-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଖୋରଧା ରେ ହେବ ରାଜ୍ୟସ୍ତରୀୟ ବିଦ୍ୟାର୍ଥୀ ବିଜ୍ଞାନ ମନ୍ଥନ

03-Feb-2023



ଖୋର୍ଦ୍ଧା // ଆସନ୍ତା ଫେବୃୟାରୀ ୫ ତାରିଖ ଦିନ ଓଡିଶାର କୃତ୍ତି ବିଜ୍ଞାନ ଛାତ୍ରଛାତ୍ରୀମାନଙ୍କର ଏକ ଏକ ଦିବସୀୟ ମନ୍ଥନ ଶିବିର ବିବେକାନନ୍ଦ ଇନଷ୍ଟିଚ୍ୟୁଟ୍ ଅଫ୍ ଆଡଭାନ୍ସଡ ଏଜୁକେସନାଲ୍ ରିସର୍ଚ୍ଚ ଆଣ୍ଡ୍ ଟେକ୍ନୋଲୋଜି, ଟାଙ୍ଗଆପଡା ଖୋର୍ଦ୍ଧାରେ ଅନୁଷ୍ଠିତ ହେବାକୁ ଯାଉଛି।  ଷଷ୍ଠ ଶ୍ରେଣୀରୁ ଏକାଦଶ ଶ୍ରେଣୀ ମଧ୍ଯରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କୁ ନେଇ  ନଭେମ୍ବର ମାସ ୩୦ ତାରିଖରେ ଏକ ବିଜ୍ଞାନ ପ୍ରତିଯୋଗିତା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ସାରା ଓଡ଼ିଶାରୁ ଚାରିହଜାର ପାଞ୍ଚଶହରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ଯରୁ କୃତକାର୍ଯ୍ୟ ହୋଇଥିବା ୧୨୩ଜଣ ଛାତ୍ରଛାତ୍ରୀଙ୍କ ମଧ୍ଯରେ  ଆସନ୍ତା ୫ ତାରିଖରେ ଶେଷ ପର୍ଯାୟର ପରୀକ୍ଷା ଅନୁଷ୍ଠିତ ହେବ । ପିଲାମାନେ ବିଜ୍ଞାନର ଲିଖିତ ପରୀକ୍ଷା ଦେବା ସଙ୍ଗେ ସଙ୍ଗେ  ମୌଖିକ ଏବଂ ପ୍ରାକ୍ଟିକାଲ ପରୀକ୍ଷା ମଧ୍ୟ ଦେବେ। ସେମାନଙ୍କ ମଧ୍ଯରେ କୃତକାର୍ଯ୍ୟ ହୋଇଥିବା ୧୮ ଜଣ  ବିଦ୍ୟାର୍ଥୀମାନଙ୍କୁ ମାନପତ୍ର, ମେମେଣ୍ଟୋ ଏବଂ ଅର୍ଥରାଶି ଦିଆଯାଇ ସମ୍ବର୍ଦ୍ଧିତ କରାଯିବ। ପ୍ରଥମ ଛଅ ଜଣଙ୍କୁ ୫୦୦୦ଟଙ୍କା ଲେଖାଏଁ ଏବଂ ଦ୍ବିତୀୟ ଛଅ ଜଣଙ୍କୁ ୩୦୦୦ଟଙ୍କା ଲେଖାଏଁ ଏବଂ ତୃତୀୟ ହୋଇଥିବା ଛଅ ଜଣଙ୍କୁ ୨୦୦୦ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯିବ।

         ଓଡ଼ିଶା ବିଜ୍ଞାନ ମଣ୍ଡଳ ଆନୁକୂଲ୍ଯରେ ଏବଂ ବିବେକାନନ୍ଦ ଇନଷ୍ଟିଚ୍ୟୁଟ୍ ଅଫ୍ ଆଡଭାନ୍ସଡ ଏଜୁକେସନାଲ୍ ରିସର୍ଚ୍ଚ ଆଣ୍ଡ୍ ଟେକ୍ନୋଲୋଜିର ସହଯୋଗରେ ବିଜ୍ଞାନ ଭାରତୀର ଏହି କାର୍ଯ୍ଯକ୍ରମ ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମରେ ଭୂବନେଶ୍ବର ଆଇ ଆଇ ଟିର ଡାଇରେକ୍ଟର ପ୍ରଫେସର ଶ୍ରୀପ୍ରସାଦ କର୍ମାଲକର ମୁଖ୍ଯ ଅତିଥି ଭାବରେ ଯୋଗଦେଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରିବେ। ନାଇଜରର ରେଜିଷ୍ଟାର ଡଃ ଅଭୟ ନାୟକ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିବେ। ବିପିୟୁଟିର ପୂର୍ବତନ ଭିସି ଏବଂ ଓଡ଼ିଶା ବିଜ୍ଞାନ ମଣ୍ଡଳର ସଭାପତି ପ୍ରଫେସର ଚିତ୍ତରଂଜନ ତ୍ରିପାଠୀଙ୍କ ଅଧକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଦ୍ଯାର୍ଥୀ ବିଜ୍ଞାନ ମନ୍ଥନର ରାଜ୍ଯ ସଂଯୋଜକ ଡଃ ଦିବ୍ଯ କିଶୋର ପଣ୍ଡା ଏବଂ ସହସଂଯୋଜକ ଶ୍ରୀ ଲିଙ୍ଗରାଜ ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିବେ। ବିବେକାନନ୍ଦ ଇନଷ୍ଟିଚ୍ୟୁଟର ଅଧ୍ଯାପକମାନେ ପରୀକ୍ଷାର ସଂଚାଳନ କରିବେ। ବିଜ୍ଞାନ ମଣ୍ଡଳର ସଂପାଦକ ଡଃ ବିକାଶ ଜେନା ଏବଂ ସଂଗଠନ ସଂପାଦକ ଇଂ ଅରୁଣ କୁମାର ସାହୁ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏକଥା ଜଣାଇଛନ୍ତି। ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ତଥା ବିବେକାନନ୍ଦ ଇନଷ୍ଟିଚ୍ୟୁଟର ଚେୟାରମ୍ୟାନ ଶିକ୍ଷାବିତ୍ ଡକ୍ଟର ଧୀରେନ୍ଦ୍ର ନନ୍ଦ ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରାଇବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like