-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡହ ଡହ ଖରାରେ ସିଝୁଛନ୍ତି ପରିବା ବ୍ୟବସାୟୀ, ମୁଣ୍ଡ ଫଟା ଖରାରେ ଜରିପାଲ ହିଁ ଭରସା -ରାଜସ୍ବ ଆଦୟକୁ ଗୁରୁତ୍ବ ବେଫିକର ପଞ୍ଚାୟତ କର୍ତ୍ତୃପକ୍ଷ - ପିଇବା ପାଣି ବ୍ୟବସ୍ଥା ନାହିଁ

16-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇଛି।‌ କିଛି ଦିନ ହେବ ଏହି ଅଞ୍ଚଳରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ରେ ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ଘରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡିଛି। ଏଭଲି ଅବସ୍ଥାରେ ବୀରମହାରାଜପୁର ଠାରେ ବସୁଥିବା ଦୈନିକ ପରିବା  ବଜାର ରେ ବ୍ୟବସାୟୀ ମାନେ ମୁଣ୍ଡଫଟା ଖରାକୁ ନେଇ ଅକଥନୀୟ ଅସୁବିଧାର ଭୋଗୁଛନ୍ତି। କେବଳ ବ୍ୟବସାୟୀ ନୁହନ୍ତି ବଜାର କୁ ଆସୁଥିବା ଗ୍ରାହକ ମାନେ ମଧ୍ୟ ‌ ଖରା ଉତ୍ତାପ ରେ କଲବଲ ହେଉଛନ୍ତି। ମୁଣ୍ଡଫଟା ଖରା ସମୟରେ ପରିବା ବିକ୍ରେତାଙ୍କ ପାଇଁ କେବଳ ଜରି ପାଲ ହିଁ ଭରସା ପାଲଟିଛି। ଦୈନିକ ଏଠାରେ ପରିବା ବିକ୍ରେତା ଏବଂ ଅଞ୍ଚଳ ବାସୀଙ୍କ ସମାଗମ ‌ହେଉଥିଲେ ସୁଦ୍ଧା ପ୍ରସାଶନ ପକ୍ଷରୁ ଏଯାଏଁ ବଜାର ନିକଟରେ ପିଇବା ପାଣିର କୈାଣସି ବ୍ୟବସ୍ଥା କରାଯାଇ ନାହିଁ। ଯଦି କୈାଣସି ଚାଷୀ ଅଂଶୁଘାତ ର ଶିକାର ହୁଅନ୍ତି ତେବେ ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଉତ୍ତରଦାୟୀ ରହିବେ ବୋଲି ଏଠାକୁ ଆସୁଥିବା ବ୍ୟବସାୟ ପ୍ରକାଶ କରିଛନ୍ତି। ପ୍ରତିଦିନ  ରାଜସ୍ୱ ଆଦାୟ ହେଉଥିଲେ ମଧ୍ୟ ବ୍ୟବସାୟୀ ଙ୍କ ସ୍ବାର୍ଥକୁ ପଞ୍ଚାୟତ କର୍ତ୍ତୁପକ୍ଷ ଅଣଦେଖା କରୁଥିବା ଅଭିଯୋଗ ହେଉଛି। ଦୈନିକ ବଜାର ଠାରେ ପ୍ରଶାସନ ପକ୍ଷରୁ ଏକ ନଳକୂପ ସ୍ଥାପନ ହୋଇଥିଲା।‌ ଯାହାଫଳରେ ଏଠାକୁ ଆସୁଥିବା କ୍ରେତା ଓ ବିକ୍ରେତା ଓ  ସ୍ଥାନୀୟ ଲୋକେ ପିଇବା ପାଣି ଟୋପାଏ ପାଉଥିଲେ। ନଳକୂପ ସ୍ଥାପନ ର କିଛି ଦିନ ପରେ ଏହି ନଳକୂପ କୁ କୈାଣସି ବ୍ୟକ୍ତି ଏଠାରୁ କାଢୀ ନେଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ତୁରନ୍ତ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଜନସାଧାରଣ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like