-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ଜିଲ୍ଲା

ଲାଞ୍ଚ ନ ଦେବାରୁ ଆବାସ ଘର ଫାଇନାଲ ବିଲ ମିଳିନି

06-Dec-2020



 ଲୋଇସିଂହା, (ପ୍ରେରଣା ଖବର) - ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହେଉଛି । କେଉଁଠି ସରକାରୀ ଜାଗାରେ ଆବାସ ଘର ତିଆରି ହେଉଥିବା ବେଳେ ଆଉ କେଉଁଠି ଗୋଟିଏ ପରିବାରର ତିନି/ଚାରି ଜଣ ସଦସ୍ୟଙ୍କୁ ଘର ମିଳିଛି । କେଉଁଠି ଅବିବାହିତ ନାବାଳକ ପୁଅକୁ ଘର ମିଳୁଛି ତ କେଉଁଠି ଏହି ଯୋଜନାରେ ଦ୍ଵିତଲ ପ୍ରସାଦ ତିଆରି ହେଉଛି । ତେବେ ଟଙ୍କା ଦେଇ ନ ପରିବାରୁ ଜନୈକ ହିତାଧିକାରୀଙ୍କ ଫାଇନାଲ ବିଲ ଅଟକି ଯାଇଥିବା ଭଳି ଆଉ ଏକ ଗୁରୁତର ଅଭିଯୋଗ ଆସିଛି ବ୍ଳକର ଉପାନ୍ତ ଅଂଚଳରୁ । 

ଅଭିଯୋଗ ମୁତାବକ, ଲୋଇସିଂହା ବ୍ଲକ ଆଭ୍ୟନ୍ତରୀଣ ରତାଖଣ୍ଡି ପଂଚାୟତ ଅଧିନ ତାଳଜୁରୀ ଗ୍ରାମର ସର୍ବେ ସାହୁ ଚଳିତ ବର୍ଷ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଥିଲେ । ଆଶା ଥିଲା, ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଘର ତିଆରି କରି ସରକାରଙ୍କ ଦ୍ୱାରା ପ୍ରଦତ୍ତ ପ୍ରୋତ୍ସାହନ ରାଶି ପାଇବେ । ତେବେ ପଂଚାୟତ ଠାରୁ ବ୍ଲକ କର୍ତ୍ତୃପକ୍ଷଙ୍କ ପର୍ଯ୍ୟନ୍ତ ପିସି କାରବାରରେ ସାମିଲ ଥିବା କର୍ମଚାରୀଙ୍କ ଚକ୍ରବ୍ୟୁହ ମଧ୍ୟରେ ସର୍ବେ ଫସି ଯାଇଥିଲେ । ରତାଖଣ୍ଡି ପଂଚାୟତର ଜିଓ ଟେଗ ମାନସ ସାହୁଙ୍କୁ ଟଙ୍କା ଦେଇ ନ ପରିବାରୁ ତାଙ୍କ ଫାଇନାଲ ବିଲ ଅଟକି ଯାଇଥିବା ସର୍ବେ ଅଭିଯୋଗ କରିଛନ୍ତି । ନିର୍ମାଣାଧୀନ ଆବାସ ଘର ଫଟୋ ଉଠାଇବା ବାବଦରେ ଥରକେ ଜଣକ ଠାରୁ ଜିଓଟେଗ ୫ ଶହ ଟଙ୍କା ନେଉଥିବା ବେଳେ ସର୍ବେ ସାହୁ ମଧ୍ୟ ଆଠଶହ ଟଙ୍କା ଦେଇ ସାରିଥିବା ପ୍ରକାଶ କରିଛନ୍ତି । ଅଧିକ ୫ ହଜାର ଟଙ୍କା ସେ ଦେବାରେ ଅସମର୍ଥ ହେବାରୁ ତାଙ୍କ ଚୂଡାନ୍ତ ବିଲ ଅଟକି ରହିଥିବା ସର୍ବେ ସାହୁ ବିଡ଼ିଓ ଙ୍କ ନିକଟରେ ଅଭିଯୋଗ କରିଛନ୍ତି । ତଥାପି ମଧ୍ୟ କୌଣସି ସୁଫଳ ମିଳିନଥିବା ଜଣାଯାଇଛି । ଅପରପକ୍ଷରେ ଜିଓଟେଗ ଶ୍ରୀ ନାଏକଙ୍କ ଜରିଆରେ ପଂଚାୟତ ଠାରୁ ବ୍ଲକ କର୍ତ୍ତୃପକ୍ଷଙ୍କ ପର୍ଯ୍ୟନ୍ତ ପିସି ବାବଦରେ ଟଙ୍କା ଯାଉଥିବା ସର୍ବେ ଅଭିଯୋଗ କରିଛନ୍ତି । ଏ ବାବଦରେ ଜିଓଟେଗ ଶ୍ରୀ ସାହୁଙ୍କୁ ପଚାରିବାରେ ଫାଇଲ ଲାଗିଛି, ଖୁବ ଶୀଘ୍ର ଟଙ୍କା ଜମା ହୋଇଯିବା ବୋଲି ସେ ପ୍ରକାଶ କରିଥିଲେ । ବିଡ଼ିଓ ରାମଚନ୍ଦ୍ର ଖାଡ଼ିଆଙ୍କୁ ପଚାରିବାରୁ ହିତାଧିକାରୀଙ୍କ ଜମାଖାତାରେ ଫାଇନାଲ ବିଲ ବାବଦ ପ୍ରାପ୍ୟ ପଡି ସାରିଥିବା ପ୍ରକାଶ କରିଥିଲେ । ହେଲେ ଶୁଣିବାକୁ ମିଳୁଛି ଯେ ବିଲ ଏ  ପର୍ଯ୍ୟନ୍ତ ପଡ଼ିନାହିଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like