-+91-9937148622 |
prerana_bgr@rediffmail.com |
Wednesday 11th March 2026 |
R.N.I. Regd No. ODIODI/2010/46693
Breaking News
13-Feb-2023
ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ସୋମବାର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମାଧାନ କରିଥିଲେ। ଏହି ଶିବିରରେ ୪୪ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୮ଗୋଟି,ସାମୁହିକ ଦରଖାସ୍ତ ୬ ଗୋଟି ଦରଖାସ୍ତ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ଗୋଟିଏ ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୩ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଚମ୍ପାମାଲ ଗ୍ରାମର ଦିବ୍ୟାଜ୍ୟୋତି ଥନାପତି ଓ ରଥପୁର ନିବାସୀ ଦେବକୀ ବଘାର ଙ୍କୁ ବିଧବା ଭତ୍ତା ସହାୟତା ଯୋଜନାରେ ରେ ସାମିଲ କରାଯାଇ ମାସିକ ୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା । ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର, ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧୀକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି -ଇଂ ଦାମୋଦର କୈବର୍ତ୍ତ ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଡ଼ିଏସଏସଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ବୀରମହାରାଜପୁର ତହସିଲଦାର ବିବୋଦ୍ଧ ଗଡ଼ନାୟକ, ବ୍ଳକସ୍ତରୀୟ ଅଧିକାରୀ ମାନେ ଯୋଗଦେଇ ଥିବା ବେଳେ ବ୍ଳକ କର୍ମଚାରୀ ସହଯୋଗ କରିଥିଲେ।