-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜନୀତି

ଓଡ଼ିଶା କଂଗ୍ରେସ ଏକଜୁଟ ହୋଇ ବି ଜେ ପି/ବି ଜେ ଡି କୁ ମୁଳପୋଛ କରିଦେବ,ତଳ ସ୍ତରରୁ ସୁଦୃଢ କରି ନେତୃତ୍ୱ ନେବେ କଂଗ୍ରେସ କାର୍ଯ୍ୟକର୍ତା।

04-Dec-2020



 ଭୁବନେଶ୍ୱର,(ଶୁଭାଶିଷ  ନାୟକ) :  ଆଜି ଓଡିଶା କଂଗ୍ରେସ ପ୍ରଭାରୀ ସାଂସଦ ଏ. ଚେଲାକୁମାର ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଂଚିଛନ୍ତି । ପ୍ରଥମ ଦିନରେ କଂଗ୍ରେସ ବିଧାୟକ ଦଳ ନେତା  ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନଠାରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଡ. ଚେଲାକୁମାର ଉପସ୍ଥିତ ରହି ବିଧାୟକମାନଙ୍କ ସହ ବର୍ତମାନର ରାଜନୈତିକ ପରିସ୍ଥିତି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ବର୍ତମାନ ବିଜେଡି ବିଜେପି ସଲାସୁତୁରା ହୋଇ କାର୍ଯ୍ୟ କରିବା ଫଳରେ ରାଜ୍ୟରେ ଜନସାଧାରଣ ତଥା ମହିଳାମାନେ ନିଜକୁ ସୁରକ୍ଷିତ ମଣୁନାହାନ୍ତି । ଆଗାମୀ ଦିନରେ କଂଗ୍ରେସକୁ ଲୋକାଭିମୁଖୀ କରିବା ଓ ତଳସ୍ତରରୁ ସଂଗଠନକୁ ସୁଦୃଢ଼ କରିବା ପାଇଁ ରଣନୀତି ସଂପର୍କରେ ପରାମର୍ଶ ଦେଇଥିଲେ । 

ଏହି ବୈଠକରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଓ ଏଆଇସିସି ସଂପାଦକ ଜି. ରୁଦ୍ରରାଜୁ ଉପସ୍ଥିତ ରହି ସଂଗଠନକୁ ସୁଦୃଢ଼ କରିବା ପାଇଁ ଉପାଦେୟ ପରାମର୍ଶ ଦେଇଥିଲେ । ଏହି ବୈଠକରେ ବିଧାୟକ ସୁରେଶ 
କୁମାର ରାଉତରାୟ, ତାରପ୍ରସାଦ ବାହିନୀ ପତି, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ରମେଶ ଜେନା ପ୍ରମୁଖ ସୁଚିନ୍ତିତ ମତାମତ ଦେଇଥିଲେ । 

ଅପରାହ୍ନରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।  ବୈଠକରେ କଂଗ୍ରେସ ପ୍ରଭାରୀ ଡ. ଚେଲାକୁମାର ଉପସ୍ଥିତ ରହି କହିଲେ ଯେ କଂଗ୍ରେସ ସଂଗଠନକୁ ସୁଦୃଢ଼ କରି ଲୋକାଭିମୁଖି କରିପାରିଲେ ଆମ୍ଭେମାନେ ପୂର୍ବ ଗୌରବକୁ ଫେରାଇ ଆଣିପାରିବା । ଆଗାମୀ ପନ୍ଦର ଦିନରେ ସମସ୍ତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଏକତ୍ରିତ ହୋଇ ବିଜେଡି ବିଜେପି ବିରୁଦ୍ଧରେ ସଂଗ୍ରାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । 
ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସମସ୍ତଙ୍କର ସହଯୋଗ କାମନା କରି କହିଲେ ଯେ ଓଡିଶାରେ ବିଜେଡି ଓ ବିଜେପି ଉପରେ ଜନସାଧାରଣ ଆସ୍ଥା ହରାଇଲେଣି । ଏଭଳି ସମୟରେ ଆମ୍ଭେମାନେ ଏକଜୁଟ ହୋଇ କାର୍ଯ୍ୟ କରିବାକୁ ସେ ଆହ୍ୱାନ ଦେଇଥିଲେ । ବୈଠକରେ ଜି. ରୁଦ୍ର ରାଜୁ, ଏଆଇସିସି ଇନ୍‌ଚାର୍ଜ ଭକ୍ତ ଦାସ, ବିଶ୍ୱରଞ୍ଜନ ମହାନ୍ତି, ବିଧାୟକ ଦଳ ନେତା ନରସିଂହ ମିଶ୍ର, କାର୍ଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ, ପ୍ରଦୀପ ମାଝୀଙ୍କ ସମେତ ପୂର୍ବତନ ପିସିସି ସଭାପତି ଶରତ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ପୂର୍ବତନ ସାଂସଦ ରାମଚନ୍ଦ୍ର ଖୁଂଟିଆ, ଅନନ୍ତ ପ୍ରସାଦ ସେଠୀ, ଜଗନ୍ନାଥ ପଟ୍ଟନାୟକ, ରାଧାକାନ୍ତ ଦିଗଲ, ପୂର୍ବତନ ମନ୍ତ୍ରୀ ପଂଚାନନ କାନୁନଗୋ, ବିଜୟଲକ୍ଷ୍ମୀ ସାହୁ, ବିପିନ ଦାସ ଓ ବହୁ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଆଲୋଚନାର ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like