-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ କନିଷ୍ଠ ରେଡ଼କ୍ରସ ଅଧ୍ୟୟନ ଓ ତାଲିମ ଶିବିର ଉଦଯାପିତ-

03-Mar-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୧୬ ତମ ଜିଲ୍ଲା ସ୍ତରୀୟ ଜୁନିଅର ରେଡ଼କ୍ରସ ଅଧ୍ୟୟନ ଓ ତାଲିମ ଶିବିର ତା ୦୨.୦୩.୨୩ ଓ ୦୩.୦୩.୨୩ ଦୁଇ ଦିନ ଧରି ଆୟୋଜିତ ହୋଇ ଯାଇଛି  l ଜୁନିଅର ରେଡ଼କ୍ରସ ପରିବାର ସହ ଜୀବନ ସାରା ଯୋଡି ହୋଇଥିବା ପୂର୍ବତନ ଜୁନିଅର ରେଡ଼କ୍ରସ ଅଫିସର ଶ୍ରୀଯୁକ୍ତ ଧରମ ସିଂ ମିଶ୍ର ପତାକା ଉତ୍ତୋଳନ କରି ଶିବିର କୁ ଉଦଘାଟନ କରିଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ଭୋଇ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉଦଘାଟନୀ ସଭା ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଙ୍କ ପ୍ରତିନିଧି ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜୁନିଅର ମାନଙ୍କୁ ସେବା ମନୋଭାବ ରେ ବ୍ରତୀ ହେବାକୁ ଆହ୍ୱାନ ଦେଇଥିଲେ l ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ଧରମ ସିଂ ମିଶ୍ର ପ୍ରଶିକ୍ଷଣ କୁ ଜୀବନ ରେ ଉପଯୋଗ କରିବାଜୁ ପରାମର୍ଶ ଦେଇଥିଲେ l ସମ୍ମାନିତ ଅତିଥିଭାବେ ସହ-ଜିଲ୍ଲା ଶିକ୍ଷା ଅଧିକାରୀ, ସୁବର୍ଣ୍ଣପୁର ଡ଼.ରାଧାକାନ୍ତ ଗଡତିଆ ଏବଂ ଶ୍ରୀମତୀ ମଞ୍ଜୁଲତା ଭୋଇ ସେବା ଓ ବନ୍ଧୁତାଭାବ କୁ ଆଗକୁ ବଢେଇବା ପାଇଁ ପରାମର୍ଶ ପ୍ରଦାନ କରିଥିଲେ l ଜୁନିଅର ରେଡ଼କ୍ରସ ଅଧିକାରୀ ଶ୍ରୀଯୁକ୍ତ ରବି ଚନ୍ଦ୍ର ପଶାୟତ ବିବରଣୀ ପଠନ କରିଥିବା ବେଳେ ବରିଷ୍ଠ ସାଧନ କର୍ମୀ ଚନ୍ଦ୍ରମଣି ବାଗ ମଞ୍ଚ ପରିଚାଳନା କରିଥିଲେ l ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀମାନେ ସ୍ୱାଗତ ସଂଗୀତ ଗାନ କରିଥିବା ବେଳେ, କିଡ଼ସ ଇଂରାଜୀ ବିଦ୍ୟାଳୟ ର ଛାତ୍ରୀ ଆକାଂକ୍ଷା ଦାଶ ଓଡିଶୀ ନୃତ୍ୟ ମାଧ୍ୟମରେ ସମସ୍ତ ଙ୍କୁ ସ୍ୱାଗତ କରିଥିଲେ l ବରିଷ୍ଠ ସାଧନ କର୍ମୀ ଝସକେତନ ମେହେର ଧନ୍ୟବାଦ ଦେଇଥିବା ବେଳେ ଶିବିରରେ ସୁବର୍ଣ୍ଣପୁର ଜିଲ୍ଲା ର ୧୧୪ ଟି ବିଦ୍ୟାଳୟ ରୁ ୧୧୪ ଜଣ ପରାମର୍ଶଦାତା , ୧୩0 ଜଣ ବାଳକ ଜୁନିଅର ଏବଂ ୧୭୯ ଜଣ ବାଳିକା ଜୁନିଅର ଯୋଗଦାନ କରିଥିଲେ l ଆଜି ଦ୍ୱିତୀୟ ଦିନ ସକାଳ  ରୁ ପ୍ରାର୍ଥନା, ଯୋଗ, ପ୍ରାଣାୟାମ ସହ ସର୍ବ ଧର୍ମ ପ୍ରାର୍ଥନା ର ଆୟୋଜନ ହୋଇଥିଲା l ଏ କାର୍ଯ୍ୟକ୍ରମ ରେ ମାର୍ଗଦର୍ଶକ ପ୍ରସନ୍ନ ଶତପଥୀ ଓ ଯୋଗ ଗୁରୁ ହୃଷିକେଶ ଦେହେରୀ ଯୋଗ ଦାନ କରି ସୁସ୍ଥ ଜୀବନ ଶ୍ରେଷ୍ଠ ଜୀବନ ର ବାର୍ତ୍ତା ପ୍ରଦାନ କରିଥିଲେ l  ପରେ ସହର ରେ ରେଡ଼କ୍ରସ ର ବାର୍ତ୍ତା ପହଂଚାଇବା ପାଇଁ ଏକ ଶାନ୍ତି ଶୋଭାଯାତ୍ରା ବାହାରିଥିଲା l ଉକ୍ତ ଶୋଭଯାତ୍ରା କୁ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ଭୋଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ସହ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ ରାଧାକାନ୍ତ ଗଡତିଆ, ଜୁନିଅର ରେଡ଼କ୍ରସ ର ଉପ ସଭାପତି ଗତିକୃଷ୍ଣ ମିଶ୍ର, ଜୁନିଅର ରେଡ଼କ୍ରସ ଅଧିକାରୀ ରବିଚନ୍ଦ୍ର ପଶlୟତ, ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ମାର୍ଗଦର୍ଶକ,ବାଳକ ଜୁନିଅର ଓ ବାଳିକା ଜୁନିଅର ଯୋଗଦାନ କରିଥିଲେ l ପୁନଶ୍ଚ ଜିଲ୍ଲା ସାଧନ କର୍ମୀ ମାନେ ପ୍ରାଥମିକ ଚିକିତ୍ସା, ଦୁର୍ଘଟଣା ସମୟରେ  ସେବା ଓ ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ଜୁନିଅର ମାନଙ୍କୁ ତାଲିମ ପ୍ରଦାନ କରିଥିଲେ ।ଅପରାହ୍ନ ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଅଧ୍ୟକ୍ଷତା କରିଥିବାବେଳେଜିଲ୍ଲା ଜୁନିଅର ରେଡକ୍ରସ ସଭାପତି ତଥା ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ଭୋଇ ମୁଖ୍ୟ ଅତିଥି ରୁପେ ଯୋଗ ଦେଇଥିବା ବେଳେ ସହ ଜିଲ୍ଲା ଶିକ୍ଷା ଅଧିକାରୀ ଡକ୍ଟର ଗଡତିଆ ତଥା ଶ୍ରୀମତୀ ଭୋଇ ଓ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର  ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗତିକୃଷ୍ଣ ମିଶ୍ର ଓ ବାଳିକା ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ଶ୍ରୀମତୀ କମଳିନୀ ଶତପଥୀ    ପ୍ରମୁଖ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ଜୁନିଅର ରେଡକ୍ରସ ମୁଖପତ୍ର "ଉତ୍ସର୍ଗ " କୁ ଉନ୍ମୋଚନ କରା ଯାଇଥିଲା l ତା ସହିତ ଶିବିର ଜୁନିଅର ମାନଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତା ର କୃତି ଛାତ୍ରୀ ଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଜିଲ୍ଲା ଜୁନିଅର ରେଡକ୍ରସ ଅଧିକାରୀ ଶ୍ରୀ ପଶାୟତ ଶିବିରର ବିବରଣୀ ପ୍ରଦାନ କରିଥିଲେ । ମେଣ୍ଡା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ  ଶ୍ରୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଶିବିରକୁ ଜିଲ୍ଲାର ବିଭିନ୍ନ ଜୁନିଅର ରେଡକ୍ରସ ପରାମର୍ଶଦାତା ଓ ପରାମର୍ଶଦାତ୍ରୀ ମାନେ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like