-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଦେଶ ବିଦେଶ

ଆଉ କିଛି ସପ୍ତାହରେ ଆସିଯିବ କରୋନା ଟିକା : ଟିକା ବଣ୍ଟନ ପାଇଁ ପ୍ରସ୍ତୁତ ହୋଇଛି ନେଟ୍‍ୱାର୍କ ବ୍ୟବସ୍ଥା

04-Dec-2020



ନୂଆଦିଲ୍ଲୀ, (ପ୍ରେରଣା ଖବର) : କରେନା ଟିକା ପରୀକ୍ଷା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଟିକା ପାଇବାକୁ ଆମକୁ ଆଉ ବେଶି ସମୟ ଅପେକ୍ଷା କରିବାକୁ ପଡ଼ିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଆଉ କିଛି ସପ୍ତାହ ମଧ୍ୟରେ ଆସି ଯିବ କରୋନା ଟିକା। ଥରେ ଟିକା ପ୍ରସ୍ତୁତ ହୋଇଯିବା ପରେ ଏହାକୁ ଲୋକମାନଙ୍କୁ ଦିଆଯିବା ଆରମ୍ଭ ହୋଇଯିବ। ଟିକା ଦିଆଯିବା ସମୟରେ ବୟୋଜ୍ୟେଷ୍ଠ ବ୍ୟକ୍ତି ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ସମେତ ଯେଉଁମାନଙ୍କ ପାଇଁ ଏହାର ଆବଶ୍ୟକତା ଅଧିକ, ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଦିଆଯିବ। ସେହିପରି ଟିକା ବଣ୍ଟନ ପାଇଁ ଏକ ଉତ୍ତମ ନେଟ୍‍ୱାର୍କ ବ୍ୟବସ୍ଥା ସ୍ଥାପନ କରିସାରିଛି। ବିଶ୍ୱର ଅନ୍ୟ ଦେଶଗୁଡ଼ିକ ତୁଳନାରେ ଭାରତର ନେଟ୍‍ୱାର୍କ ଯଥେଷ୍ଟ ଉନ୍ନତ ଥିବାର ପ୍ରଧାନମନ୍ତ୍ରୀ କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋବିଡ୍‍-୧୯ସଂକ୍ରାନ୍ତ ଏକ ସର୍ବଦଳୀୟ ବୈଠକରେ ଆଜି ଅଧ୍ୟକ୍ଷତା କରି ଏହା କହିଛନ୍ତି। ଏହି ଅବସରରେ  ଶ୍ରୀ ମୋଦୀ କହିଛନ୍ତି, ଏହା କୋଭିଡ୍‍ର ମୁକାବିଲାରେ ଭାରତର ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବ। ଶ୍ରୀ ମୋଦୀ କହିଛନ୍ତି,କରୋନା ସଂକ୍ରମଣ ପରଠାରୁ ସେ କ୍ରମାନ୍ୱୟରେ ସମସ୍ତ ରାଜ୍ୟ ସହ ବିଚାର ବିମର୍ଶ ଜାରି ରଖିଛନ୍ତି। ସେ କହିଛନ୍ତି, ଏ ସଂକ୍ରାନ୍ତରେ ବୈଜ୍ଞାନିକମାନଙ୍କ ସହ ନିୟମିତ ଆଲୋଚନା କରାଯାଉଛି। ଭାରତର ବୈଜ୍ଞାନିକ ସମୁଦାୟ କୋଭିଡ୍‍ର ମୁକାବିଲା ପାଇଁ ବେଶ୍‍ ସକ୍ଷମ ଓ ଏ କ୍ଷେତ୍ରରେ ସେମାନେ ସର୍ବଦା ସକରାତ୍ମକ ଆଭିମୁଖ୍ୟ ପୋଷଣ କରି ଆସୁଛନ୍ତି।

ବିଶ୍ୱର ଅନ୍ୟ ଦେଶମାନେ କରୋନା ଟିକା ବାହାର କରିବାପାଇଁ ଉଦ୍ୟମ ଚଳାଇଛନ୍ତି। ତେବେ ସମଗ୍ର ବିଶ୍ୱ ଏକ୍ଷେତ୍ରରେ ଭାରତଠାରୁ ଅନେକ କିଛି ଆଶା କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। କରୋନା ଟିକା ବାହାର କରିବା ଲାଗି ଏହା ସହ ସମ୍ପୃକ୍ତ ସମସ୍ତ ସଂସ୍ଥା ପରସ୍ପର ସହ ସମନ୍ୱୟରେ କାର୍ଯ୍ୟ କରୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ଅନେକ  ରାଜ୍ୟ ସରକାରମାନଙ୍କ ସହାୟତାରେ ଏହି ଟିକା ବଣ୍ଟନ ନେଟ୍‍ୱାର୍କକୁ ଅଧିକ ଶକ୍ତିଶାଳୀ କରାଯିବାକୁ ଶ୍ରୀ ମୋଦୀ କହିଛନ୍ତି। ଠିକ୍‍ ସମୟରେ ଯେଭଳି ଏହାକୁ ଲୋକମାନଙ୍କୁ ଦିଆଯାଇପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ।

ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯାଇଥିବା ବିଷୟ ପ୍ରଧାନମନ୍ତ୍ରୀ ଜଣାଇଛନ୍ତି। ଏକ୍ଷେତ୍ରରେ ଏକ ଜାତୀୟ ବିଶେଷଜ୍ଞ ଗୋଷ୍ଠୀ ରାଜ୍ୟ ସରକାରମାନଙ୍କ ସହ ମିଶି କାର୍ଯ୍ୟ କରୁଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଟିକାର ମୂଲ୍ୟ ନିର୍ଦ୍ଧାରଣ ସଂକ୍ରାନ୍ତରେ ସରକାର ରାଜ୍ୟ ସରକାରମାନଙ୍କ ସହ କଥାବାର୍ତ୍ତା ଆରମ୍ଭ କରିଦେଇଛନ୍ତି। ମୂଲ୍ୟ ନିର୍ଦ୍ଧାରଣ ସଂକ୍ରାନ୍ତ ନିଷ୍ପତ୍ତି ଗ୍ରହଣ ସମୟରେ ସାଧାରଣ ଲୋକଙ୍କୁ ଧ୍ୟାନରେ ରଖାଯିବ ବୋଲି ଶ୍ରୀ ମୋଦୀ କହିଛନ୍ତି।

ଶ୍ରୀ ମୋଦୀ କହିଛନ୍ତି, କରୋନା ବିପକ୍ଷରେ ଭାରତର ଲଢ଼େଇରେ ଦେଶର ଜନସାଧାରଣଙ୍କ ଇଚ୍ଛାଶକ୍ତିର ପ୍ରତିଫଳନ ଘଟିଛି। ଭାରତ ସାହସର ସହ କରୋନାର ମୁକାବିଲା କରିଆସୁଛି। ଭାରତର ଏକ୍ଷେତ୍ରରେ ଅନ୍ୟ ଦେଶଗୁଡ଼ିକୁ ମଧ୍ୟ ସହାୟତା କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଟିକାକୁ ନେଇ ଅନେକ ଗୁଜବ ପ୍ରଚାରିତ ହେଉଛି ଓ ସେଦୃଷ୍ଟିରୁ ସର୍ବସାଧାରଣ ଏଥିପ୍ରତି ସାବଧାନ ରହିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆମେ ଏକ ନିର୍ଣ୍ଣାୟକ ପର୍ଯ୍ୟାୟରେ ଆସି ପହଞ୍ଚିଛି l

ତେବେ କୋଭିଡ୍‍ର ମୁକାବିଲା ପାଇଁ ଯେଉଁସବୁ ସତର୍କତା ଗ୍ରହଣ କରାଯାଉଛି, ସେଥିରେ କୌଣସି କୋହଳ ଅବଲମ୍ବନ ନ ଆଣିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like