-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ

28-Mar-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ) 
ସମ୍ବଲପୁର କଳାକେନ୍ଦ୍ର ସଭାକକ୍ଷଠାରେ ସମ୍ବଲପୁରର ପୁରାତନ ନାଟ୍ୟସଂସ୍ଥା ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ ହୋଇଯାଇଛି। ପରିଷଦର ସଭାପତି ଡ.ଶିବନାରାୟଣ ଶତପଥିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି ସଭାରେ ମୁଖ୍ୟଅତିଥି ଭାବରେ ପ୍ରସାର ଭାରତୀର ପ୍ରାକ୍ତନ ଉପମହାନିର୍ଦ୍ଦେଶକ ବୈକୁଣ୍ଠ ପାଣିଗ୍ରାହୀ ଯୋଗଦେଇ କହିଥିଲେ ଯେ ନାଟକ ଭଲ ମଣିଷ ହେବାର ଶିକ୍ଷା ଦେଇଥାଏ। ମଣିଷ ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ନାଟକ ହିଁ କରି ଚାଲିଥାଏ। ବାପା,ମା,ଭାଇ,ଭଉଣୀ ଭଳି ସାମାଜିକ ଚରିତ୍ର ଗୁଡିକ ଅପେକ୍ଷା ମଣିଷର ଅଭିନୟ ସେତେବେଳେ ବେଶୀ ପ୍ରାୟୋଗିକ  ହୋଇଯାଏ ଯେତେବେଳେ ସେ ଅନ୍ୟ ବ୍ୟକ୍ତି ସହ କଥୋପକଥନ କାଳରେ ଅଧିକ ସଂଯମତା ଅଥବା ଅନ୍ୟକୁ ଠକିବା ସମୟରେ ସାବଧାନତା ଅବଲମ୍ବନ କରେ। ଆମେ ଖାଲି ମୁଖା ଉପରେ ମୁଖା ପିନ୍ଧି ଚାଲିଛୁଁ। ପ୍ରତ୍ୟେକ ମୁଖା ତଳେ ଆମର ଗୋଟିଏ ଗୋଟିଏ ଚରିତ୍ର ଛପି ରହିଛି ବୋଲି ବ୍ୟକ୍ତ କରିବା ସହ ଆଜିର ସମୟରେ ଛୋଟ ଛୋଟ ଗୋଷ୍ଠୀରେ ସ୍ୱଳ୍ପ ଖର୍ଚ୍ଚରେ ମଧ୍ୟ ନାଟକମାନ ପରିବେଷଣ କରାଯାଇ ପାରିବ ବୋଲି ସେ ବିଭିନ୍ନ ଉପାୟମାନ ଆଲୋଚନା କରିଥିଲେ। ସଭାରେ ସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ସହ ସଭା ସଂଯୋଜନା କରିଥିଲେ। ସଦସ୍ୟ ବିରୁପାକ୍ଷ ପ୍ରଧାନ ଅତିଥିମାନଙ୍କୁ ମଂଚକୁ ଆମନ୍ତ୍ରଣ କରିଥିଲେ।ସୁକାନ୍ତ କରଙ୍କ ଦ୍ୱାରା ଅନୁଦିତଇଜିପ୍ଟର ପ୍ରସିଦ୍ଧ ଅଭିନେତ୍ରୀ ସମିହା ଆୟୁବଙ୍କ ଲିଖିତ ଚଳିତ ବର୍ଷର ବିଶ୍ୱ ନାଟ୍ୟ ଦିବସର ବାର୍ତ୍ତାକୁ ସଦସ୍ୟ ସୂର୍ଯ୍ୟ ପାଣିଗ୍ରାହୀ ପାଠ କରିଥିଲେ। ଏହି ଅବସରରେ ବିଶିଷ୍ଟ ନାଟ୍ୟ ଅଭିନେତ୍ରୀ ନାଟ୍ୟଶ୍ରୀ ପୁଷ୍ପାଞ୍ଜଳି ବେହେରାଙ୍କୁ ଚଳିତ ବର୍ଷର ନାଟ୍ୟକଳା ସମ୍ମାନ ପ୍ରଦାନ କରାଯାଇଥିଲା। ସମ୍ମାନର ପ୍ରତ୍ୟୁତ୍ତରରେ ସୁଶ୍ରୀ ବେହେରା କଳାର ବିକାଶ ପାଇଁ ତାଙ୍କ ଜୀବନ ଉତ୍ସର୍ଗୀକୃତ ବୋଲି କହିଥିଲେ। ସଭ୍ୟ ଡ. ସତ୍ୟ ନାରାୟଣ ଠାକୁର ମାନପତ୍ର ପାଠ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। କବୟିତ୍ରୀ ବିଚିତ୍ରା ବାଗ ସଭାରେ ନାଟକ ଉପରେ ଏକ କବିତା ପାଠ କରିଥିଲେ। ସଭା ସମାପନ ପରେ କଳାକେନ୍ଦ୍ରର କୁନିକୁନି ଛାତ୍ରୀମାନେ  ସାଂସ୍କୃତିକ୍‌ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ମାହେଶ୍ୱରୀ ପ୍ରସାଦ ପାଣିଗ୍ରାହୀ,ଦିଲୀପ କୁମାର ପୃଷ୍ଟି,ସୁଶାନ୍ତ କୁମାର ସାହୁ,ଶିରୀଷ ଚନ୍ଦ୍ର ପୂଜାରୀ,ସୁବାଷ ନନ୍ଦ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026

You Might Also Like