-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ  

10-Mar-2023



ବଲାଙ୍ଗିର(ପ୍ରେରଣା ଖବର) ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଜରୁରୀକାଳୀନ ଅପରେସନ ସେଣ୍ଟର ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ,ବଲାଙ୍ଗିର ଦ୍ଵାରା ଆୟୋଜିତ  ସମ୍ଭାବ୍ୟ ଗ୍ରୀଷ୍ମ

ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ସତର୍କତା ମୂଳକ ପଦକ୍ଷେପ ସମ୍ପର୍କିତ ଏକ ଜିଲ୍ଲାସ୍ତରୀୟ ବୈଠକ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ପିଡି, ଡ଼ୁଡା ସୁଦର୍ଶନ ସାଏ, ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୁଷଣ, ପାଟଣାଗଡ ଉପ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଟିଟିଲାଗଡ ଉପଜିଲ୍ଲାପାଳ ଦୟାମୟ ପାଢୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ତୋଫାନ ବାଗଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ବିଡିଓ, ତହସିଲଦାର ଓ ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାହୀ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶୁଭସ୍ମିତା ମିଶ୍ର ଆଲୋଚ୍ୟ ବିଷୟବସ୍ତୁ ଉପସ୍ଥାପନ କରିଥିଲେ ।  ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭାଗୀୟ ଅଧିକାରୀ ମାନେ ସଜାଗ ଓ ତତ୍ପର ରହିବା ସହିତ କ୍ଷେତ୍ର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ଏ ସମ୍ପର୍କରେ ସୁଚିତ କରିବାକୁ  ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ପାନୀୟ ଜଳର ସମସ୍ୟା ସମ୍ପର୍କରେ ଅଭିଯୋଗ ପାଇବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସମସ୍ୟାର ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଜନିତ ଅଂଶୁଘାତର ମୁକାବିଲା ନିମନ୍ତେ ପ୍ରତ୍ୟେକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍ପିଟାଲ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ଔଷଧ ତଥା ଆନୁସାଙ୍ଗିକ ବ୍ୟବସ୍ଥା ଗ୍ରହଣ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତ୍ୟେକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍ପିଟାଲ ଗୁଡିକରେ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା କାର୍ୟାଳୟ ସମେତ ଜିଲ୍ଲାର ପ୍ରତ୍ୟେକ ବ୍ଲକ, ତହସିଲ ଓ ସମ୍ପୃକ୍ତ ଅନ୍ୟାନ୍ୟ କାର୍ୟାଳୟ ଗୁଡିକରେ ମାର୍ଚ୍ଚ ୧୫ ତାରିଖ ଠାରୁ କଣ୍ଟ୍ରୋଲ ରୁମ ଖୋଲିବା ସହ ଅଭିଯୋଗ ରେଜିଷ୍ଟରରେ ଅଭିଯୋଗ ଗୁଡିକ ଲିପିବଦ୍ଧ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଚଳ ହୋଇଥିବା ନଳକୂପ ତଥା ଅନ୍ୟାନ୍ୟ ଜଳଉତ୍ସ ଗୁଡିକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ପାନୀୟ ଜଳ ଯୋଗାଣ ଓ ତତ ସଂକ୍ରାନ୍ତୀୟ ସମସ୍ୟା ସମ୍ପର୍କରେ ପଦକ୍ଷେପ ଗ୍ରହଣ କରିବା, ଜଳକ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇଦେବା, ଅଂଶୁଘାତ ଜନିତ ମୃତ୍ୟୁ ର ୨୪ ଘଣ୍ଟା ମଧ୍ୟରେ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା, ଜିଲ୍ଲାର ପ୍ରତ୍ୟେକ ପୌରାଞ୍ଚଳ ,ବିଜ୍ଞାପିତ ଅଞ୍ଚଳ ପରିଷଦ, ବ୍ଲକ,ପଂଚାୟତ ଗୁଡିକର ଗୁରୁତ୍ଵପୂର୍ଣ ଜନଗହଳି ସ୍ଥାନ,ବସଷ୍ଟାଣ୍ଡ ମାନଙ୍କରେ ଜଳଛତ୍ର ଖୋଲିବା ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ଏହାକୁ ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରମିକ ମାନେ କାର୍ଯ୍ୟ କରୁଥିବା କାର୍ଯ୍ୟସ୍ଥଳୀ ମାନଙ୍କରେ ବିଶ୍ରାମସ୍ଥଳୀ ,ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ୍ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାତ୍ରୀବାହି ବସ ଓ ଅନ୍ୟାନ୍ୟ ଯାନବାହାନ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ

ପ୍ୟାକେଟ ରଖିବାକୁ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ସମୟରେ ଗୋରୁଗାଈ ଇତ୍ୟାଦି ପ୍ରାଣୀ ସମ୍ପଦଙ୍କ ପିଇବା ପାଣିର ବ୍ୟବସ୍ଥା ତଥା ଔଷଧର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ସମୟରେ ନିରବିଚ୍ଚନ୍ନ ବିଦ୍ୟୁତ ଯୋଗାଣ ବିଶେଷ କରି ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍ପିଟାଲ ଗୁଡିକ ପାଇଁ  ସୁନିଶ୍ଚିତ କରିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବ୍ଲକ ଓ ପଂଚାୟତ ସ୍ତରରେ ପଞ୍ଚାୟତ ରାଜ ଅନୁଷ୍ଠାନର ପ୍ରତିନିଧିଙ୍କ ଉପସ୍ଥିତିରେ ଅନୁରୂପ ବୈଠକ ଯଥାଶୀଘ୍ର ଆୟୋଜନ କରିବାକୁ ବିଡିଓ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ଓ ଅଂଶୁଘାତ ସତର୍କତା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଦିଗରେ ବୈଠକରେ ଆଲୋଚନା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like