-+91-9937148622 |
prerana_bgr@rediffmail.com |
Monday 4th May 2026 |
R.N.I. Regd No. ODIODI/2010/46693
Breaking News
30-Jan-2023
ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଯୁକ୍ତ ୨ ଓ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ସମ୍ମାନ ଶ୍ରେଣୀ ଗୃହରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ସମସ୍ତ ଛାତ୍ର ଛାତ୍ରୀଙ୍କ ପକ୍ଷରୁ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା।
ଏଥିରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଶୈକ୍ଷିକ ପରାମର୍ଶ ଦାତା ତଥା ଇଂରାଜୀ ବିଭାଗ ମୁଖ୍ୟ ଅଧ୍ୟାପକ ତେଜେଶ୍ଵର ନାୟକ, ପ୍ରମୁଖ ଉପସ୍ଥିତ ରହି ଶହୀଦ ଦିବସର ମହତ୍ୱ ସମ୍ପର୍କରେ ବୁଝାଇଥିଲେ l ଶେଷରେ ଅଧ୍ୟକ୍ଷ ଶ୍ରୀ ସି ଧନ୍ୟବାଦ ଅର୍ପଣ କରିଥିଲେ l