-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳିତ – ଭାଷା ,ସାହିତ୍ୟ ,ସଂସ୍କୃତି , ଐତିହ ଓ ପରମ୍ପରା ର ସୁରକ୍ଷା ଦିଗରେ ସମସ୍ତେ ଚେଷ୍ଟିତ ହେବା ଉପରେ ଗୁରୁତ୍ଵାରୋପ

01-Apr-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ସ୍ତରୀୟ ଓଡିଶା ଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ଅପରାହ୍ନରେ ସ୍ଥାନୀୟ ପୃଥ୍ବୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସାଧାରଣ ସଭାରେ  ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି , ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ମିଥିଳା ମାଝୀ ,ବଲାଙ୍ଗିର ପୌର ପରିଷଦର 

ଅଧ୍ୟକ୍ଷା ଲିକା ସାହୁ , ଆରକ୍ଷୀ ଅଧିକ୍ଷକ ନିତିନ କୁଶଳକର ,ବନଖଣ୍ଡ ଅଧିକାରୀ ନିତୀଶ କୁମାର ,ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ର କୁଳପତି ଡ଼ ଉମା ବଲ୍ଲଭ ମହାପାତ୍ର ଓ ବଲାଙ୍ଗିର ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ ଅଶୋକ କୁମାର ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନ ରେ ଓଡିଶା ର ବରପୁତ୍ର ମାନେ ଯେଉଁ ନିସ୍ଵାର୍ଥପର ତ୍ୟାଗ ଓ ଉଦ୍ୟମ କରିଥିଲେ ସେମାନଙ୍କ ସ୍ମୃତି ଚାରଣ କରିବା ସହ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନ ର ପୃଷ୍ଠଭୂମୀ ସମ୍ପର୍କରେ ଆଲୋଚନା କରିଥିଲେ । ଭାଷା ,ସାହିତ୍ୟ ,ସଂସ୍କୃତି , ଐତିହ ଓ ପରମ୍ପରା ର ସୁରକ୍ଷା ଦିଗରେ ସମସ୍ତେ ଚେଷ୍ଟିତ ହେବା ଉପରେ ଗୁରୁତ୍ଵାରୋପ କରିଥିଲେ । ସଭା ପ୍ରାରମ୍ଭରେ ଅତିଥି ମାନେ ଓଡିଶା ର ବରପୁତ୍ର ମାନଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଉତ୍ସବରେ ୨୦୧୭ ମସିହା ପାଇଁ ରାଜ୍ୟ ଶିକ୍ଷକ ପୁରସ୍କାର ପାଇଥିବା ବଲାଙ୍ଗିର ଜିଲ୍ଲା ର ଦୁଇଜଣ ଶିକ୍ଷକ ଙ୍କୁ ଅତିଥି ମାନେ ପୁରସ୍କାର, ଉପଢୌକନ  ଓ ମାନପତ୍ର ପ୍ରଦାନ କରିଥିଲେ । ପୁରସ୍କାର ପାଇଥିବା ଏହି ଦୁଇଜଣ କୃତୀ ଶିକ୍ଷକ ହେଲେ ହରଡାଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷୟତ୍ରୀ ଭାରତୀ ପଟ୍ଟନାୟକ ଓ ରାମଜୀ ଉଚ୍ଚ ବିଦ୍ୟାଳୟ କୁରୁଲ ର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା । ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ଉଚ୍ଚ ପ୍ରାଥମିକ ,ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ଓ ଉତ୍କଳ ବନ୍ଦନା ଗାନ ପ୍ରତିଯୋଗିତା ର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ସଭାକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ର ଉପ ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସାଧାରଣ ସଭା ପରେ ସ୍ଵର ଝଙ୍କାର ବଲାଙ୍ଗିର ର ଛାତ୍ର ଛାତ୍ରୀ ମାନେ

ସମବେତ ସଂଗୀତ ଏବଂ ଓଡିଶୀ ନୃତ୍ୟ ପରିବେଷଣ କରିଥିବା ବେଳେ ଲୋଇସିଂହା ର ସଙ୍ଗୀତ ସାଧନା ଓ ବଲାଙ୍ଗିର ର ଦୁଲଦୁଳି କଳାପରିଷଦ ଚିତ୍ତାକର୍ଷକ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ । ସାଧାରଣ ସଭାରେ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନ ସମ୍ପର୍କରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ପ୍ରସ୍ତୁତ ଭିଡିଓ କୁ ଏଲଇଡି ସ୍କ୍ରିନ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା । ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ସକାଳରେ ବଲାଙ୍ଗିର ସହରରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଜିଲ୍ଲାପାଳ ଚଞ୍ଚଳ ରାଣା , ପୌର ପରିଷଦ ର ଅଧ୍ୟକ୍ଷା ଲିକା ସାହୁ, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର କୁମାର ମହାପାତ୍ର , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଙ୍କ ସମେତ ସହର ର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସକାଳରେ ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତ ଫେରି କରାଯାଇଥିଲା । ଜିଲ୍ଲା ସ୍ତରୀୟ ଓଡିଶା ଦିବସର ସମସ୍ତ କାର୍ଯକ୍ରମକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ର ଉପ ନିର୍ଦ୍ଦେଶକ ଶ୍ରୀ ପାଣିଗ୍ରାହୀ ସଂଯୋଜନା କରିଥିଲେ । ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ୟାଳୟ ସମେତ ବିଭିନ୍ନ କାର୍ୟାଳୟ ରେ ଆଲୋକମାଳା ରେ ସଜ୍ଜିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like