-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପୁଣି ଏକ ନିଛକ ଓଡିଆ କାହାଣୀକୁ ନେଇ ମହୁରତ୍ ହେଲା ଚଳଚ୍ଚିତ୍ର ‘ପ୍ରଥା’

11-Feb-2023



ଓଡିଆ ଚଳଚ୍ଚିତ୍ର ଜଗତ ପୁଣି ଚଳଚଞ୍ଚଳ ହେଉଛି । ଦର୍ଶକ ମାନେ ନିଜ ମନ ମୁତାବକ ଚଳଚ୍ଚିତ୍ର ଦେଖିବାକୁ ପାଉଥିବାରୁ ପୁଣି ଫେରିଛନ୍ତି ଫିଲ୍ମ ହଲ କୁ ନିଜର ମନପସନ୍ଦ ର ଚଳଚ୍ଚିତ୍ର ଦେଖିବା ପାଇଁ, କାରଣ ଓଡିଆ ଦର୍ଶକ ଖୋଜୁଥିବା ଆମ ରାଜ୍ୟର ପରମ୍ପରା ଓ ରୀତିନୀତିକୁ ନେଇ ହେଉଥିବା କାହାଣୀ ପୁଣି ଦେଖିବାକୁ ପାଇଛନ୍ତି । ନିକଟରେ ସୁପରହିଟ ହୋଇଥିବା ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ତା'ର ଉଦାହରଣ । ସେହିପରି ଏକ ନିଛକ ଓଡିଆ କାହାଣୀ କୁ ନେଇ ଆସୁଛି ସାନ୍ଲିସା

ସିଗ୍ନେଚର ଫିଲ୍ମ୍ସର ପ୍ରଥମ ଅବଦାନ ‘ପ୍ରଥା’ । ଭୁବନେଶ୍ବରର ଏକ ଘରୋଇ ପଞ୍ଚତରକା ହୋଟେଲରେ ଏହି ଚଳଚ୍ଚିତ୍ର ର ମହୁରତ୍ ହୋଇଯାଇଛି । ଏହି ଅବସରରେ ଓଡିଆ ଚଳଚ୍ଚିତ୍ର ଜଗତର ଭେଟେରାନ୍ ଅଭିନେତା ଉତ୍ତମ ମହାନ୍ତିଙ୍କ ସହ ‘ପ୍ରଥା’ ର ନିର୍ଦ୍ଦେଶକ, ପ୍ରଯୋଜକ, ଅଭିନେତା ଓ ଅଭିନେତ୍ରୀଙ୍କ ଛଡା ଅନ୍ୟାନ୍ୟ କ୍ରୁ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ ।   

‘ପ୍ରଥା’ ହେଉଛି ଆମ ଓଡ଼ିଶାର କାହାଣୀ,ଆମ ଗାଁ’ର କାହାଣୀ । ଯେପରି ଏଇ କାହାଣୀର ନାଁ’ କହୁଚି,ଏହି କାହାଣୀ ଆମ

ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ। ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି ସ୍ବରାଜ ବାରିକ, ଶୀତଲ ପାତ୍ର ଓ ମୁମ୍ବାଇ ର ଜଣେ ଅଭିନେତ୍ରୀ ତଥା ମଡେଲ ସିମ୍ରନ କୌର ।  ସିମ୍ରନ ଲୋକପ୍ରିୟ ଏନିମେସନ୍ ସିରୀଜ ଡୋରେମନ୍ ର ଭଏସ୍ ଆର୍ଟିଷ୍ଟ ଯିଏ ନୋବିତା ପାଇଁ ଭଏସ୍ ଦିଅନ୍ତି । ଏମାନଙ୍କ ଛଡା ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶଃ ଆଲୱାହଟ (ବଲିଉଡ୍ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଏବଂ ନିର୍ଦ୍ଦେଶକ), ରବି ମିଶ୍ର, ସତିଶ ପଟେଲ ଓ ଇଲ୍ଲୁ ବାନର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ ଏବଂ ଅସିତା ଶତପଥି ଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ । 
ଆମେ ଯୁଗ ଯୁଗନ୍ତାରୁ ବହୁତ କିଛି ପ୍ରଥା, ପରମ୍ପରା ଓ ରୀତିନୀତି ବିନା ପ୍ରଶ୍ନରେ ମାନି ଆସୁଛେ । ଏଗୁଡିକ ମଧ୍ୟରୁ କିଛି ଭଲ ଆଉ କିଛି କ୍ଷତିକାରକ । ଏମିତି ବି କିଛି ପ୍ରଥା ଓ ରୀତିନୀତି ଅଛି ଯାହା ପୂର୍ବ କାଳରେ ଉପଯୁକ୍ତ ଥିଲା ହେଲେ ଆଜିର ସମୟରେ ମୂଲ୍ୟହୀନ । ଏସବୁ ଜାଣି ମଧ୍ୟ ଆମେ ସେ ସବୁକୁ ଅନୁକରଣ କରି ଅସୁଛେ । କାହାଣୀଟି ସେହିପରି କିଛି ପ୍ରଥା, ପରମ୍ପରା, ରୀତିନୀତି ଏବଂ ଏଥିରେ ଥିବା କିଛି ବିଶ୍ବାସ, ଅବିଶ୍ବାସ ଓ ଏଥିରେ ଆସିଥିବା ପରିବର୍ତ୍ତନକୁ ଆମ ସାଧାରଣ ଲୋକ କିପରି ଅପଣାଇବାକୁ ସକ୍ଷମ ଏବଂ ଅକ୍ଷମ ହେଉଛନ୍ତି, ତାକୁ ହିଁ ବ୍ୟାକ୍ଷା କରୁଛି।
ଗ୍ରାମାଞ୍ଚଳର ଜୀବନ ବଞ୍ଚିବା ଶୈଳୀ ଏବଂ ସହରାଞ୍ଚଳର ଜୀବନ ବଞ୍ଚିବା ଶୈଳୀ କେତେ ଅଲଗା, ସେଇଟା ଆମେ ଏହି ଚଳଚ୍ଚିତ୍ର ମାଧ୍ୟମରେ ଦେଖିବାକୁ ପାଇବା । ଏକା ଭଳି ପରିସ୍ଥିତିରେ ଥିଲେ ବି ଦୁଇଟା ଲୋକଙ୍କର ଜୀବନ କେତେ ଅଲଗା ହେଇପାରେ ତାହା ଏଇ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶକ କେ. ମୂରଲୀ କ୍ରୀଷ୍ଣା ଆପଣଙ୍କୁ ଦେଖାଇବାର ପ୍ରୟାସ କରିବେ ।
ସ୍ଵରାଜ ଲଭରବୟ ଭୂମିକାରୁ ବାହାରି ଏକ ନୂତନ ଧରଣର ଚରିତ୍ରରେ ଅଭିନୟ କରିବା ପ୍ରଥମ । ଶୀତଲଙ୍କୁ ଜଣେ ଗାଁ ଝିଅର ଭୂମିକାରେ ଆମେ ଦେଖିବାକୁ ପାଇବା । ଏହା ଛଡା ବଲିଉଡ୍ ଅଭିନେତ୍ରୀ ସିମ୍ରନ କୌର ଜଣେ ଆଧୁନିକ, ସ୍ବାଧୀନ ନାରୀର ଚରିତ୍ରରେ ଆସିବେ। 
ଉଭୟ ଶିତଲ ଏବଂ ସିମ୍ରନ ଭିନ୍ନ ଭିନ୍ନ ପରିବେଶରେ ରହି ମଧ୍ୟ କିପରି ଏକା ଭଳି ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି ଏବଂ ଦୁହେଁ ସେହି ପରିସ୍ଥିତି ସାମ୍ନା କିପରି କରୁଛନ୍ତି, ତାହା ‘ପ୍ରଥା’ କାହାଣୀର ଏକ ମୁଖ୍ୟ ଅଂଶ । ଏହା ଆଜିକା ସମୟରେ ଗ୍ରାମାଞ୍ଚଳର ନାରୀ ଏବଂ ସହରାଞ୍ଚଳର ନାରୀ ମଧ୍ୟରେ ଥିବା ଅନ୍ତରକୁ ପରିବେଷିତ କରିବା । ଚଳଚ୍ଚିତ୍ର ଟି କୋରାପୁଟ, ଦିଲ୍ଲୀ ଏବଂ ରାଜସ୍ଥାନରେ ଶୂଟ୍ ହେବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ସୂଚନା ଅଛି l ଚଳଚ୍ଚିତ୍ର ପ୍ରଥା ର ଅନ୍ୟାନ୍ୟ ଦାୟିତ୍ୱ ରେ ଯେମିତି କି ଡିଓପି ନରେନ୍ଦ୍ର ଗୌଡ଼, ସଙ୍ଗୀତ ନିର୍ଦ୍ଦେଶନା ଅସଦ ନିଜାମ, ସଂଳାପ ବିଜୟ କୁମାର ରାଉଳ, କରିଓଗ୍ରାଫର ଆରିୟନ ଓ ଲାଇମ ପ୍ରଡୁସର ବିଜୟ ପାତ୍ର ଅଛନ୍ତି l ମହୁରତ ଉତ୍ସବ ର ମଞ୍ଚ ପରିଚାଳନା ଦାୟିତ୍ୱ ରେ ଥିଲେ ଆର.ଯେ ଗୁଡ୍ଡୀ l ଚଳଚ୍ଚିତ୍ର ପ୍ରଥା ର ପ୍ରଚାର ପ୍ରସାର ଦାୟିତ୍ୱ ରେ ଅଛନ୍ତି ଅମୃତ ନନ୍ଦ l

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like