-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

07-Jan-2023



ବଲାଙ୍ଗିର(ପ୍ରେରଣା ଖବର) ଆଜି ଅପରାହ୍ନ ରେ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଆଗାମୀ  ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷ୍ୟତା ରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଦେବକୀ ସାହୁ ,ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦେଶକ ସୁଦର୍ଶନ ସଏ,ଡିଏସପି ଡିଆଇବି ତପନ ନାରାୟଣ  ରଥ ,ଏସଡିପିଓ ତୋଫାନ କୁମାର ବାଗ ଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି ,ବୁଦ୍ଧିଜୀବୀ ,ବିଭିନ୍ନ ବିଭାଗର ଅଧିକାରୀ ,ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନ ର କର୍ମକର୍ତ୍ତା ,ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର କର୍ମକର୍ତ୍ତା ଓ ଗଣ ମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ବୈଠକରେ ଜିଲ୍ଲାପାଳ ଶ୍ରୀ ରାଣା ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ କୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ତା ୨୬ .୦୧.୨୦୨୩ ରିଖ ସାଧାରଣତନ୍ତ୍ର ଦିବସ ଦିନ ପ୍ରାତଃ ୫ ଘଟିକା ସମୟରେ ରାମଧୁନ ,ସକାଳ ୬ ରୁ ୭ ଘଟିକା ମଧ୍ୟରେ ସମସ୍ତ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତ ଫେରି ,ସକାଳ ୭ ରୁ ୭ .୩୦ ମଧ୍ୟରେ ସରକାରୀ ,ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ,ସକାଳ ୭.୧୫ ରୁ ୭.୪୫ ମଧ୍ୟରେ ସହରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ଏବଂ ସକାଳ ୮.୩୦ ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆ ରେ ଆନୁଷ୍ଠାନିକ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଦିବସର ମୁଖ୍ୟ ଅତିଥି ସକାଳ ୮.୩୦ ସମୟରେ ଆନୁଷ୍ଠାନିକ ଉତ୍ସବ ରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ ର ଅଭିବାଦନ ଗ୍ରହଣ କରିବେ । ସମ୍ମିଳିତ ପ୍ୟାରେଡ ରେ ଏପିଆର ,ହୋମ ଗାର୍ଡ ,ଏନସିସି ,ସ୍କାଉଟ ,ଗାଇଡ ,ରେଡକ୍ରସ ଓ ସିଭିଲିଆନ ଦଳ ଅଂଶ ଗ୍ରହଣ କରିବେ । ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ ,ସ୍ଵାଧୀନତା ସଂଗ୍ରାମୀ ବେଶ ,ଓଡିଆ ,ଇଂରାଜୀ ପ୍ରବନ୍ଧ ଓ ବକ୍ତୃତା, ହିନ୍ଦୀ ବକ୍ତୃତା  ପ୍ରତିଯୋଗିତା ଆଗାମୀ ୧୩ ତାରିଖ ଠାରୁ ୧୭  ତାରିଖ ମଧ୍ୟରେ ଅନୁଷ୍ଠିତ ହେବ ।  ଏତଦବ୍ୟତୀତ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ କ୍ଷେତ୍ର ରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲା କୁ ଗର୍ବାନ୍ଵିତ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କୃତ କରାଯିବ । ସାଧାରଣତନ୍ତ୍ର ଦିବସ ଉତ୍ସବରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ବିଭିନ୍ନ ବିଭାଗ ଦ୍ଵାରା ସଚେତନତା ମୂଳକ ପ୍ରଜ୍ଞାପନ ମେଢ ପ୍ରଦର୍ଶନ କରାଯିବ

। ପ୍ୟାରେଡ ଉତ୍ସବ ପରେ ଜିଲ୍ଲା କାରାଗାର ର ଅନ୍ତେବାସୀ ,ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ରେ ଚିକିତ୍ସାଧୀନ ରୋଗୀ ଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ ସହ ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀ ଙ୍କୁ ବସ୍ତ୍ର ବଣ୍ଟନ କରାଯିବ ।  ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଜିଲ୍ଲା ସାମ୍ବାଦିକ ସଂଘ ଆନୁକୁଲ୍ୟ ରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ର ରକ୍ତ ଭଣ୍ଡାର ଠାରେ ଏକ ରକ୍ତ ଦାନ ଶିବିର ର ଆୟୋଜନ କରାଯିବ । ଅପରାହ୍ନ ୨ ଘଟିକା ସମୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଜିଲ୍ଲାପାଳ ଏକାଦଶ ବନାମ ସାମ୍ବାଦିକ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ କ୍ରିକେଟ ଖେଳ ଅନୁଷ୍ଠିତ ହେବ । ବୈଠକ ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like