-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ସମ୍ବାଦ ସାହିତ୍ୟଘର ଗୁଡଭେଲାର "ପ୍ରୀତିର ଫଗୁଣ" କବିତା ଆସର ଓ ଜ୍ୟୋତି ପ୍ରକାଶର ଜନ୍ମଦିନ ପାଳିତ

07-Mar-2023



ତୁଷୁରା(ପଞ୍ଚାନନ ନାଏକ): ସମ୍ବାଦ ସାହିତ୍ୟଘର, ଗୁଡଭେଲାର ୨୫ତମ ଅଧିବେଶନ ରେ "ପ୍ରୀତିର ଫଗୁଣ" କବିତା ଆସର ଓ କବି ପ୍ରହଲ୍ଲାଦ ଦଣ୍ଡସେନାଙ୍କ ସୁପୁତ୍ର ଜ୍ୟୋତି ପ୍ରକାଶର ୧୦ମ ଜନ୍ମଦିନ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ତୁଷୁରା ଠାରେ ସଂପାଦକ ଆଶୁକବି ହେମନ୍ତ ଦାଶଙ୍କ ଅଧ୍ୟକ୍ଷତାରେ ଫାଲଗୁନ ପୂର୍ଣ୍ଣିମାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ତେଜସ୍ବିନୀ ବଲାଙ୍ଗିର ର ସଂପାଦିକା, ସମାଜସେବିକା ତଥା କବୟିତ୍ରୀ ଶ୍ରୀମତୀ ଲିଲି ପଟେଲ୍ ଯୋଗଦେଇ ସମ୍ବାଦ ସାହିତ୍ୟଘରର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ। ବିଶିଷ୍ଟ ଅତିଥି ଭାବେ ବାଶିଷ୍ଟ ସାହିତ୍ୟିକ, ସ୍ତମ୍ଭକାର ତୁଳସୀ ଜୈନ ଯୋଗଦେଇ ଫଗୁଣରେ ପ୍ରେମର ଧାରା ଉପରେ ଆଲୋକପାତ କରିଥିଲେ। ବରିଷ୍ଠ କବି ତଥା ଶିକ୍ଷାବିଦ ବରୁଣ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବବେଳେ ସମ୍ମାନୀତ ଅତିଥିଭାବେ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମେହେର ଓ ପ୍ରହଲ୍ଲାଦ ଦଣ୍ଡସେନା ଓ ସୁଶୀଳ କୁମାର ଦାଶ ଯୋଗ ଦେଇ ପ୍ରୀତିର ଫଗୁଣ କବିତା ପାଠ କରିଥିଲେ। 

       କାର୍ଯ୍ୟକ୍ରମ ପ୍ରାରମ୍ଭରେ କବୟିତ୍ରୀ ତୃପ୍ତିମୟୀ ତ୍ରିପାଠୀ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିବାବେଳେ ଶେଷରେ କବି ଭକ୍ତବନ୍ଧୁ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। 
     ଉକ୍ତ ସାରସ୍ବତ ସମାବେଶରେ ମନସ୍ବିନୀ ର ପାଠକାର୍ପଣ କରାଯାଇଥିଲା। ମୁଖ୍ୟ ଅତିଥି ଶ୍ରୀମତୀ ଲିଲି ପଟେଲଙ୍କୁ ରାଜ୍ୟ ସ୍ତରୀୟ ପ୍ରଜ୍ଞାମୟୀ ସମ୍ମାନ-୨୦୨୩ ରେ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା।
     ଦ୍ବିତୀୟ ପର୍ଯ୍ୟାୟରେ କବୟିତ୍ରୀ ତୃପ୍ତୀମୟୀ ତ୍ରିପାଠୀଙ୍କ ସଂଯୋଜନାରେ ପ୍ରୀତିର ଫଗୁଣ କବିତା ଆସର ଅନୁଷ୍ଠିତ ହୋଇଥିଲା। କବୟିତ୍ରୀ ବବିତା ନାୟକ, ହୀରାବତୀ ସାହୁ, କନକଲତା ପଣ୍ଡା, ଲକ୍ଷ୍ମୀପ୍ରିୟା ଧରୁଆ, ଶ୍ରଦ୍ଧାମୟୀ ସାହୁ, ଗୌରୀ ଶର୍ମା ତଥା କବି ସନ୍ତୋଷ କୁମାର ବେହେରା, କୃଷ୍ଣେନ୍ଦୁ ହୋତା, ଭକ୍ତବନ୍ଧୁ ସାହୁ, ନରସିଂହ ମେହେର, ଶୁଭ୍ରାଂଶୁ ଭୂଷଣ ମେହେର, ଶ୍ରୀପାଳ ପଣ୍ଡା, ଦୋଳ ଗୋବିନ୍ଦ ସାହୁ, ସୁବଳ କୁମାର ସାହୁ, ଲିପୁନ ସାହୁ, ସୁଧାକର ପ୍ରଧାନ, ସୁଶାନ୍ତ କୁମାର ପଟେଲ, ଚୁଟୁ ନାଗ, ଶୁଭେନ୍ଦୁ ପ୍ରସାଦ ଷାଣ୍ଢ, ଦଶରଥ ସାମଲ, ସତ୍ୟ ଚରଣ ମହାକୁର, ଆଶୁକବି ହେମନ୍ତ ଦାଶ ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ। ରୀତା ନାଏକ, ସୌଦାମିନୀ ସାହୁ, ଗୀତାଞ୍ଜଳି ସାହୁ, କୁନ୍ତି କୁମୁରା ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like