-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ଜୟନ୍ତୀରେ ସଶ୍ରଦ୍ଧ ଶ୍ରଦ୍ଧାଞ୍ଜଳି   ‘ବୀରତ୍ୱର ପ୍ରତୀକ ହେଉଛନ୍ତି ବିଜୁବାବୁ’ 

06-Mar-2023



ବଲାଙ୍ଗୀର(ପ୍ରେରଣା ଖବର)-  ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ବଲାଙ୍ଗୀର ଟାଉନ୍ ହଲ ଠାରେ ସମାଜସେବୀ ଅମନ ନାଗଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିଲା । ମୁଖ୍ୟଅତିଥି ଭାବେ ବିଶିଷ୍ଟ ସୂଚନା ଅଧିକାର କର୍ମୀ ହେମନ୍ତ କୁମାର ପଣ୍ଡା ଯୋଗଦାନ କରି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପଟ୍ଟନାୟକଙ୍କ ଛାତ୍ର ଜୀବନ, ରାଜନୈତିକ ଜୀବନ ଏବଂ ସାମାଜିକ ଜୀବନର ଉତ୍ତରଣ ବିଷୟରେ ସବିଶେଷ ଆଲୋଚନା କରିଥିଲେ । ଜଣେ ସ୍ୱାଧୀନତା ସଂଗ୍ରାମୀ, ବୀର ପୁରୁଷ ଭାବେ ସେ କିଭଳି କାଶ୍ମୀର ଘାଟିରେ ବିମାନ ଯୋଗେ ସୈନ୍ୟ ଅବତରଣ କରି ପ୍ରେରଣା ଯୋଗାଇଥିଲେ ବର୍ଣ୍ଣନା କରିଥିଲେ । ଇଣ୍ଡୋନେସିଆରୁ ଡକୋଟା ବିମାନ ଯୋଗେ ସେଠାକାର ନଜରବନ୍ଦୀ ଥିବା ଉପରାଷ୍ଟ୍ରପତି ଏବଂ ପ୍ରମୁଖ ନେତୃବୃନ୍ଦଙ୍କୁ ପ୍ରତିକୂଳ ପରିସ୍ଥିତିିରେ ଉଠାଇ ଆଣିଥିଲେ ତାହା କହିଥିଲେ । ଜଣେ ରାଷ୍ଟ୍ରଭକ୍ତ ଭାବେ ଅଦମ୍ୟ ସାହସ ଦେଖାଇବା ସହ ଜଣେ ଓଡିଆ ଭାବେ ସେ ସବୁବେଳେ ଅନ୍ୟମାନଙ୍କୁ ପ୍ରେରିତ କରିଆସିଛନ୍ତି । ଆଜିର ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପର ଅଗ୍ରଗତିରେ ତାଙ୍କର ଅବଦାନ ସବୁଠୁ ବେଶୀ ବୋଲି ସେ କହିଥିଲେ । ବିଜୁବାବୁ ସବୁ ପିଢ଼ିର ଲୋକଙ୍କ ପାଇଁ ପ୍ରେରଣାର ଜ୍ୱଳନ୍ତ ମଶାଲ ହୋଇରହିଛନ୍ତି ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ସାମ୍ବାଦିକ ବୀରେନ୍ଦ୍ର କୁମାର ଝାଙ୍କର ପଞ୍ଚାୟତିରାଜ ବ୍ୟବସ୍ଥା ଏବଂ ମହିଳା ସଶକ୍ତିକରଣ ଦିଗରେ ବିଜୁ ପଟ୍ଟନାୟକଙ୍କ ଅବଦାନ ବିଷୟରେ କହିଥିଲେ । ସଭାପତୀୟ ଅଭିଭାଷଣରେ ବିଶିଷ୍ଠ ସଙ୍ଗଠକ ନାଗ ବିଜୁ ଆଦର୍ଶ ତାଙ୍କୁ କିଭଳି ଛାତ୍ର ଜୀବନରୁ ଅନୁପ୍ରାଣିତ କରିଛି ଏବଂ ସମାଜସେବା କ୍ଷେତ୍ରରେ ସେ କିଭଳି ବିଜୁପଥିକ ସାଜିଛନ୍ତି କହିଥିଲେ । ସଭାରେ ଅଜିତ ନାଗ ମଞ୍ଚାସୀନ ଥିଲେ ଏବଂ ସଭାକୁ ଆଡଭୋକେଟ ଅଶୋକ କୁମାର ରାଉତ ସଂଯୋଜନା କରିଥିଲେ । ଏସ୍‌ଏଚ୍‌ଜି ମହିଳାମାନେ ମଂଚ ଉପରକୁ ଯାଇ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହି ଅବସରରେ ବଲାଙ୍ଗୀର ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାରୁ ଆସିଥିବା ଶତାଧିକ ମହିଳା ଏବଂ ପୁରୁଷଙ୍କୁ ସମାଜସେବୀ ନାଗଙ୍କ ପକ୍ଷରୁୁ ଶାଢ଼ୀ, ଛତା ଏବଂ ଗାମୁଛା ବଣ୍ଟନ କରାଯାଇଥିଲା । ବିଜୁ ଜୟନ୍ତୀ ଅବସରରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ବୁବୁ ଉଦ୍‌ଗାତାଙ୍କ ଟିମ୍ ସଙ୍ଗୀତ ପରିବେଷଣ କରି ଜନ୍ମଦିନ ସଭାକୁ ସଙ୍ଗୀତମୟ କରିଥିଲେ । ବିଜ ପଟ୍ଟନାୟକଙ୍କ ଜନ୍ମଦିନ ଉପଲକ୍ଷେ ଏକ କେକ୍ କଟାଯାଇ ବଣ୍ଟନ କରାଯାଇଥିଲା । 
    ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ପୂର୍ବାହ୍ନରେ ବଲାଙ୍ଗୀର ସହର ସ୍ଥିତ ଶିଶୁ ଉଦ୍ୟାନ ପରିସରସ୍ଥ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଜିଲା ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଜିଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲାପାଳ ଲମ୍ବୋଦର ଧରୁଆ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗୀର ଉପଜିଲାପାଳ କୁମାର ନାଗଭୂଷଣ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ପୌର ପରିଷଦ ନିର୍ବାହୀ ଅଧିକାରୀ ସାମି ରେଡ୍ଡୀ ଜୟଶ୍ରୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ବିଜେଡି ପକ୍ଷରୁ ପୌରାଧ୍ୟକ୍ଷା ଲିକା ସାହୁ, ବିଭିନ୍ନ କାଉସିଲର, ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ଅଶୋକ କୁମାର ମହାନ୍ତି, ଆଡଭୋକେଟ୍ ଓଙ୍କାର ନାୟକ, ଜୟରାମ ମିଶ୍ର, ଧ୍ରୁବ ଜୁଏଡ, ଟିମା ମହାନ୍ତି ଓ ଅନ୍ୟମାନେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like