-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି

28-Mar-2023



କଣ୍ଟାମାଳ, (ପ୍ରେରଣା ଖବର)
ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଦପଲା  ପଞ୍ଚାୟତ ରାଜୀବ ଭବନ ପରିସରରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ, ଡି ଏସ ପି ସାଲେଷ୍ଟାଇନ ଟିଗା , ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ରବିନ୍ଦ୍ରନାଥ କହଁର, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ,  ବିଡ଼ିଓ କଳାକୃଷ୍ଣ ପ୍ରଧାନ, ତହସିଲଦାର କର୍ଣ୍ଣ ମଲ୍ଲିକ ,  ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଜାହାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଜିଲ୍ଲା ଯୋଗଣ ଅଧିକାରୀଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଯୋଗଦାନ କରି ଲୋକମାନଙ୍କ ଆପତ୍ତି ଅଭିଯୋଗ  ଶୁଣିଥିଲେ । ଦପଲା ପଞ୍ଚାୟତ ସରପଞ୍ଚ , ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀକାନ୍ତ ପ୍ରଧାନ, ଗ୍ରାମ ରୋଜଗାର ସେବକ ଙ୍କ ସହ ପଞ୍ଚାୟତର ସମସ୍ତ କର୍ମଚାରୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।ଏହି ଶିବିରରେ ସମୁଦାୟ ୧୦୬ଟି ମାମଲା ପଞ୍ଜୀକୃତ ହୋଇଥିବା ବେଳେ ୧୦୧ ଟି ବ୍ୟକ୍ତିଗତ ଓ ୫ଟି ମାମଲା ସାମୁହିକ ମାମଲା ପଞ୍ଜୀକୃତ ହୋଇଥିଲା ।୬୭ ଗୋଟି ମାମଲାର ତ୍ୱରିତ ସମାଧାନ କରାଯାଇଥିବା ବେଳେ ୨୬ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୋଟ ୨ଲକ୍ଷ ୪୫ ହଜାର ଟଙ୍କା ଓ ୧୩ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୭୦ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ୫ଜଣଙ୍କୁ ତିନି ଚକିଆ ସାଇକେଲ, ୫ଜଣଙ୍କୁ ହ୍ବିଲ ଚେୟାର ଓ ୨ଜଣକୁ ସିପି ଚେୟାର ପ୍ରଦାନ କରାଯାଇଥିଲା ।ସେହିଭଳି ୩ ଜଣକୁ  ବିଧବା , ଜଣକୁ ବିକଳାଙ୍ଗ ଓ ୩ଜଣକୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଇଥିବା ସୂଚନା ମିଳିଛି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ଦପଲା ଓ  ଶୁଣ୍ଢିପଦର୍ ଉଚ୍ଚବିଦ୍ୟାଳୟ ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ମାନ ଓ ମନ୍ଥରତା ନେଇ ଅସନ୍ତୋଷ ପ୍ରକାଶ କରିଥିଲେ ଏବଂ କାର୍ଯ୍ୟରେ ସ୍ବଚ୍ଛତା ସହ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ପରେ ପଦରପଡ଼ାର ଅରବିନ୍ଦ ବିଦ୍ୟାଳୟ ପରିଦର୍ଶନ କରି ସେଠାରେ ଏକ ସ୍ବାସ୍ଥ୍ୟ ଶିବିର ଆୟୋଜନ କରିବାକୁ ପରାମର୍ଶ ଦେଇଥିଲେ । ସେଠାରୁ ଖଇରମାଲ, ଜୁନାନି,ଦମାମୁଣ୍ଡା, ଘୁଲଘୁଲାପଦର୍ ଓ ଦେଉଳି ବିଦ୍ୟାଳୟ ପରିଦର୍ଶନ କରି ମରାମତି କାର୍ଯ୍ୟ ତୁରନ୍ତ କରିବା ସହିତ ବିଦ୍ୟାଳୟ ପରିବେଶ ସ୍ବଚ୍ଛତା ଓ ପରିଷ୍କାର ପରିଚ୍ଛନ୍ନତା ରଖିବାକୁ ପରାମର୍ଶ ଦେଇଥିଲେ । ପରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ବାଉଁଶୁଣି ର ସ୍ବେଚ୍ଛାସେବୀ ସଂସ୍ଥା ୱାଇ ସି ଡ଼ି ଏ ପରିଦର୍ଶନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like