-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ

07-Feb-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ର ୧୦ ଗୋଟି ବ୍ଲକ ଓ ୪ ଗୋଟି ସହରାଞ୍ଚଳ ରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯକ୍ରମ କରାଯିବ ।

ଆଜି ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀ ରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ ଏହି ସୂଚନା ଦେଇଛନ୍ତି । ଫାଇଲେରିଆ ନିରାକରଣ ଅଭିଯାନ କାର୍ଯକାରୀ କରାଯାଉଥିବା ବ୍ଲକ ଗୁଡିକ ହେଲା ଆଗଲପୁର ,ବେଲପଡା , ବଲାଙ୍ଗିର , ଦେଓଗାଁ ,ପାଟଣାଗଡ ,ଗୁଡଭେଲା ,ପୁଇଁତଲା, ଖପ୍ରାଖୋଳ ,ଲୋଇସିଂହା ,ଓ ତୁରେକେଲା । ସେହିପରି ସହରାଞ୍ଚଳ ଗୁଡିକ ହେଲା ବଲାଙ୍ଗିର ପୌରାଞ୍ଚଳ ,ପାଟଣାଗଡ ,କଣ୍ଟାବାଞ୍ଜି ଓ ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ । ଏହି ସମୟ ମଧ୍ୟରେ ଜିଲ୍ଲାର ୧୩ ଲକ୍ଷ ୧୯ ହଜାର ୭୫ ଜନସଂଖ୍ୟା କୁ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ଔଷଧ ପ୍ରଦାନ କରାଯିବ । ଏଥି ସକାଶେ ୫୨୭୬ ଜଣ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ଏବଂ ୫୨୮ ଜଣ ସୁପରଭାଇଜର ଙ୍କୁ ନିୟୋଜିତ କରାଯାଇଛି । ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ନିଜ ତତ୍ଵାବଧାନରେ ନିଜ ସମ୍ମୁଖରେ ଔଷଧ ଖୁଆଇବେ । ଗର୍ଭବତୀ ମହିଳା ,୨ ବର୍ଷରୁ କମ ବଯସର ଶିଶୁ ଓ ଗୁରୁତର ରୋଗୀ ଙ୍କୁ ଏହି ବଟିକା ଦିଆଯିବାନାହିଁ । ଡି॰ ଇ॰ ସି ବଟିକା ଓ କୃମିନାଶକ ବଟିକା ନିୟୋଜିତ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ପରିବାର ର ସଦସ୍ୟ ସଦସ୍ୟା ମାନଙ୍କୁ ବୟସ ଅନୁସାରେ ଏହି ବଟିକା ଖୁଆଇବେ । ଏହି ଔଷଧ ସେବନ ଦ୍ଵାରା ଶରୀର ଭିତରେ ଥିବା ମାଇକ୍ରୋ ଫାଇଲେରିଆ ପରଭୋଜୀ ସମ୍ପୂର୍ଣ ଭାବେ ମରିଯାଆନ୍ତି ଏବଂ ବଡ ପାରାସାଇଟ ମାନେ ନିସ୍ତେଜ ହୋଇଯାଆନ୍ତି ତଥା ଲୋକମାନେ ଭବିଷ୍ୟତରେ ଫାଇଲେରିଆ ରୋଗରୁ ସମ୍ପୂର୍ଣ ଆରୋଗ୍ୟ ଲାଭ କରନ୍ତି  ଏବଂ ଏହି ଔଷଧ ସମ୍ପୂର୍ଣ ନିରାପଦ ଅଟେ ବୋଲି ଡ଼ ମହନ୍ତ ସୂଚନା ଦେଇଥିଲେ । ଏ ସମ୍ପର୍କରେ ଜିଲ୍ଲାରେ ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ତାଲିମ ପ୍ରଦାନ ,ରାତ୍ରିକାଳୀନ ରକ୍ତ ନମୁନା ସର୍ଭେ ,ବ୍ଲକ ସ୍ତରୀୟ ସମନ୍ଵୟ ବୈଠକ ଏବଂ ମାଇକ୍ରୋପ୍ଲାନ ସମ୍ପୂର୍ଣ ହୋଇଯାଇଛି ବୋଲି ସେ ସୂଚନା ଦେଇଥିଲେ । ସଚେତନତା ନିମନ୍ତେ ଏ

ସମ୍ପର୍କିତ ଲିଫଳେଟ ବଣ୍ଟନ ଓ ବିଦ୍ୟାଳୟ ଗୁଡିକରେ ସଚେତନତା କାର୍ଯକ୍ରମ କରାଯାଇଛି ବୋଲି ସେ ପ୍ରକାଶ କରିଥିଲେ । ଆଜିର ଏହି ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦିବ୍ୟ କିଶୋର ପତି ,ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ସିଦ୍ଧେଶ୍ଵର ମାଝୀ ,ଡ଼ ନମୀତା ମିଶ୍ର ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ , ଜାତୀୟ ସ୍ୱାସ୍ଥ୍ୟ ମିଶନ ର ଜିଲ୍ଲା ପ୍ରୋଗ୍ରାମ ମେନେଜର ମୃତ୍ୟୁଞ୍ଜୟ ମୁଣ୍ଡ ,ଭେକ୍ଟର ବାହିତ ରୋଗ ନିୟନ୍ତ୍ରଣ କାର୍ଯକ୍ରମ ,ବଲାଙ୍ଗିର ର ଜିଲ୍ଲା ସଂଯୋଜକ ସୁରେଶ କୁମାର ସ୍ଵାଇଁ ଙ୍କ ସମେତ ପ୍ରିଣ୍ଟ ଏବଂ ବୈଦ୍ୟୁତିକ ଗଣମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like