-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଉଦ୍‌ଘାଟନ ହେଲା ପଲ୍ଲିଶ୍ରୀ ମେଳା I

12-Jan-2023



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
 ସମ୍ବଲପୁରରେ ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା ବୁଧବାର ଆରମ୍ଭ ହୋଇଛି। ସମ୍ବଲପୁର ଅଇଁଠାପାଲି ସ୍ଥିତ ପିଡବ୍ଲୁଡି ପଡ଼ିଆ ଠାରେ ଓର୍‌ମାସ୍‌ ଓ ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜନ କରାଯାଇଛି। ଉଚ୍ଚ ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ମେଳାକୁ ଉଦ୍‌ଘାଟନ କରିଥିଲେ। ଏହା ସହିତ ମେଳାରେ ପଡ଼ିଥିବା ଡିଡିୟୁ-ଜିକେଵାଇ ଏବଂ ହକି ବିଶ୍ବକପ୍‌ ଥିମ୍‌ ଷ୍ଟଲ୍‌କୁ ମଧ୍ୟ ସେ ଉଦ୍‌ଘାଟନ କରିଥିଲେ। ଏହି ମେଳା ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ସବୁଦିନ ସକାଳ ୧୦ ଟାରୁ ରାତି ୧୦ଟା ଯାଏ ମେଳା ଚାଲିବ। ଚଳିତବର୍ଷ ୧୦ଟି ଖାଦ୍ୟ ଷ୍ଟଲ୍‌କୁ ମିଶାଇ ମୋଟ ଉପରେ ୧୮୦ଟି ଷ୍ଟଲ୍‌ ପଡ଼ିଥିବା ଓର୍‌ମାସ୍‌ ଡେପୁଟି ସିଇଓ ଶ୍ରୀମନ୍ତ ହୋତା କହିଛନ୍ତି। ଷ୍ଟଲ୍‌ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ହସ୍ତଶିଳ୍ପ, ହସ୍ତତନ୍ତ, ଜଙ୍ଗଲଜାତ ଦ୍ରବ୍ୟ ଆଦି ରହିଛି। ନୟାଗଡ଼ ଜିଲ୍ଲାକୁ ଛାଡ଼ି ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରୁ ବିଭିନ୍ନ ହସ୍ତତନ୍ତ, ହସ୍ତଶିଳ୍ପ ଷ୍ଟଲ୍‌ ମାନ ଏବର୍ଷ ଆସିଛି। ମେଳା ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନରେ ତନ୍ତ ପକାଯାଇ ବାନ୍ଧକଳା ପ୍ରଦର୍ଶନ କରାଯାଉଛି। ପ୍ରଦର୍ଶନୀ ପାଇଁ ୧୦ଟି ଷ୍ଟଲ୍‌ ଦିଆଯାଇଛି। କାଠ, ସକାଇ ଘାସ, କାଇଁଚ, ଧାନ, ବାଉଁସ ଆଦିରେ ତିଆରି ହୋଇଥିବା ବିଭିନ୍ନ ସାମଗ୍ରୀ ସହ ଟେରାକୋଟା, ସମ୍ବଲପୁରୀ ହସ୍ତତନ୍ତ, ଜଙ୍ଗଲଜାତ ଦ୍ରବ୍ୟ, ପନିପରିବା, ଛତୁ, ଧୂପକାଠି ଭଳି ବିଭିନ୍ନ ସାମଗ୍ରୀର ଷ୍ଟଲ୍‌ମାନ ପଡ଼ିଛି। ଏହା ସହିତ ବିଭିନ୍ନ ଫୁଡ୍‌ ଷ୍ଟଲ୍‌ରେ ଲୋକେ ନୂଆ ନୂଆ ପ୍ରକାରର ଖାଦ୍ୟର ମଜା ମଧ୍ୟ ନେଇପାରିବେ। ବୁଧବାର ଉଦ୍‌ଘାଟନୀ ଅବସରରେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସଙ୍କ ସମେତ, ମୁଖ୍ୟ ଉନ୍ନୟନ ଅଧିକାରୀ ଦିଲ୍ଲୀପ ବଳ, ଉପ ଜିଲ୍ଲାପାଳ ପ୍ରଭାସ ଡନସେନା, ଡିପିଏମ୍‌ ଓଏଲ୍‌ଏମ୍‌ ପୁଷ୍ପଶ୍ରୀ ନାୟକ, ମିସନଶକ୍ତି ଡିପିସି ନିରଞ୍ଜନ ପଣ୍ଡା, ଡିଆର୍‌ଡିଏର ଇଞ୍ଜିନିୟର୍‌ ସୂର୍ଯ୍ୟ ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like