-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସାପ୍ତାହିକ ବଜାରରେ ରେଡକ୍ରସ ତରଫରୁ ଅଂଶୁଘାତ ପ୍ରତି ସାବଧାନତା କାର୍ଯ୍ୟକ୍ରମ

12-Apr-2023



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ )- ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ତରଫରୁ ଗ୍ରାମ ପଂଚାୟତ ସାପ୍ତାହିକ ବଜାରରେ ଅଂଶୁଘାତ ପ୍ରତି ସାବଧାନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ତତ୍ୱାବଧାନ ତଥା ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶଙ୍କ ସଂଯୋଜନା କାର୍ଯ୍ୟକ୍ରମକୁ ସଂସ୍କୃତ ଶିକ୍ଷକ ସୁଦର୍ଶନ ଦାଶ ପରିଚାଳନା କରିଥିଲେ । ବିଦ୍ୟାଳୟର ୧୨ ଜଣ ଶିକ୍ଷକ ତଥା ଶିକ୍ଷୟତ୍ରୀ ଓ ମାତ୍ର ୬ ଜଣ ଜୁନିୟରକୁ ନେଇ ୧ ଘଣ୍ଟା ଧରି ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମକୁ ସକାଳ

୭ଟାରେ  ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ହସ୍ତରେ ଶୁଭାରମ୍ଭ ହୋଇଥିଲା । ବଜାରରେ ଥିବା ଦେକାନୀ, ବ୍ୟବସାୟୀ, ଚାଷୀ ଗ୍ରାହକମାନଙ୍କୁ ଟାଣ ଖରାରେ ପଦାକୁ ବାହାରନ୍ତୁ ନାହିଁ, ଖରାରେ କଠିଣ ପରିଶ୍ରମ କରନ୍ତୁ ନାହିଁ, ଜରୁରୀ କାମରେ ବାହାରକୁ ଯିବା ବେଳେ କଳା ଚସମା, ଚପଲ, ମୁଣ୍ଡରେ ଓଦା ଗାମୁଛା ଓ ଛତା ବ୍ୟବହାର କରନ୍ତୁ, ପାଣି ବୋତଲ ସାଙ୍ଗରେ

ଧରି ନିଅନ୍ତୁ, ମାଦକ ଦ୍ରବ୍ୟ ସେବନ କରନ୍ତୁ ନାହିଁ, ଜଳ ଶୁଷ୍କତାରୁ ରକ୍ଷା ପାଇବା ପାଇଁ ଅଧିକ ପାଣି, ଓଆରଏସ୍ ଦ୍ରବଣ ତଥା ତରଭୁଜ କାକୁଡି ଆଦି ଖାଅନ୍ତୁ, ଅଂଶୁଘାତ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଶୀଘ୍ର ଡାକ୍ତରଖାନା ନେଇ ଚିକିତ୍ସା କରନ୍ତୁ, ଗୃହ ପାଳିତ ପଶୁମାନଙ୍କୁ ଛାଇରେ ରଖନ୍ତୁ ଓ ପ୍ରଚୁର ପରିମାଣରେ ପାଣି ପିଇବାକୁ ଦିଅନ୍ତୁ, ପାଣି ପାଗ ବିଭାଗ ଦ୍ୱାରା ଗ୍ରୀଷ୍ମ ପ୍ରବାହ ସମ୍ବନ୍ଧୀୟ ଦିଆଯାଉଥିବା ସତର୍କ ସୂଚନା ପ୍ରତି ଧ୍ୟାନ ଦିଅନ୍ତୁ ବୋଲି ଲୋକଙ୍କୁ ସୂଚନା ପ୍ରଦାନ କରିବା ସହ ଫ୍ଲାସ କାର୍ଡ ଓ ପୋଷ୍ଟର ବଣ୍ଟନ କରିଥିଲେ । ସମସ୍ତଙ୍କୁ ପାଣି ବୋତଲ ମଧ୍ୟ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଗଣେଶ ରଣା, ଶିକ୍ଷୟତ୍ରୀ ରେଣୁକା ସାହୁ, କାନ୍ତି ଭୋଇ, ଯଶୋବନ୍ତି ସୁନା, ଦ୍ରୋପଦି ଭୋଇ, ଶିକ୍ଷକ କୃପାସିନ୍ଧୁ ମିଶ୍ର, ଦିପକସେନ ଧରୁଆ, ସମିର ସେଠି, ଲିଙ୍ଗରାଜ ନନ୍ଦ, ହିମାଂଶୁ ବିଶ୍ୱାଲ, ଜୁନିୟର ଜୟନ୍ତ ରଣା, ସୁମନ କୁମ୍ଭାର, ଲିପସା ରଣା, ଦୁଲ୍ଲବୀ ରଣା, ସାହିଲ ରଣା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ ବିଜ୍ଞାନ ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like