-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ଚାକିରୀରୁ ଛଟେଇ ପରେ ହାରିଲେ ଜୀବନ, ବନ୍ଦ ଘରୁ ମିଳିଲା ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗ ଠିକା କର୍ମଚାରୀଙ୍କ ମୃତଦେହ

04-Dec-2020



ଢେଙ୍କାନାଳ, (ପ୍ରେରଣା ଖବର) : ଚାକିରୀରୁ ଛଟେଇ ପରେ ପରିବାର ପୋଷଣର ବୋଝ ଓ ଆର୍ଥିକ ଅନାଟନ ଅସହ୍ୟ କଲା । ଆଉ ଶେଷରେ ପରିବାରର ଅନୁପସ୍ଥିତିରେ ନିଜ ସରକାରୀ କ୍ବାର୍ଟରରେ ଜଣେ ଠିକା କର୍ମଚାରୀ ଆତ୍ମହତ୍ୟା କରିଛନ୍ତି । ଢେଙ୍କାନାଳ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗରେ ଠିକା କର୍ମଚାରୀ ଭାବେ କାମ କରୁଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀ ବେକରେ ପିନ୍ଧାଲୁଗା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି ।

୧୪ବର୍ଷ ହେଲା କରୁଥିବା ଚାକିରୀ ଗଲା । ଆର୍ଥିକ ଅନଟନରେ ପିଲାଛୁଆଙ୍କ ଭରଣ ପୋଷଣ ଚିନ୍ତା ଅସହ୍ୟ କଲା । ଆଉ ଶେଷରେ ହତାସ ଜଣେ ଚତୁର୍ଥ ଶ୍ରେଣୀ ଠିକା କର୍ମଚାରୀ ବେକରେ ପିନ୍ଧାଲୁଗା ଲଗାଇ ଆତ୍ମହତ୍ୟା କରିଛନ୍ତି । ଏପରି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳରେ । ଢେଙ୍କାନାଳ ସହରର ମ୍ୟୁନିସିପାଲଟି ଅଫିସ ନିକଟସ୍ଥ ରେଭେନ୍ୟୁ କ୍ବାର୍ଟରରୁ ଏହି ଠିକା କର୍ମଚାରୀଙ୍କ ମୃତଦେହ ଟାଉନ ପୋଲିସ ଉଦ୍ଧାର କରିଛି । ମୃତକ ଜଣଙ୍କ ଢେଙ୍କାନାଳ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗରେ ଠିକା ଚତୁର୍ଥ ଶ୍ରେଣୀ କର୍ମଚାରୀ ସୂର୍ଯ୍ୟକାନ୍ତ ସ୍ବାଇଁ ବୋଲି ଜଣାପଡିଛି । ସୂର୍ଯ୍ୟକାନ୍ତଙ୍କ ମୃତଦେହକୁ ବେକରେ ପିନ୍ଧାଲୁଗା ଲାଗି ଝରକା ରେଲିଂରେ ଲଗାଇ ବସିଥିବା ଅବସ୍ଥାରେ ଟାଉନ ପୋଲିସ ଜବତ କରିଛି । ତେବେ ଭିତର ପଟୁ କବାଟ ବନ୍ଦ ଥିବା ଓ ପୋଲିସ କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରିବା ଘଟଣା ଏହା ଏକ ଆତ୍ମହତ୍ୟା ବୋଲି ଏକ ପ୍ରକାର ସ୍ପଷ୍ଟ ହୋଇଛି । ପୋଲିସ ଫୋରେନସିକ୍ ଟିମ୍ ସାହାଯ୍ୟରେ ତଦନ୍ତ କରୁଛି । ତେବେ ଚାକିରୀ ଛଟେଇ ଯୋଗୁଁ ପରିବାର ପୋଷଣ ବୋଝ ଓ ମାନସିକ ଚିନ୍ତାରେ ବ୍ୟତିବ୍ୟସ୍ତ ଥିଲେ ସୂର୍ଯ୍ୟକାନ୍ତ ।

ସୂର୍ଯ୍ୟକାନ୍ତ ଆଉଟ ସୋରସିଂ ମାଧ୍ୟମରେ ଗତ ୨୦୦୬ ମସିହାରୁ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟ କରି ଆସୁଥିଲେ । ନିଜ ପତ୍ନୀ ଓ ୧୦ବର୍ଷର ପୁଅକୁ ନେଇ ଅଫିସ ପାଖ ରାଜସ୍ବ ବିଭାଗର ଖାଲିପଡିଥିବା ଏକ ସରକାରୀ କ୍ବାର୍ଟରରେ ରହୁଥିଲେ । ତେବେ ଗତ ଫେବୃଆରୀ ମାସରୁ ତାଙ୍କର ଠିକା ନିଯୁକ୍ତି ଅବଧି ସରି ଯାଇଥିଲେ ମଧ୍ୟ ପୁନଃ ଠିକା ଚାକିରୀ ନବୀକରଣ ଆଶାରେ ଗତ ଜୁଲାଇ ମାସ ପର୍ଯ୍ୟନ୍ତ ଅଫିସକୁ ଯାଉଥିଲେ । ମାତ୍ର ସରକାରଙ୍କ ପକ୍ଷରୁ ଜୁଲାଇ ୧୫ରେ ଆଉ ଉକ୍ତ କାର୍ଯ୍ୟାଳୟରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ହେବ ନାହିଁ ବୋଲି ଚିଠି ଆସିବା ପରେ ସୂର୍ଯ୍ୟକାନ୍ତ ଆଉ ଅଫିସ  ଆସୁନଥିଲେ ବୋଲି ପ୍ରକାଶ କରିଛନ୍ତି ବିଭାଗୀୟ ଅଧିକାରୀ ।

ସୂର୍ଯ୍ୟକାନ୍ତଙ୍କ ନିଜ ଘର ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ପଥରଖମ୍ବ ଗ୍ରାମରେ । ଅତ୍ୟନ୍ତ ଗରିବ ତଥା ପରିବାରର ଆର୍ଥିକ ଅବସ୍ଥା ତାଙ୍କର ଭଲ ନଥିଲା । କିଛି ବର୍ଷ ହେଲା ତାଙ୍କ ବାପା-ମା’ଙ୍କର ମୃତ୍ୟୁ ହୋଇସାରିଛି । ପତ୍ନୀ ଓ ୧୦ବର୍ଷର ପୁଅ ସାଙ୍ଗକୁ ବେକାରୀ ସାନଭାଇର ଭରଣ ପୋଷଣର ବୋଝ ସୂର୍ଯ୍ୟକାନ୍ତଙ୍କ ମୁଣ୍ଡରେ ରହିଥିଲା । ଏପରି ସ୍ଥଳେ ହଠାତ ଚାକିରୀ ଚାଲିଯିବା ତାଙ୍କୁ ଅସହ୍ୟ କରିଥିଲା । ଫଳରେ ମାନସିକ ଭାରସାମ୍ୟ ହରାଇ ଏପରି ଆତ୍ମହତ୍ୟା କରିଛନ୍ତି ବୋଲି ଅଭିଯୋଗ ଉଠାଇ ତାଙ୍କ ପରିବାରର ଭରଣ ପୋଷଣ ଓ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପରିବାର ଲୋକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like