-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ – ଆଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଚାଷ ର ଅଭିବୃଦ୍ଧି ଉପରେ ଗୁରୁତ୍ଵାରୋପ

03-Feb-2023



ବଲାଙ୍ଗିର(ପ୍ରେରଣା ଖବର) ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ କୋଶଳ କଳା ମଣ୍ଡଳ ପଡିଆ ବଲାଙ୍ଗିର ଠାରେ ଫେବ୍ରୁଆରି ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଇଥିବା ବଲାଙ୍ଗିର ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଆଜି ଅପରାହ୍ନ ରେ ଉଦଘାଟିତ ହୋଇଯାଇଛି । ଓଡିଶାର ଜଳ ସମ୍ପଦ ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳା କୁ ଉଦଘାଟନ କରି ପ୍ରଦର୍ଶନୀ ମଣ୍ଡପ ଗୁଡିକୁ ପରିଦର୍ଶନ କରିଥିଲେ । ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ରେ ମୋଟ ୭୨ ଗୋଟି ପ୍ରଦର୍ଶନୀ ଷ୍ଟଲ କରାଯାଇଛି । କୃଷି,ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ , ମତ୍ସ

,ପ୍ରାଣୀ ସମ୍ପଦ , ଆନ୍ତର୍ଜାତିକ ଧାନ ଗବେଷଣା ଅନୁଷ୍ଠାନ ,ଓଡିଶା ମିଲେଟ ମିଶନ ,ଉଠା ଜଳସେଚନ ,ଓରମାସ ,ମିଶନ ଶକ୍ତି ,ସ୍ଵୟଂ ସହାୟକ ଗୋଷ୍ଠୀ ,ଓଡିଶା କୃଷି  ଶିଲ୍ପ ନିଗମ ,ଏନ॰ ଜିଓ ,କୃଷି ଯନ୍ତ୍ରପାତି ବିକ୍ରୟ କରୁଥିବା ଡିଲର ଆଦି ଏହି ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ରେ ଅଂଶ ଗ୍ରହଣ କରିଛନ୍ତି । ଏଗ୍ରିବୋଟ କମ୍ପାନୀ ମେଳା ରେ କୃଷି କାର୍ଯ୍ୟ ରେ ବ୍ୟବହୃତ ଡ୍ରୋନ ପ୍ରଦର୍ଶନ କରିଥିଲେ । ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉପଲକ୍ଷେ ଅନୁଷ୍ଠିତ ସଭାରେ ଜଳ ସମ୍ପଦ ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଧୁନିକ  ବୈଷୟିକ ଜ୍ଞାନ କୌଶଳ ଓ କୃଷି ଯନ୍ତ୍ରପାତି ର ବ୍ୟବହାର ମାଧ୍ୟମରେ ଚାଷୀ ମାନେ ଚାଷ କ୍ଷେତ୍ରରେ କିପରି ଉନ୍ନତି କରିପାରିବେ ସେ ସମ୍ପର୍କରେ ଏହି ମେଳା ବେଶ ସହାୟକ ହେବ ବୋଲି ପ୍ରକାଶ କରିବା ସହ ଜିଲ୍ଲାରେ ଜଳସେଚନ ର ବ୍ୟବସ୍ଥା ନିମନ୍ତେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇଥିଲେ । ଚାଷୀ ମାନଙ୍କୁ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସଚେତନ କରିବା ସହ ବିଭିନ୍ନ କୃଷି ଯନ୍ତ୍ରପାତି ଉପରେ ଥିବା ସରକାରୀ ରିହାତି ସମ୍ପର୍କରେ ଅବଗତ କରି ସେମାନେ ଏଥିରୁ ଯେପରି ସୁଫଳ ପାଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ  ପରାମର୍ଶ ଦେଇଥିଲେ । ସଭାରେ ଲୋଇସିଂହ। ବିଧାୟକ ଡ଼ ମୁକେଶ ମହାଲିଙ୍ଗ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚାଷୀ ମାନେ ନୂତନ ବୈଷୟିକ ଜ୍ଞାନ କୌଶଳ ଓ କୃଷି ଯନ୍ତ୍ରପାତି ର ବ୍ୟବହାର କରି ଚାଷ କଲେ ବିଭିନ୍ନ ପ୍ରକାରର ଚାଷ ର ଉନ୍ନତି ହେବା ସଙ୍ଗେ ସଙ୍ଗେ  ସେମାନଙ୍କର ଅଭିବୃଦ୍ଧି ଘଟିବ ବୋଲି ପ୍ରକାଶ କରିବା ସହ ସରକାର ମିଲେଟ ମିଶନ କୁ ଗୁରୁତ୍ଵ ପ୍ରଦାନ କରୁଛନ୍ତି ତେଣୁ ଏହାକୁ ଯେପରି ପ୍ରୋତ୍ସାହିତ କରାଯିବ ସେଥିପ୍ରତି ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ । ସଭାରେ ଜିଲ୍ଲାପାଳ ଚଞ୍ଚଳ ରାଣା ସଭାପତିତ୍ଵ କରି ବଲାଙ୍ଗିର ଜିଲ୍ଲାରେ ପ୍ରଥମ ଥର ଏ ପ୍ରକାରର ମେଳା ର ଆୟୋଜନ କରାଯାଇଛି ଏବଂ ଏହାଦ୍ୱାରା ଜିଲ୍ଲା ର ଚାଷୀ ମାନେ ଚାଷ କାର୍ଯ୍ୟ ରେ ବ୍ୟବହାର ହେଇଥିବା ଆଧୁନିକ  ଜ୍ଞାନ କୌଶଳ ଓ କୃଷି ଯନ୍ତ୍ରପାତି ସମ୍ପର୍କରେ ଜାଣି ଚାଷ କାର୍ଯ୍ୟ ରେ ଲଗାଇପାରିବେ ବୋଲି ପ୍ରକାଶ କରିଥିଲେ । ଫାର୍ମ ଯାନ୍ତ୍ରିକକରଣ ଓ ଆଧୁନିକ ବୈଷୟିକ ଜ୍ଞାନ କୌଶଳ ର ପ୍ରୋତ୍ସାହନ ଜରିଆରେ ଚାଷୀ ମାନଙ୍କ ଜୀବନ ଜୀବିକା ର ମାନ ର ବୃଦ୍ଧି ଘଟିପାରିବ ବୋଲି ସେ ପ୍ରକାଶ କରିଥିଲେ । ସଭାରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ବଲାଙ୍ଗିର ଉପ  -ଜିଲ୍ଲାପାଳ କୁମାର ନାଗଭୂଷଣ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଶେଶ୍ଵର ସାହୁ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିବା ସହ ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଆୟୋଜନ ର ତାତ୍ପର୍ଜ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ସଭାରେ ସରସ୍ଵତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର କଦମପଡା ର ଛାତ୍ରଛାତ୍ରୀ ମାନେ ସ୍ଵାଗତ ସଂଗୀତ ପରିବେଷଣ କରିଥିଲେ । ସଭାରେ ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀମତୀ ସାହୁ ,ଓଡିଶା କୃଷି ଶିଲ୍ପ ନିଗମ ତରଫରୁ ୪ ଜଣ ଚାଷୀ ଙ୍କୁ ସରକାରୀ ରିହାତି ମୂଲ୍ୟରେ ପ୍ରଦତ୍ତ ଟ୍ରାକ୍ଟର ର ଚାବି ପ୍ରଦାନ କରିଥିଲେ । ସେହିପରି ଜିଲ୍ଲାର ୫ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀ ଙ୍କୁ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଟ୍ରଫି ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ମୃତ୍ତିକା ସଂରକ୍ଷଣ , ମତ୍ସ ଓ ପ୍ରାଣୀ ସମ୍ପଦ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ୩ ଜଣ ଚାଷୀ ଙ୍କୁ ସଭାରେ  ସମ୍ବର୍ଦ୍ଧିତ କରାଯାଇଥିଲା । ସଭା

ଶେଷରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲା କୃଷି ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ପଞ୍ଚାୟତ ରାଜ ଅନୁଷ୍ଠାନ ର କର୍ମକର୍ତ୍ତା , ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ,ଚାଷୀ ,ଏନ॰ଜି॰ ଓ  ର କର୍ମକର୍ତ୍ତା ଏବଂ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉପଲକ୍ଷେ ଆଜି ପୂର୍ବାହ୍ନ ରେ ସ୍ଥାନୀୟ ପାଟଣେଶ୍ଵରୀ ମନ୍ଦିର ରୁ କୃଷି ଯନ୍ତ୍ରପାତି ର ଏକ ରୋଡ ସୋ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ । ଟ୍ରାକ୍ଟର , ପାୱାର ଟିଲର ,ମିନି ଟ୍ରାକ୍ଟର ,ଥ୍ରେସର ,ରିପ୍ପର ,ରୋଟାଭେଟୋର ଆଦି ଏହି ରୋଡ ସୋ ରେ ସାମିଲ ହୋଇ ସହର ପରିକ୍ରମା କରିଥିଲା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like