-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ  ଆରମ୍ଭ ହେବ ଆସ ଖୋଜିବା ଅଭିଯାନ

21-Mar-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର ): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ  ବିଭାଗର ନିର୍ଦ୍ଦେଶ   ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ  ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ  ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ  ଦିଗରେ କାର୍ଯ୍ୟ କରୁ ଥିବା ଚାରିଟି  କମିଟି ଯଥା   ଜିଲ୍ଲା ସ୍ତରୀୟ  ଶିଶୁ  ସୁରକ୍ଷା  କମିଟି , କିଶୋରୀ  ସଶକ୍ତିକରଣ ଓ ବାଲ୍ୟବିବାହ  ପ୍ରତିରୋଧ  ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା  କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଏହି ମିଳିତ ବୈଠକ ରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି କହିଲେଯେ  ଜିଲ୍ଲାରେ ପ୍ରତ୍ଯେକ ଶିଶୁ ମାନଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା  ପାଇଁ  ପ୍ରଶାସନ ର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ବିଭାଗ ଗୁଡିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି  ଜିଲ୍ଲାରେ ସମସ୍ତ ଶିଶୁ ମାନଙ୍କୁ  ସୁରକ୍ଷା ଦେବା ସହିତ  ନବରଙ୍ଗପୁର ଜିଲ୍ଲା କୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ  ବୈଠକ ସହାୟକ କରି ପାରିବ  ବୋଲି ମତବ୍ୟକ୍ତ କରି ଥିଲେ ।  ଏଥିସହିତ ଆଗାମୀ ଦିନରେ ଜିଲ୍ଲାରେ “ ଆସ ଖୋଜିବା ଅଭିଯାନ”  ଆରମ୍ଭ କରାଯାଇ   ବିପଦ ସଙ୍କୁଳ ଅବସ୍ଥାରେ  ଥିବା   ପରିବାର  ଓ   କିଶୋର କିଶୋରୀ   ମାନଙ୍କୁ ସରକାରୀ ଯୋଜନାରେ ସାମିଲି କରିବା ପାଇଁ   ସୂଚନା ପ୍ରଦାନ କରିଥିଲେ । ଅନ୍ୟତମ ଅତିଥି ଭାବରେ ଯୋଗଦେଇ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସେ ସୁଶ୍ରୀ  ନିଜର ବକ୍ତବ୍ୟ ରେ  ଜିଲ୍ଲା  ପ୍ରଶାସନ ଓ ପୋଲିସ ର ମିଳିତ ସହଯୋଗରେ  ଆସନ୍ତା ଦିନରେ ଜିଲ୍ଲାରେ କିଶୋରୀ ଜାଗୃତା ସପ୍ତାହ ପାଳନ କରାଯାଇ  ସମସ୍ତ  ଉଚ୍ଚବିଦ୍ୟାଳୟ ଓ  ମହାବିଦ୍ୟାଳୟ  ରେ କିଶୋରୀ ମାନଙ୍କୁ ମହିଳା ସୁରକ୍ଷା , ବାଲ୍ୟବିବାହ ନିରାକରଣ ଓ ପୋକ୍ସ ଆକ୍ଟ  ଉପରେ ସଚେତନ କରାଯିବ ବୋଲି ମତବ୍ୟକ୍ତ କରିଥିଲେ ।  ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ  ବୈଠକ  ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ ଜିଲ୍ଲାରେ  ୧୦ ବ୍ଲକ ଓ ୧୮୯ ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ  ସୁରକ୍ଷା  କମିଟି , କିଶୋରୀ  ସଶକ୍ତିକରଣ ଓ ବାଲ୍ୟବିବାହ  ପ୍ରତିରୋଧ  ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହୋଇଛି  । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ  ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ ବିଗତ ୨୦୨୦ ମସିହା ଜାନୁଆରୀ ମାସ  ଠାରୁ ୨୦୨୩ ମସିହା ଫେବୃୟାରୀ  ମାସ ମଧ୍ୟରେ ଜିଲ୍ଲାରେ ମୋଟ ୬୫୮ ଗୋଟି ବାଲ୍ୟବିବାହ କୁ ବନ୍ଦ କରାଯିବା ସହିତ  ,ଆଜି ପର୍ଯ୍ୟନ୍ତ  ୪୫୫ ଟି ରାଜସ୍ୱ ଗ୍ରାମ ଓ ୪୨୬ ପଡାଗ୍ରାମ   କୁ ମିଶାଇ  ମୋଟ ୮୮୧ ଗ୍ରାମ କୁ ପ୍ରଶାସନ ତରଫରୁ  ବାଲ୍ୟବିବାହ ମୁକ୍ତ  ଗ୍ରାମଭାବରେ ଘୋଷଣା କରାଯିବା ଓ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି , ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ର ମିଳିତ ପ୍ରୟାସ ରେ ଏକ  ଯୋଜନାବଦ୍ଧ କାର୍ଯ୍ୟକ୍ରମ   ପ୍ରସ୍ତୁତି   କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେଇଥିଲେ   ।  ପରେ ପରେ  ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ  ମାନଙ୍କର ସୁରକ୍ଷା  ଓ ବାଲ୍ୟ ବିବାହ ର  ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା  ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ  ଉପରେ ବୈଠକରେ ଉପସ୍ଥାପନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ଚିକିତ୍ସା ଅଧିକାରୀ ଡା ମଳୟ କୁମାର  ମିଶ୍ର  ,ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ  ଅଜନ୍ତା ପ୍ରିୟଦର୍ଶନି  , ଜିଲ୍ଲା ଶ୍ରମ ଅଧିକାରୀ

କୁବେର ବେହେରା , ଜିଲ୍ଲା ନିୟୋଜନ ଅଧିକାରୀ ଆନନ୍ଦ ପଣ୍ଡା ,  ବାଲ୍ୟବିବାହ ନିଷେଧ ଅଧିକାରୀ, ଏସେ ଗୀତା, ସୁରମା ମହାପାତ୍ର , ଶୈଳେନ୍ଦ୍ରି ମହାନନ୍ଦ , ଯମୁନା ଭତ୍ରା ,ଗୀତା ମହାରଣା , ସଂଯୁକ୍ତା ବେହେରା, ଗୀତାରାଣୀ ମିଶ୍ର , କାଞ୍ଚନପଣ୍ଡା , ବିରଜା ମୋହିନୀ ପାଙ୍ଗି, ପିରାମଲ ଫାଉଣ୍ଡସନର ଜିଲ୍ଲା ସଂଯୋଜକ ଦେବବ୍ରତ ଆଚାର୍ଯ୍ୟ ଏବଂ ଜିଲ୍ଲା ସମାଜ କଲ୍ଯାଣ ବିଭାଗର  ସୁପରଭାଇଜର ଓ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି ର ସମସ୍ତ କର୍ମକତା ପ୍ରମୁଖ ଉପସ୍ତିତ ରହିବା ସହିତ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ  କାର୍ଯ୍ୟକ୍ରମ , ଶିଶୁ  ଶ୍ରମିକ ନିରାକରଣ ଏବଂ  ବାଲ୍ୟ ବିବାହ  ସମାପ୍ତ ଦିଗରେ  ନିଜର ମତାମତ ପ୍ରଦାନ କରିଥିଲେ  । ଶେଷରେ ନନ୍ଦହାଣ୍ଡି  ସିଡିପିଓ  ଶସ୍ମିତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like