-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଦୁର୍ଗାପାଲି ଠାରେ ଜାତୀୟ ବୀର ସୁରେନ୍ଦ୍ର ସାଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

24-Jan-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ) 
 ସମ୍ୱଲପୁର ମହାନଗର ଅନ୍ତର୍ଗତ ଦୁର୍ଗାପାଲି ଶ୍ରୀ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ସ୍ମୃତି ସମିତି ପକ୍ଷରୁ ଏକା ସାଙ୍ଗରେ ତିନିଜଣ ବରପୁତ୍ର ଜାତୀୟ ବୀର ସୁରେନ୍ଦ୍ର ସାଏଙ୍କ 215ତମ ଜୟନ୍ତୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 127ତମ ଜୟନ୍ତୀ ଏବଂ ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ଙ୍କ ଜନ୍ମ ଶତ ବାର୍ଷିକୀ ମହାସମାରୋହରେ ପାଳିତ ହୋଇ ଯାଇଛି |
               ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ସ୍ମୃତି ସମିତି ର ପ୍ରତିଷ୍ଠାତା ସଭାପତି ସମାଜସେବୀ ତଥା ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ସେନା ଅଧିକାରୀ ସୁବେଦାର ମେଜର ଶ୍ରୀଯୁକ୍ତ ଶିବ ନାରାୟଣ ବେହେରା, ମୁଖ୍ୟବକ୍ତା ଭାବରେ ଶିକ୍ଷାବିଦ ଶ୍ରୀଯୁକ୍ତ ରାମ ନରେଶ ପ୍ରସାଦ, ସମ୍ମାନୀତ ଅତିଥି ଭାବରେ ଦୁର୍ଗାପାଲି ସରକାରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମୋହନ କୁମାର ମିଶ୍ର ଏବଂ ସମାଜସେବୀ ଶ୍ରୀଯୁକ୍ତ ଆର୍ତ୍ତବନ୍ଧୁ ଚାନ୍ଦ ଯୋଗଦାନ କରିଥିଲେ |  ମଞ୍ଚାସୀନ ଅତିଥି ମାନଙ୍କ ଦ୍ୱାରା ମାଁ ସମଲେଶ୍ୱରୀ ଏବଂ ତିନି ବରପୁତ୍ର ଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ, ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ ଓ ଧୂପ ପ୍ରଦାନ ଦ୍ୱାରା ପୂଜାର୍ଚ୍ଚନା ପରେ ଦୁର୍ଗାପାଲି ସରକାରୀ ବିଦ୍ୟାଳୟର ଛାତ୍ରୀମାନେ ପ୍ରାରମ୍ଭିକ ଦେଶଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ |

ମାତୃଭୂମିକୁ ବିଦେଶୀ ଶାସନ ଶୃଙ୍ଖଳରୁ ମୁକ୍ତ କରିବା ପାଇଁ ଜାତୀୟ ବୀର ସୁରେନ୍ଦ୍ର ସାଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ସ୍ବାଧୀନତା ସଂଗ୍ରାମୀ ନାରାୟଣ ମେହେର ଯେଉଁ ଅସୀମ ତ୍ୟାଗ ଓ ବଳିଦାନ ଦେଇ ଯାଇଛନ୍ତି, ସେଥିପାଇଁ ସେମାନେ ଆମର ଚିର ନମସ୍ୟ, ଚିର ସ୍ମରଣୀୟ ଏବଂ ଚିର ବନ୍ଦନୀୟ ହୋଇ ରହିବେ ବୋଲି ବକ୍ତାମାନେ ନିଜ ବକ୍ତବ୍ୟରେ କହିଥିଲେ   ସିପାହୀ ବିଦ୍ରୋହର 30 ବର୍ଷ ପୂର୍ବରୁ 1827 ମସିହାରୁ ଜାତୀୟ ବୀର ସୁରେନ୍ଦ୍ର ସାଏ ସମ୍ବଲପୁର ମାଟିରେ ବିଦେଶୀ ଇଂରେଜ ଶାସନ ବିରୁଦ୍ଧରେ ଯେଉଁ ଦୀର୍ଘ 20 ବର୍ଷ କାଳ ଜବରଦସ୍ତ ସଶସ୍ତ୍ର ସଂଗ୍ରାମ କରିଥିଲେ, 37 ବର୍ଷ ବନ୍ଦୀ ହୋଇ ପରିଶେଷରେ 75 ବର୍ଷ ବୟସରେ କାରାଗାରରେ ବଳିଦାନ ହୋଇ ଯାଇଥିଲେ, ଏଭଳି ଘଟଣା ଭାରତ ଇତିହାସରେ ବିରଳ ବୋଲି ସଭାପତି ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ନିଜ ଅଭିଭାଷଣରେ କହିଥିଲେ | ଜଣେ ଜାତୀୟ ବୀର ଭାବରେ ବୀର ସୁରେନ୍ଦ୍ର ସାଏ ଙ୍କର ଜୀବନାଦର୍ଶ ଓଡ଼ିଶାରେ ଏବଂ ସମଗ୍ର ଦେଶରେ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷା ପାଠ୍ୟକ୍ରମରେ ସାମିଲ କରାଯିବା ଉଚିତ ବୋଲି ଶ୍ରୀଯୁକ୍ତ ବହିଦାର କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ଠାରେ ଦୃଢ଼ ଦାବୀ ଉପସ୍ଥାପନ କରିଥିଲେ |

ଶ୍ରୀମତୀ ବବିତା ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଛାତ୍ରୀ ସୁଶ୍ରୀ ସୋନାଲିକା ପ୍ରଧାନ ବରପୁତ୍ର ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ | କାର୍ଯ୍ୟକ୍ରମ ଆୟୋଜନରେ ଦ୍ୱାରିକା ପ୍ରସାଦ ମିଶ୍ର, ହୃଷିକେଶ ପାଢ଼ୀ, ହରି ଶଙ୍କର ମିଶ୍ର, ଯୋଗେଶ୍ୱର ବନଛୋର, ଜନାର୍ଦ୍ଦନ ମେହେର, ଅନସୂୟା ସାମଲ, ରାଜେନ୍ଦ୍ର ସତନାମୀ, ଗୋଲକ ବିହାରୀ ମେହେର, ସନ୍ତୋଷ ମେହେର, ଚୈତନ୍ୟ ମେହେର, ଆଁଚଲ ମେହେର, ଗୁଡ଼ିଆ ମେହେର ପ୍ରମୁଖ ସହଯୋଗ କରିଥିଲେ | ସାମୂହିକ ଜାତୀୟ ସଙ୍ଗୀତ ଗାନ ପରେ ସମାରୋହ ଉଦଯାପିତ ହୋଇଥିଲା | ଶେଷରେ ଶ୍ରୀଯୁକ୍ତ ଆର୍ତ୍ତବନ୍ଧୁ ଚାନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like