-+91-9937148622 |
prerana_bgr@rediffmail.com |
Tuesday 5th May 2026 |
R.N.I. Regd No. ODIODI/2010/46693
Breaking News
30-Jan-2023
ବଲାଙ୍ଗିର(ପ୍ରେରଣା ଖବର) ଆଜି ଜାତିର ଜନକ ମହାତ୍ମା ଗାନ୍ଧୀ ଙ୍କ ମହାପ୍ରୟାଣ ଦିବସ (ଶହିଦ ଦିବସ ) ଉପଲକ୍ଷେ ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନ ର ଗାନ୍ଧୀନଗର ପଡା ସ୍ଥିତ ମହାତ୍ମାଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି
ରେ ଜିଲ୍ଲାପାଳ ଚଞ୍ଚଳ ରାଣା ,ପୌର ପରିଷଦ ର ଅଧ୍ୟକ୍ଷ୍ୟାଲିକା ସାହୁ ,ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ,ସମାଜସେବୀ ବିକ୍ରମାନନ୍ଦ ବହିଦାର ,ନୀଳମଣି ମିଶ୍ର ,ଜୟରାମ ମିଶ୍ର ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ , ସନ୍ଦିପ କୁମାର କୁଅଁର ଙ୍କ ସମେତ ମାନ୍ୟଗଣ୍ୟ ବ୍ୟକ୍ତି ମାନେ
ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସେହିପରି ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା ପ୍ରଶାସନ ଓ ମାନ୍ୟଗଣ୍ୟ ବ୍ୟକ୍ତି ଙ୍କ ତରଫରୁ ପୁଷ୍ପ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା ।