-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ବାବା ସାହେବ ଡ଼ ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

14-Apr-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ, ବଲାଙ୍ଗିର ପକ୍ଷରୁ ସମ୍ବିଧାନ ପ୍ରଣେତା ଭାରତରତ୍ନ  ଡ଼ ବି. ଆର. ଆମ୍ବେଦକର ଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେ ପୂର୍ବାହ୍ନ ୮ ଘଣ୍ଟା ସମୟରେ ଜିଲ୍ଲାପାଳ ଙ୍କ କାର୍ୟାଳୟ ସମ୍ମୁଖରେ ରେ ଥିବା ଡ଼ ବି. ଆର. ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଜିଲ୍ଲାପାଳ ଚଞ୍ଚଳ ରାଣା ,ଅତିରିକ୍ତ ଜିଲ୍ଲାପାଳ

ମହେନ୍ଦ୍ର କୁମାର ମହାପାତ୍ର ,ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ,ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣ , ସୂଚନା ଓ ଲୋକ ସମ୍ପର୍କ ବିଭାଗ ର ଉପ ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଡ଼ ବି. ଆର. ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଜୟନ୍ତୀ ସମାରୋହ ପାଳନ ଉପଲକ୍ଷେ ପୂର୍ବାହ୍ନ ରେ ସ୍ଥାନୀୟ ପତିତ ପାବନ ଏକାଡେମି ହଲ ରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର କୁମାର ମହାପାତ୍ର ,ମୁଖ୍ୟ ଅତିଥି ,ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟ ର ରାଜନୀତି ବିଜ୍ଞାନ ର ସହକାରୀ ପ୍ରଫେସର ଡ଼ ମନୋଜ କୁମାର ନାଗ ,ମୁଖ୍ୟ ବକ୍ତା , ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଡ଼ ବି. ଆର. ଆମ୍ବେଦକର ଙ୍କ ଜୀବନାଦର୍ଶ ,ସଂଘର୍ଷମୟ ଓ ଗାରିମାମୟ ଜୀବନୀ ତଥା ଡ଼ ବି. ଆର. ଆମ୍ବେଦକର ଙ୍କ ଦ୍ଵାରା ପ୍ରଣିତ ଭାରତୀୟ ସମ୍ବିଧାନ ସମ୍ପର୍କରେ ବକ୍ତ୍ୟବ୍ୟ ପ୍ରଦାନ କରିଥିଲେ । ଜୟନ୍ତୀ ସମାରୋହ ପାଳନ ଉପଲକ୍ଷେ ଅନୁଷ୍ଠିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ

ପୁରସ୍କାର ଓ ପ୍ରସଂଶା ପତ୍ର ପ୍ରଦାନ କରିଥିଲେ । ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ପ୍ରତିଯୋଗିତା ରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କଲେଜଛକ ର ଛାତ୍ରୀ ଶ୍ଵେତା ପରିମିତା ପଟେଲ ପ୍ରଥମ , ପତିତ ପାବନ ଏକାଡେମି ର ଛାତ୍ର କ୍ରୀଷ୍ଣରାଜ ରଥ ଦ୍ଵିତୀୟ ,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିର ର ଛାତ୍ରୀ ସନ୍ଧ୍ୟାରଣୀ ପଧାନ ତୃତୀୟ ହୋଇଥିବାବେଳେ ମହାବିଦ୍ୟାଳୟ ସ୍ତରୀୟ ଓଡିଆ ବକ୍ତୃତା ପ୍ରତିଯୋଗିତା ରେ ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବଲାଙ୍ଗିର ର ଛାତ୍ରୀ ପ୍ରତିଶ୍ରୁତି ନାୟକ ପ୍ରଥମ , ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବଲାଙ୍ଗିରର ଛାତ୍ର ଆର୍ଯାନ ରାଉତ ଦ୍ଵିତୀୟ ଓ ସିଏନସି କଲେଜ ବଲାଙ୍ଗିରର ଛାତ୍ରୀ ଶୁଭେଚ୍ଛା ବେହେରା ତୃତୀୟ ସ୍ଥାନ ହାସଲ କରି ପୁରସ୍କାର ଓ ପ୍ରସଂଶା ପତ୍ର ଗ୍ରହଣ କରିଥିଲେ । ଜିଲ୍ଲା ସ୍ତରୀୟ ବାବା ସାହେବ ଡ଼ ବି. ଆର. ଆମ୍ବେଦକର  ଜୟନ୍ତୀ ଉତ୍ସବ ର ସମସ୍ତ କାର୍ଯ୍ୟକ୍ରମ କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ର ଉପ ନିର୍ଦ୍ଦେଶକ ଶ୍ରୀ ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ପତିତ ପାବନ ଏକାଡେମି ର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like