-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ୮୮ ତମ ଓଡିଶା ଦିବସ ମହାସମାରୋହରେ ପାଳିତ

02-Apr-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): , ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ଜିଲ୍ଲାସ୍ତରୀୟ ୮୮ ତମ ଓଡ଼ିଶା ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓ ,ସଭାପତି ଜିଲ୍ଲାପାଳ କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ଓ ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ  ସୁବ୍ରତ କୁମାର ନାୟକ, ପୌରଧ୍ୟକ୍ଷ ଶ୍ରୀମତୀ ସଂଯୁକ୍ତା ବେହେରା, ଶିକ୍ଷାବିତ୍  ଶିବ ପ୍ରସାଦ ବେହେରା, ମୁଖ୍ୟବକ୍ତା ଅଧ୍ୟାପକ ପରମେଶ୍ବର ମୁଣ୍ଡ ପ୍ରମୁଖ ଯୋଗ ଦେଇଥିଲେ।ଅତିଥିଗଣ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଓଡିଶା ର ବରପୁତ୍ରମାନଙ୍କର ନିସ୍ୱାର୍ଥପର ତ୍ୟାଗ ଓ ଉଦ୍ୟମ ସମ୍ପର୍କରେ ସ୍ମୃତି ଚାରଣ ସହ ସମୃଦ୍ଧ ଓ ସଶକ୍ତ ଓଡିଶାର ସ୍ବପ୍ନକୁ ସାକାର

କରିବାରେ ସମସ୍ତଙ୍କର ଭୂମିକା ଗୁରୁତ୍ଵପୂର୍ଣ୍ଣ ବୋଲି କହିଥିଲେ।ଓଡ଼ିଶା ର ଭାଷା ,ସଂସ୍କୃତି, ଏତ୍ୟିହ, ପରମ୍ପରା, ଚଳଣି, ସାହିତ୍ୟ, ଅସ୍ମିତାକୁ ବଜାୟ ରଖିବାକୁ ଉଦ୍ୟମ ଜାରି ରଖିବା ସହ ଏହାର ଉତରୋତ୍ତର ଉନ୍ନତି ପାଇଁ ସମସ୍ତେ ଚେଷ୍ଟା କରିବାକୁ ମତ ପ୍ରକାଶ ପାଇଥିଲା।
ଏହି ଦିବସ ପାଳନ ଅବସରରେ ସକାଳ ୪.୩୦ ମଧ୍ୟରେ ମିନିଟ ସମୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସହରରେ ଉତ୍କଳ ବନ୍ଦନା ତଥା ଦେଶାତ୍ମବୋଧକ ସଙ୍ଗୀତ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପରିବେଷଣ ହୋଇଥିଲା।ସକାଳ

୭.୩୦ ମି ସମୟରେ ସହରରେ ଅବସ୍ଥାପିତ ୧୪ ଗୋଟି ମହାପୁରୁଷ ପ୍ରତିମୂର୍ତ୍ତି ଠାରେ ନିକଟସ୍ଥ ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପୁଷ୍ପମାଲ୍ୟ ଅର୍ପଣ ଓ ପୂଜ୍ୟପୂଜା କରାଯାଇଥିଲା।ସ୍ଥାନୀୟ ପୌରପରିଷଦ ଛକ ସ୍ତିତ ଉତ୍କଳମଣି ଗୋପବନ୍ଧୁ ଦାସ ଓ କୋର୍ଟ ପରିସର ସ୍ଥିତ ଉତ୍କଳ ଗୌରବ ମଧୁସୁଦନ ଦାସ ଙ୍କ ପ୍ରତିମୂର୍ତ୍ତି ଠାରେ ଜିଲ୍ଲାପାଳ,କଳାହାଣ୍ଡି ,ଅତିରିକ୍ତ ଜିଲ୍ଲାପାଳ, ପୌରଧକ୍ଷା ଙ୍କ ସମେତ ବି ଏମ ହାଇସ୍କୁଲ ,ସତ୍ୟ ସାଇ ବିଦ୍ୟା ମନ୍ଦିର ର ଛାତ୍ର,ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ,ସରକାରୀ ଅଧିକାରୀ,ୱାର୍ଡ ସଭ୍ୟ , ଆଇନଜୀବୀ,ବୁଦ୍ଧିଜୀବୀ ଙ୍କ ଗ୍ରହଣରେ ପୁଷ୍ପମାଲ୍ୟ ଓ ପୂଜ୍ୟପୂଜା କରାଯାଇଥିଲା। ସଂଧ୍ୟା କାର୍ଯ୍ୟକ୍ରମ ଟାଉନ ହଲ ଠାରେ ପ୍ରଦୀପ ପ୍ରଜ୍ବଳନ, ସଭାକାର୍ଯ୍ୟ ପରେ ହାଇସ୍କୁଲ, କଲେଜ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ଓଡ଼ିଆ ବକ୍ତୃତା,ପ୍ରବନ୍ଧ ଓ ସାଧାରଣଜ୍ଞାନ ପ୍ରତିଯୋଗିତାର ଉତିର୍ଣ୍ଣ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ସାର୍ଟିଫିକେଟ,ଟ୍ରଫି ପ୍ରଦାନ କରିଥିଲେ।ସେଭଳି ୨୦୧୭ ବର୍ଷ ପାଇଁ ମନୋନୀତ ଦୁଇ ଜଣ ଶିକ୍ଷକ ବୋର୍ଗୁଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ସହଦେବ ବୁଦ୍ଧିଆ ଏବଂ ନର୍ଲାରୋଡ ସ୍ଥିତ ଜୟଦୂର୍ଗା ଉଚ୍ଚ ବିଦ୍ୟାଳୟ ର ସହକାରୀ ଶିକ୍ଷକ ଶ୍ରୀ ସନ୍ତୋଷ କୁମାର କରଙ୍କୁ ମୁଖ୍ୟ ଅତିଥି ରାଜ୍ୟ ପୁରସ୍କାର ,ମାନପତ୍ର, ଟ୍ରଫି ଓ ୨୫୦୦୦ ଟଙ୍କା ର ଡ୍ରାଫ୍ଟ ପ୍ରଦାନ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ରେ କଳାହାଣ୍ଡି କଳାକେନ୍ଦ୍ର, ଜେ କେ ସ୍କୁଲ ଅଫ ଡାନ୍ସ ,ଶ୍ରୀ ସତ୍ୟ ସାଇ ବିଦ୍ୟା ମନ୍ଦିର,ସରସ୍ଵତୀ ଶିଶୁ ମନ୍ଦିର ବୃନ୍ଦାବତୀବିହାର ,ବୃନ୍ଦାବନ ସ୍ମାର୍ଟ ସ୍କୁଲ,ବିକାଶ ଆବାସିକ ବିଦ୍ୟାଳୟ, ସକ୍ଷମ ଡାନ୍ସ ଏକାଡେମୀ, ମୟୁରି ଡାନ୍ସ ଏକାଡେମୀ ସମ୍ବଲପୁରୀ, ଓଡିଶୀ ଓ ଲୋକ ନୃତ୍ୟ ପରିବେଷଣ କରିଥିଲେ। ସାଂସ୍କୃତିକ ଦଳଙ୍କୁ ମଧ୍ୟ ସାର୍ଟିଫିକେଟ ଓ ଟ୍ରଫି ଅତିଥି ମାନେ ପ୍ରଦାନ କରିଥିଲେ।ସରସ୍ଵତୀ ବିଦ୍ୟା ମନ୍ଦିର ବ୍ରଜବିହାରର ଛାତ୍ରୀ ମାନେ ପ୍ରାରମ୍ଭ ରେ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ।ଏହି ଅବସରରେ ୧ ତାରିଖ ରାତ୍ରି ସମୟରେ ବିଭିନ୍ନ ସରକାରୀ, ବେସରକାରୀ କୋଠା ମାନଙ୍କରେ ଲିଚୁ ଲାଇଟ୍ ଦ୍ଵାରା ସୁସଜ୍ଜିତ କରାଯାଇଥିଲା l
ସ୍ଵାଗତ ଭାଷଣ ସହ ସଭା କାର୍ଯ୍ୟକ୍ରମର ପରିଚାଳନା ଓ ଆୟୋଜନ କରିଥିଲେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା ଏବଂ କାର୍ଯ୍ୟକ୍ରମକୁ ବିରଞ୍ଚି ମୁଣ୍ଡ ସଞ୍ଚାଳନ କରିଥିଲେ।ଦିବସ ବ୍ୟାପୀ କାର୍ଯ୍ୟକ୍ରମରେ   ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ, କଳାକାର ଅନୁଷ୍ଠାନ ର କର୍ମକର୍ତ୍ତା, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like