-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଓଡିଶା ଆଦର୍ଶ ବିଦ୍ୟାଳୟ ବାଲିଗୁଡାର ତୃତୀୟ ବାର୍ଷିକ ଉତ୍ସବ "ନାଦବ୍ରହ୍ମ"ପାଳିତ

06-Apr-2023



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଦଣ୍ଡପଦର ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର  ତୃତୀୟ ବାର୍ଷିକ ଉତ୍ସବ "ନାଦବ୍ରହ୍ମ" ପାଳିତ ହୋଇଯାଇଛି। ବିଦ୍ୟାଳୟର ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ  ପ୍ରଥମେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ସମସ୍ତ ଅତିଥି ଙ୍କୁ ଚନ୍ଦନ ଓ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଶିକ୍ଷକ ଚିନ୍ତମଣି ରଣା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ସଭା କୁ ଆମନ୍ତ୍ରଣ କରିଥିଲେ। ପ୍ରଥମେ ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯିବା ସହ ପ୍ରଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ବିଦ୍ୟାଳୟ ର ଅଧ୍ୟକ୍ଷ ଜୀତେନ୍ଦ୍ର କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିବା ସହ ବିଦ୍ୟାଳୟ ର ସୁବିଧା ଓ ଅସୁବିଧା ସମ୍ପର୍କ ରେ ଆଲୋକ ପାତ କରିଥିଲେ।ଏହି ଉତ୍ସବ ରେ ବାଲିଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ବିଦ୍ୟାଳୟ ର ଉପାଧ୍ୟକ୍ଷ ଶଶାଙ୍କ ଶେଖର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଇଂରାଜୀ ଢାଞ୍ଚା ରେ ପିଲାଙ୍କ ପାଇଁ ଗଠିତ ହୋଇଥିବା ଆଦର୍ଶ ବିଦ୍ୟାଳୟ ର ଲକ୍ଷ୍ୟ ସଂପର୍କ ରେ କହିବା ସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏ ଭଳି ଏକ କାରଖାନା ହେବା ଆବଶ୍ୟକ ଯାହା ସମାଜରେ ଗୋଟିଏ ଗୋଟିଏ ପ୍ରତିଭାବାନ ଛାତ୍ର ଛାତ୍ରୀ ଗଠନ ସହ ଆଦର୍ଶ ବ୍ୟକ୍ତି ଗଢିତୋଳିବା ରେ ସହାୟକ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ। ଏହା ସହ ମୁଖ୍ୟବକ୍ତା ଭାବେ ପୂର୍ବତନ ମହାବିଦ୍ୟାଳୟ ଅଧ୍ୟକ୍ଷ ମଧୁସୂଦନ ମହାପାତ୍ର, ସମ୍ମାନୀତ ଅତିଥି ଭାବେ ବ୍ରହ୍ମଗିରି ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଯଶୋବନ୍ତ ନାରାୟଣ ବେହେରା, ଜଗନ୍ନାଥପ୍ରାସାଦ ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷ ଦଣ୍ଡପାଣି ପ୍ରଧାନ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ର ପୂର୍ବ ଅନୁଭୂତି ବର୍ଣ୍ଣନା କରିବା  ସହ ଅଭିଭାବକ, ଛାତ୍ର ଛାତ୍ରୀ ଓ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ମଧ୍ୟରେ ସୁସମ୍ପର୍କ ରହିଲେ ଏକ ସୁନ୍ଦର ଅନୁଷ୍ଠାନ ସୃଷ୍ଟି ହୋଇପାରିବ ବୋଲି ମତପ୍ରକାଶ ପାଇଥିଲା । ଶେଷରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାରେ ପାରଦର୍ଶିତା ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ପୂର୍ବତନ ଶିକ୍ଷକ ମାନଙ୍କୁ ମଧ୍ଯ ଶିକ୍ଷକ ଶୁଭମ ମୋହନ ଶ୍ରୀଚନ୍ଦନ ନାୟକ ସଭା ମଞ୍ଚ କୁ ଡାକିଥିବା ବେଳେ ବିଦ୍ୟାଳୟ ପରିଚାଳନା ଉନ୍ନୟନ କମିଟି ସଦସ୍ୟ ଗୋପବନ୍ଧୁ ତ୍ରିପାଠୀ ଉପଢୌକନ ପ୍ରଦାନ କରିବା ସହ ମାନପତ୍ର ପ୍ରଦାନ କରିଥିଲେ l ଶେଷ ରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସଚେତନ ଓ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯକ୍ରମ ମାନ ଆୟୋଜିତ ହୋଇଥିଲା। ଏଥିରେ ଚିନ୍ତାମଣି ରଣା, ଜିତେନ୍ଦ୍ର କୁମାର ସାହୁ, ନିର୍ମଳ ବାରିକ, ଲିପ୍ସା ନାୟକ, ନିହାରିକା ଦାସ, ସୁମିତା କହଁର, ଯାଜ୍ଞସିନି ଭୋଇ, ଅମର ନାଥ ବେହେରା, ମଦନା ବତୀ କହଁର, ଯୌତି ବେହେରା, ଆଦିତ୍ୟ ପ୍ରସାଦ ମହାଭୋଇ, ସୁଭସ୍ମିତା ପ୍ରିୟ ଦର୍ଶନୀ, ଶ୍ରୀଚନ୍ଦନ ନାୟକ, ବାଣୀ ଭୂଷଣ ବେହେରା ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like