-+91-9937148622 |
prerana_bgr@rediffmail.com |
Saturday 21st March 2026 |
R.N.I. Regd No. ODIODI/2010/46693
Breaking News
28-Feb-2023
ବରଗଡ଼: ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟରେ ରାଷ୍ଟ୍ରୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରସିଦ୍ଧ ବୈଜ୍ଞାନିକ ଡ.ସି.ଭି. ରମଣଙ୍କ ଫଟୋଚିତ୍ର ଉପରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଶିଶିର ପ୍ରସାଦ ରାଉଳ ତଥା ଉପାଧ୍ୟକ୍ଷ ଶ୍ରୀ ପ୍ରଦୀପ କୁମାର ସାହୁ ମାଲ୍ୟାର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ବିଜ୍ଞାନ ଶିକ୍ଷକଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀଙ୍କ ଦ୍ୱାରା କାର୍ଯ୍ୟକ୍ରମ ପରିଚାଳନା ହୋଇଥିଲା । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ ।