-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ରିଷିଡା ଜେ.ଡି କଲେଜର ରୌପ୍ୟ ଜୟନ୍ତୀ ସମାରୋହ ଉଦଯାପିତ ପୁରାତନ ଛାତ୍ର ଙ୍କ ଦ୍ଵାରା ଅଭିନୀତ ନାଟକ ଦର୍ଶକଙ୍କ ମନ ମୋହିଥିଲା

10-Feb-2023



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ)
 କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜଗନ୍ନାଥ ଡିଗ୍ରୀ  କଲେଜର  ରୌପ୍ୟ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି।ଉଦଘାଟନୀ ଦିବସରେ ଅଧ୍ୟକ୍ଷ ଗଦାଧର ପଧାନ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକ ଭୂପିନ୍ଦର ସିଂ , ମୁଖ୍ୟ ବକ୍ତା ଭାବେ ଲୋକକବିରତ୍ନ ପଦ୍ମଶ୍ରୀ ହଳଧର ନାଗ ,  ସମ୍ମାନିତ ଅତିଥି ଭାବେ ଦହିତା କଲେଜ ବରଗଡ ର ଇଂରାଜୀ ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ପ୍ରମୁଖ ଯୋଗଦେଇ କର୍ଲାମୁଣ୍ଡା ବ୍ଲକର ପୁରାତନ କଲେଜ ରିଷିଡା ଜେ.ଡି କଲେଜ ଅନେକ କୃତୀ ସନ୍ତାନ ସୃଷ୍ଟି କରିଛି ବୋଲି ପ୍ରକାଶ କରିଥିଲେ । ଇଂରାଜୀ ଅଧ୍ୟାପକ ହିରୋଜ କୁମାର ଚାନ୍ଦ ସ୍ୱାଗତ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ରାଜନୀତିବିଜ୍ଞାନ ଅଧ୍ୟାପକ ଘନଶ୍ୟାମ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ପୁରାତନ ଛାତ୍ର ନରୋତ୍ତମ ସେଲମା ସଭା ସଂଯୋଜନା କରିଥିଲେ । ଅପରାହ୍ନ ଅଧିବେଶନରେ ବିଡିଓ ସୁଶ୍ରୀ ସୁଚରିତା ମୁଗ୍ରୀ ମୁଖ୍ୟଅତିଥି, ଜିଲ୍ଲାପରିଷଦ ସଭ୍ୟ ( କ ଜୋନ) ମହେନ୍ଦ୍ର ରଣା, ରିଷିଡା ସରପଞ୍ଚ ସେବତୀ ରଣା, ପୌରକେଲା ସରପଞ୍ଚ ଯଶୋସ୍ୱିନୀ ଧରୁଆ, ରିଷିଡା ସମିତିସଭ୍ୟ ନିମାଁଇଚରଣ ବେହେରା ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥଲେ । ପରେ ପରେ ପୁରାତନ ଛାତ୍ର ଗଙ୍ଗାଧର ରଣା ଙ୍କ ସଂଯୋଜନା ରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏଥିରେ ପୁରାତନ ଛାତ୍ର ମାନେ କୋଶଲି ନାଟକ କଳିଯୁଗିଆଯମ ପରିବେଷଣ କରିଥିବା ବେଳେ ଓଡିଶା ସରକାର ଙ୍କ ସଂସ୍କୃତି ବିଭାଗ ପକ୍ଷରୁ ଅଭିନ୍ନ ସୁନ୍ଦର ଗୋଟିପୁଅ ନୃତ୍ୟ ପରିଷଦ, ଉତ୍କଳ ଡ୍ୟାନ୍ସ ଏଣ୍ଡ ରିସର୍ଚ୍ଚ ଏକାଡେମୀ ଖୋର୍ଦ୍ଧା, ଓ ବିଚିତ୍ର ବର୍ଣ୍ଣାଳୀ ନାଟ୍ୟ ସଂସଦ ଦିଗପହଣ୍ଡ ଗଞ୍ଜାମ ର କଳାକାର ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କଲେଜର ଛାତ୍ରୀ ମାନେ ମଧ୍ୟ ସମ୍ବଲପୁରୀ ନୃତ୍ୟରେ ମଞ୍ଚକୁ ଦୁଲୁକାଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ଶରତ ସାହୁ, କ୍ଷୀରୋଦ୍ର ସାହୁ, ଲଲିତ ସାହୁ, ମକୁନ୍ଦ ରଣା, ଡାଲଟନ ରଣା, ନବୀନ ରଣା, ଶିବପ୍ରସାଦ ରଣା, ଭଗବାନ ରଣା ଙ୍କ ସମେତ ପୁରାତନ ଛାତ୍ର ଭଜଶ୍ୟାମ ସାହୁ, ଯୁଗଳ କିଶୋର ରଣା, ମାର୍କଣ୍ଡ ସାହୁ, ସତ୍ୟନାରାୟଣ କୁମାର, ରମେଶଚନ୍ଦ୍ର ସାହୁ, ବାସୁଦେବ ସେଲମା, ଦେବେନ୍ଦ୍ର ଲେଙ୍କା, ରଶ୍ମିରଞ୍ଜନ ଲେଙ୍କା, ବସନ୍ତ ସାହୁ, କୈଳାସ ସାହୁ ଙ୍କ ସମେତ ଅନେକ ପୁରାତନ ଛାତ୍ରଛାତ୍ରୀ ସହଯୋଗ କରିଥିଲେ ।

ଏହି ଅବସରରେ ମହାବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ସଦସ୍ୟା ମାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।ଏଥି ସହିତ ସ୍ମରଣିକା ଉନ୍ମୋଚନ କରାଯିବା ସହ ନବନିର୍ମିତ ରୌପ୍ୟ ଜୟନ୍ତୀ ସ୍ମାରକୀ ପ୍ରବେଶଦ୍ୱାରର ଉଦଘାଟନ କରାଯାଇଥିଲା l ଉଦଯାପନୀ ସମାରୋହର  ପ୍ରଥମ ଅଧିବେଶନରେ କର୍ଲାମୁଣ୍ଡା ତହସିଲଦାର ମିଳନ କୁମାର ଝାଙ୍କର ମୁଖ୍ୟଅତିଥି, ଡୁଙ୍ଗୁରିପାଲି କଲେଜର ଇତିହାସ ପ୍ରାଧ୍ୟାପକ କିଶୋର ମେହେର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ l ସନ୍ଧ୍ୟାରେ ଆୟୋଜିତ ଉଦଯାପନୀ ସମାରୋହରେ ଅଧ୍ୟକ୍ଷ ଗଦାଧର ପଧାନ ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ ମୁଖ୍ୟଅତିଥି, କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ କୁମାର ସଥପଥି ବିଶିଷ୍ଟ ଅତିଥି, ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ, ବ୍ଲକ ଅଧ୍ୟକ୍ଷl କୁନି ସାହୁ, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ଗଜବାହାଲ ସରପଞ୍ଚ ଅରବିନ୍ଦ ଗହୀର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷିତ ହେବାସହ ଭଲ ମଣିଷ ଟିଏ ହେବାକୁ ପରାମର୍ଶ ଦେଇଥିଲେ l ଆବାହକ ନରୋତ୍ତମ ସେଲମା ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପକ ହିରୋଜ ଚାନ୍ଦ ସ୍ୱାଗତ ଭାଷଣ ଓ ଅଧ୍ୟାପକ ଶରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ କଲେଜର ପ୍ରତେକ ବର୍ଷର ଟପର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ପୁରାତନ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ମୟୁରଭଞ୍ଜର ପଲ୍ଲବୀ ଅନୁଷ୍ଠାନ, ତୁଷୁରାର ଘୁଡକା ନୃତ୍ୟ, ପୁରାତନ ଛାତ୍ରଙ୍କ ଦ୍ୱାରା ସୀତାଚୋରି ଓ ରିଷିଡା ଶିଶୁ ମନ୍ଦିର ଛାତ୍ର ଛାତ୍ରୀ ତଥା କଲେଜ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା l ଏହାକୁ ଗଙ୍ଗାଧର ରଣା ଓ ମଧୁସୂଦନ ବାଗ ପରିଚାଳନା କରିଥିଲେ l ସମସ୍ତ ଅଧ୍ୟାପକ, କର୍ମଚାରୀ, ପୁରାତନ ଓ ଅଧ୍ୟୟନରତ ଛାତ୍ରଛାତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like