-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ସଚିବ ଙ୍କ ବଲାଙ୍ଗୀର ଗସ୍ତ –ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ପରିଦର୍ଶନ ଓ ସମୀକ୍ଷା

18-Apr-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ପ୍ରଥମେ ତୁଷୁରା ଉଡାଜାହାଜ ପଡିଆ ରେ ପହଞ୍ଚିବା ପରେ ତୁଷୁରା ସ୍ଥିତ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ପରିଦର୍ଶନ କରିଥିଲେ । ପରେ ସେ ତୁଷୁରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନରେ ଯାଇ ରୋଗୀ ସେବା ଓ ଅନ୍ୟାନ୍ୟ ଆନୁସାଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ପରେ ସେ ଗୁଡଭେଲା ସ୍ଥିତ ରାହୁଲ ନଦୀ ଉପରେ ନିର୍ମାଣଧୀନ ଇନ ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ ପରିଦର୍ଶନ ରେ ଯାଇଥିଲେ ଓ ଏହାର ନିର୍ମାଣ ସମ୍ପର୍କରେ ଆଲୋଚନା କରିଥିଲେ ।  ଏହି

ପରିଦର୍ଶନ ସମୟରେ ଜଳ ସମ୍ପଦ ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଙ୍କ ସମେତ ରାଜ୍ୟ ଜଳ ସମ୍ପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ,ଇଞ୍ଜିନିଅର ଇନ ଚିଫ ଙ୍କ ସମେତ ବିଭାଗର ବରିଷ୍ଠ ଯନ୍ତ୍ରୀ ମାନେ ଉପସ୍ଥିତ ଥିଲେ । ପରେ ସେ ବଲାଙ୍ଗିର ସ୍ମାର୍ଟ ପାର୍କ ପରିଦର୍ଶନ କରିଥିଲେ । ସେଠାରୁ ସେ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଛତାମଖନା ଇନ ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ ର ଅନୁଧ୍ୟାନ କରିଥିଲେ । ପରେ ସେ ଲାଲଟିକିରା ସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ର ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଠ ତିଚିଙ୍ଗ ହସ୍ପିଟାଲ ଓ ଅନ୍ୟାନ୍ୟ ଭିତ୍ତିଭୂମି ର ନିର୍ମାଣ କାର୍ଯ୍ୟ ର ସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ସହ ଜିଲ୍ଲାପାଳ ,କାର୍ଯ୍ୟ ନିର୍ବାହୀ ସଂସ୍ଥା ଏବଂ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ର ଡିନ ତଥା ଅଧ୍ୟକ୍ଷଙ୍କ ସହ ଭିତ୍ତିଭୂମି ସମ୍ପର୍କରେ ଆଲୋଚନା କରିଥିଲେ । ପରେ ଉନ୍ନୟନ କମିଶନର ପାଟଣାଗଡ ଅନ୍ତର୍ଗତ ରାମପାଲି ଅନ୍ଵେଷା ହଷ୍ଟେଲ ପରିଦର୍ଶନ କରିବା ସହ ଛାତ୍ର ଛାତ୍ରୀ ମାନଙ୍କ ସହ ଶୈକ୍ଷିକ ବାତାବରଣ ତଥା ପାଠ ପଢା ସମ୍ପର୍କରେ ପଚାରି ବୁଝିଥିଲେ । ଛାତ୍ର ଛାତ୍ରୀ ମାନଙ୍କ ସହ କିଛି ସମୟ ଅତିବାହିତ କରି ସେମାନଙ୍କ ସହ ମିଶି ଭୋଜନ କରିଥିଲେ । ସେଠାରୁ ସେ ହରିଶଙ୍କର ଯାଇ  ମନ୍ଦିର ପରିଦର୍ଶନ କରିବା ସହ  ହରିଶଙ୍କର ପର୍ଯ୍ୟଟନ ସ୍ଥଳୀ ର ବିକାଶ ନିମନ୍ତେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ର ତଦାରଖ କରିଥିଲେ । ସେଠାରୁ ସେ ମିଶନ ଶକ୍ତି ପାନ୍ଥନିବାସ ପରିଦର୍ଶନ କରି ଏହାକୁ ପରିଚାଳନା କରୁଥିବା ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କ ସହ ଆଲୋଚନା କରି ଏହାର ପରିଚାଳନା ସମ୍ପର୍କରେ ପଚାରିବୁଝିବା ସହ ସେମାନେ କରୁଥିବା କାର୍ଯ୍ୟ ର ପ୍ରଶଂସା କରିଥିଲେ । ପରେ ସେ ବଲାଙ୍ଗିର ର ଜୀବନ ରେଖା କୁହାଯାଉଥିବା ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନ ରେ ଆସି ପ୍ରକଳ୍ପ କାର୍ଯ୍ୟ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ସେଠାରେ ଉନ୍ନୟନ କମିଶନର ଙ୍କୁ  ଡ୍ରୋନ ଓ ଏଲସିଡି ପ୍ରୋଜେକ୍ଟର ମାଧ୍ୟମରେ ସଂପୂର୍ଣ୍ଣ ପ୍ରକଳ୍ପ ର ବିବରଣୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଥିଲା । ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକର ଙ୍କ ସମେତ ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ ର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ପରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଗର୍ଗ ସ୍ଥାନୀୟ ସର୍କିଟ ହାଉସ ରେ ପହଞ୍ଚି ସେଠାରେ ବଲାଙ୍ଗିର ଜିଲ୍ଲାରେ ଜଳ ସମ୍ପଦ ବିଭାଗ ପକ୍ଷରୁ

କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ତଥା ନୂତନ ପ୍ରକଳ୍ପର  ସମ୍ପର୍କରେ ଜଳ ସମ୍ପଦ ବିଭାଗ ଅଧିନସ୍ଥ ମେଗା ଲିଫ୍ଟ ପ୍ରକଳ୍ପ, ଉଠା ଜଳସେଚନ ପ୍ରକଳ୍ପ , ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ର ଅଗ୍ରଗତି ଓ କାର୍ଯ୍ୟକାରିତା ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ । ଏହି ସମୀକ୍ଷା ବୈଠକରେ ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ ଚଡ୍ଡା , ଜିଲ୍ଲାପାଳ ଚଞ୍ଚଳ ରାଣା ,ଜଳ ସମ୍ପଦ ବିଭାଗ ର ଇଞ୍ଜିନିଅର ଇନ ଚିଫ ଭକ୍ତ ରଞ୍ଜନ ମହାନ୍ତି ,ମୁଖ୍ୟ ଯନ୍ତ୍ରୀ ତେଲ ବେସୀନ ସନ୍ତୋଷ କୁମାର ମହାପାତ୍ର ,ମୁଖ୍ୟ ଯନ୍ତ୍ରୀ ଯୋଜନା ସାଗର ମହାନ୍ତି ,ମୁଖ୍ୟ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବସନ୍ତ ରାଉତ, ମୁଖ୍ୟ ଯନ୍ତ୍ରୀ ଡ୍ୟାମ ନିରାପତ୍ତା ଶିବାଶିଷ ପାଢି ,ମୁଖ୍ୟ ଯନ୍ତ୍ରୀ ମେଗା ଲିଫ୍ଟ ଚିନ୍ମୟ ରାଉତ ,ଓଡିଶା ନିର୍ମାଣ ନିଗମ ର ପରିଚାଳନା ନିର୍ଦ୍ଦେଶକ ବିଭୁତି ଭୂଷଣ ଦାସ ଙ୍କ ସମେତ ମେଗା ଲିଫ୍ଟ, ଉଠା ଜଳସେଚନ , ଲୋଅର ସୁକତେଲ ଜଳସେଚନ ପ୍ରକଳ୍ପ, କ୍ଷୁଦ୍ର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ,ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ର ଅଧିକ୍ଷଣ ଯନ୍ତ୍ରୀ ,ନିର୍ବାହୀ ଯନ୍ତ୍ରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like