-+91-9937148622 |
prerana_bgr@rediffmail.com |
Thursday 5th March 2026 |
R.N.I. Regd No. ODIODI/2010/46693
Breaking News
04-Dec-2020
(ପ୍ରେରଣା ଖବର) ଭଞ୍ଜନଗର ୪।୧୨: ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ବଜ୍ରଗୁମା ଗାଁରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଚଳାଇଛି । ସୂଚନା ଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ବଜ୍ରଗୁମା ଗାଁ ନିକଟ ବିଲରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହଁ । ହତ୍ୟା ପରେ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ସୋରଡା ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।