂର ହୋଇଛି। ସମ୍ବଲପୁର ଜିଲ୍ଲା ଓକିଲ ସଂଘର ଶତାଧିକ ଆଇନଜୀବୀ ଅଦାଲତି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଫଳରେ ମଙ୍ଗଳବାର ଠାରୁ ସ୍ଥିତି ସ୍ବାଭାବିକ ହୋଇଛି। ଜେଲ୍‌ରେ ଅଟକ ଥିବା ସମ୍ବଲପୁର ଜିଲ୍ଲା ଓକିଲ ସଂଘ ସଭାପତିଙ୍କ ଆହ୍ବାନକ୍ରମେ ସଦସ୍ୟମାନେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରାୟ ଏକ ମାସ ଧରି ବନ୍ଦ ହୋଇ ରହିଥିବା କୋର୍ଟ ପରିସରରେ ପୁଣିଥରେ ଗହଳଚହଳ ଦେଖିବାକୁ ମିଳିଛି। ସମ୍ବଲପୁର ଜିଲ୍ଲା ଓକିଲ ସଂଘରେ ପ୍ରାୟ ୧୬୦୦ ସଦସ୍ୟ ଥିବାବେଳେ ମଙ୍ଗଳବାର ଶତାଧିକ ଆଇନଜୀବୀ କୋର୍ଟକୁ ଆସିଥିଲେ। ସବୁ କୋର୍ଟରେ ସୁରୁଖୁରୁରେ କାମ ଆରମ୍ଭ ହୋଇଥିଲା। ଅଚଳାବସ୍ଥା କାରଣରୁ ଅଟକି ରହିଥିବା ଅନେକ ଅଭିଯୁକ୍ତଙ୍କ ଜାମିନ ପାଇଁ ଓକିଲମାନେ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଆବେଦନ କରିଥିଲେ I ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଖାରଜ ହୋଇଥିବା ଜାମିନ ପାଇଁ ଉପର କୋର୍ଟ ଗୁଡ଼ିକରେ ଆବେଦନ କରାଯାଇଥିଲା। ଜିଲ୍ଲା ଦୌରା ଜଜ୍‌ଙ୍କ କୋର୍ଟରେ ବି ସ୍ବାଭାବିକଭାବେ କାର୍ଯ୍ୟ ଚାଲିଥିଲା। କଚେରି ଅଞ୍ଚଳର ସମସ୍ତ ଦୋକାନବଜାର ଖୋଲିଥିଲା। ଗତ ୧୨ ତାରିଖର ଘଟଣା ପରେପରେ କିଛି କିଛି ଓକିଲ କୋର୍ଟକୁ ଆସୁଥିଲେ ବି କୌଣସି କାର୍ଯ୍ୟ କରୁ ନଥିଲେ। କେବଳ ସରକାରୀ ଓକିଲମାନେ ତାଙ୍କ କାମ କରୁଥିଲେ। ସୋମବାର ପ୍ରଥମ କରି ବୁର୍ଲାର ୩ ଜଣ ଆଇନ୍‌ଜୀବୀ କାର୍ଯ୍ୟରେ ଯୋଗଦେଇ ଜାମିନ ଆବେଦନ କରିଥିଲେ।ମଙ୍ଗଳବାର ଅନ୍ୟମାନେ ଯୋଗ ଦେଇଥିଲେ ବି ପୂର୍ବାପେକ୍ଷା ଉପସ୍ଥାନ କମ୍ ରହିଥିଲା I ହେଲେ ପୋଲିସ୍ କର୍ମୀ ଏବେ ବି କୋର୍ଟ ପରିସରରେ ମୁତୟନ ଅଛନ୍ତି। କୌଣସି ଅପ୍ରୀତିକର ପରିସ୍ଥିତି ଯେମିତି ସୃଷ୍ଟି ନହୁଏ ସେଥିପାଇଁ ସତର୍କ ରହିଛନ୍ତି। କମ୍‌ ସଂଖ୍ୟାରେ ହେଲେ ବି ମହକିଲ ଓ ସାଧାରଣ ଲୋକ ମଙ୍ଗଳବାର କଚେରି ଆସି ନିଜ କାମ କରାଇଛନ୍ତି। କୋର୍ଟ ବନ୍ଦ କାରଣରୁ କାମ ଅଟକି ରହିଥିବା ଲୋକଙ୍କ ମନରେ ଆଜି ଖୁସି ବାରି ହେଉଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like