-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ପଣ୍ଡିତ ଲକ୍ଷ୍ମୀନାରାୟଣ ମିଶ୍ରଙ୍କ ୧୨୦ତମ ଜନ୍ମ ଜୟନ୍ତୀ ପାଳିତ

11-Apr-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ )
ପଶ୍ଚିମ ଓଡିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଣ୍ଡିତ ଲକ୍ଷ୍ମୀନାରାୟଣ ମିଶ୍ରଙ୍କ ୧୨୦ତମ ଜନ୍ମ ଜୟନ୍ତୀ ଆଜି ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ପାଳିତ ହୋଇଯାଇଛି। ସାଂସ୍କୃତିକ ସମାଜର ସଭାପତି ଅଶୋକ କୁମାର ମିଶ୍ରଙ୍କର ଅଧ୍ଯକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ଲଜପତ ରାୟ ଆଇନ ମହାବିଦ୍ୟାଳୟର ଅଧ୍ଯକ୍ଷ ପ୍ରଫେସର ବିଜୟାନନ୍ଦ ବେହେରା ତାଙ୍କ ବକ୍ତବ୍ୟରେ କହିଥିଲେ ଲକ୍ଷ୍ମୀନାରାୟଣ ମିଶ୍ର ଆମ ଅଂଚଳର ଜଣେ ପ୍ରାତଃସ୍ମରଣୀୟ ବ୍ୟକ୍ତି।କାର୍ଯ୍ୟ କରିବାବା ଅଦମ୍ୟ ବିହ୍ୱଳତା ତାଙ୍କ ପାଖରେ ରହିଥାଏ। ଏହିଭଳି ବିହ୍ୱଳତା ନଥିଲେ ସମାଜ ପାଇଁ କିଛି କରି ହୁଏନାହିଁ। ସେ ଏକ ଶୃଂଖଳିତ ସମାଜ ଗଠନ ପାଇଁ ସର୍ବଦା ଚେଷ୍ଟିତ ଥିଲେ। ଆଜିର ସମୟରେ ତାଙ୍କର ଗୁଣ ଗୁଡିକ ସମଗ୍ର ଦେଶରେ ବିଚ୍ଛୁରିତ ହେବା ଉଚିତ। ମୁଖ୍ୟବକ୍ତା ଡ. ଲକ୍ଷ୍ମୀନାରାୟଣ ପାଣିଗ୍ରାହୀ ବକ୍ତ୍ବବ୍ୟ ରଖି କହିଲେ ଯେ, ଲକ୍ଷ୍ମୀନାରାୟଣ ମିଶ୍ରଙ୍କ ପ୍ରତିଭା ସୀମିତ ସମୟ ମଧ୍ୟରେ ଲୋକାର୍ଷଣର କାରଣ ହୋଇପାରିଥିଲା।

ଏହି ଦୃଷ୍ଟିରୁ ସେଥିଲେ ବିରଳ ପ୍ରତିଭାର ଅଧିକାରୀ।ତାଙ୍କ ନେତୃତ୍ବରେ ହିଁ ସମ୍ବଲପୁରର ଛାତ୍ରମାନେ ମହାତ୍ମା ଗାନ୍ଧିଙ୍କ ଡାକରାରେ ଶ୍ରେଣୀକକ୍ଷ ଛାଡି ଅସହଯୋଗ ଆନ୍ଦୋଳନରେ ସାମିଲ ହେବାପାଇଁ ବୁଢାରଜା ପାହାଡ ତଳେ ଏକତ୍ରିତ ହୋଇଥିଲେ। ନିର୍ଭିକତା,ସ୍ପଷ୍ଟବାଦୀତା,ସମୟବଦ୍ଧତା, ଆବଶ୍ୟକ ସମୟରେ ବ୍ୟଙ୍ଗବାଦୀତା ଇତ୍ୟାଦି ତାଙ୍କ ବିଶେଷତ୍ୱ ଥିଲା, ସମୁଦାୟ ପନ୍ଦରଟି ଭାଷା ଉପରେ ତାଙ୍କର ଦକ୍ଷତା ଥିଲା। ତାଙ୍କ ରଚିତ ଭଗବତ ଗୀତା ଓ ଇସଲାମର ମୁଖବନ୍ଧ ମୌଲାନା ଅବଦୁଲ କଲାମ ଲେଖିଥିଲେ ଯାହା ଦୁଇଟି ବିଶ୍ୱବିଦ୍ୟାଳୟରେ ପାଠ୍ୟ ପୁସ୍ତକ ଭାବରେ ପାଠ କରାଯାଉଥିଲା। 
ସେଥିଲେ ବହୁ ଶାସ୍ତ୍ରଦର୍ଶୀ। ମହାତ୍ମାଗାନ୍ଧି ଜୱାହରଲାଲ ନେହେରୁ ମୌଲାନା ଆଜୀଦ ପ୍ରମୁଖ ଜନନାୟକଙ୍କ ସହ ତାଙ୍କ ଘନିଷ୍ଟ ସମ୍ପର୍କ ରହିଥିଲା। ସାହିତ୍ୟ ଏକାଡେମୀ ପକ୍ଷରୁ ତାଙ୍କ ରଚିତ ବାରଟି ପୁସ୍ତକ ପ୍ରକାଶନ ପାଇଁ ଦିଆଯାଇଥିଲା ତେବେ ମାତ୍ର ଗୋଟିଏ ପୁସ୍ତକ ପ୍ରକାଶ ପାଇଥିଲା ଅନ୍ୟ ପୁସ୍ତକର ପାଣ୍ଡୁଲିପି ଆଉ ଫେରସ୍ତ କରା ନଯିବା ବିଡମ୍ବନାର ବିଷୟ।ପ୍ରକୃତରେ ସେଥିଲେ ଜଣେ ଜାତୀୟସ୍ତରର ନେତା। ଜଣେ ଟାଣୁଆ ନେତା ଭାବରେ ତାଙ୍କର ବିଶେଷ ପରିଚୟ ରହିଥିଲା। ଆଜି ତାଙ୍କର ଆହ୍ୱାନ ଆମକୁ ଡାକରା ଦେଉଛି। ସଂପାଦକ ଡ. ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ସହ ଅତିଥି ପରିଚୟ  ପ୍ରଦାନ କରିଥିବା ବେଳେ ସହସମ୍ପାଦକ ସୁରେଖା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like