-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର  ଜିଲ୍ଲା ଗସ୍ତ ର ଦ୍ଵିତୀୟ ଦିନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ସଚିବ ଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ପରିଦର୍ଶନ

19-Apr-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ):ବଲାଙ୍ଗିର  ଜିଲ୍ଲା ଗସ୍ତ ର ଦ୍ଵିତୀୟ ଦିନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ଆଜି ସକାଳ ରେ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ପଥରଚେପା ସ୍ଥିତ ପାର୍ବତୀ ଗିରି ବାଳ ନିକେତନ ଶିଶୁ ଯତ୍ନ ଅନୁଷ୍ଠାନ ପରିଦର୍ଶନ ରେ ଯାଇଥିଲେ । ଉନ୍ନୟନ କମିଶନର ଙ୍କ ସହ ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ ଚଡ୍ଡା , ଜିଲ୍ଲାପାଳ ଚଞ୍ଚଳ ରାଣା ଉପସ୍ଥିତ ଥିଲେ । ସେଠାରେ ପାର୍ବତୀ ଗିରି ବାଳ ନିକେତନ ର ଅନ୍ତେବାସୀ ମାନେ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଉନ୍ନୟନ କମିଶନର ଅନ୍ତେବାସୀ ମାନଙ୍କ ସହ ସେମାନଙ୍କ ରହିବା ,ଖାଇବା ,ଯତ୍ନ ,ପାଠପଢା ତଥା ସ୍ୱାସ୍ଥ୍ୟ

ସମ୍ପର୍କରେ ପଚାରିବୁଝିବା ସହ ସେମାନକୁ ଉତ୍ସାହିତ କରିଥିଲେ  । ଅନ୍ତେବାସୀ ମାନେ ରହୁଥିବା ବାଳକ ଓ ବାଳିକା ହଷ୍ଟେଲ ଓ ରୋଷେଇ ଶାଳା ପରିଦର୍ଶନ କରିବା ସହ ସେଠାରେ ଥିବା ସିଲେଇ ତାଲିମ କେନ୍ଦ୍ର ଓ ଯତ୍ନ ପରବର୍ତ୍ତୀ କେନ୍ଦ୍ର ପରିଦର୍ଶନ କରି ଅନୁଷ୍ଠାନ ର ପରିଚାଳକ ଙ୍କ ସହ ଆଲୋଚନା କରିଥିଲେ । ପାର୍ବତୀ ଗିରି ବାଳ ନିକେତନ ର ଦିବ୍ୟାଙ୍ଗ ଅନ୍ତେବାସୀ ପାୟଲ ନାଗ ନିଜ ପାଟିରେ ଆଙ୍କିଥିବା ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ  ଗର୍ଗ ଙ୍କ ଫୋଟୋଚିତ୍ର କୁ ଉନ୍ନୟନ କମିଶନର ଙ୍କୁ  ଦେଇଥିଲେ । ଅନ୍ତେବାସୀ ମାନଙ୍କୁ ଉନ୍ନୟନ କମିଶନର, ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ଓ ଜିଲ୍ଲାପାଳ ମିଷ୍ଠାନ ବଣ୍ଟନ କରିଥିଲେ । ପରେ ସେ ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ବିଷ୍ଣୁମୁଣ୍ଡା ସ୍ଥିତ ସ୍ଳମ ରିଲୋକେସନ ସାଇଟ ପରିଦର୍ଶନ ରେ ଯାଇ ଜାଗା ମିଶନ କଲୋନୀ ବୁଲି ଦେଖିଥିଲେ  । ସେଠାରେ ଦୟାନିଧି ବାଗ କରିଥିବା ସଂପୂର୍ଣ୍ଣ ଘର  କୁ ବୁଲିଦେଖିବା ସହ ଉପସ୍ଥିତ ହିତାଧିକାରୀ ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗ ରେ ଆଲୋଚନା କରିଥିଲେ । ସେଠାରୁ ଉନ୍ନୟନ କମିଶନର ଓ  ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ଟିଟିଲାଗଡ ଅଭିମୁଖେ ଯାଇଥିଲେ। ଉନ୍ନୟନ କମିଶନର ଟିଟିଲାଗଡ ଠାରେ  ନୂତନ ଭାବେ ନିର୍ମାଣାଧୀନ ଟିଟିଲାଗଡ ଉପଖଣ୍ଡ ଚିକିତ୍ସାଳୟ କୋଠା ପରିଦର୍ଶନ କରିବା ସହ ଏହାର ନିର୍ମାଣ କାର୍ଯ୍ୟ ଓ ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରି ବିଭାଗୀୟ ଯନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ ।  ପରେ ସେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ପିପଲପଦର କୁ ଯାଇ ସେଠାରେ ପ୍ରତିଷ୍ଠା ହୋଇଥିବା ମେଗା  ଛତୁଆ ପ୍ରକ୍ରିୟାକରଣ  ୟୁନିଟ ପରିଦର୍ଶନ କରି ଏହାର ପରିଚାଳନା ଦାୟିତ୍ଵ ନେଇଥିବା ମିଶନ ଶକ୍ତି ବ୍ଲକ ସ୍ତରୀୟ ମହାସଂଘ ଟିଟିଲାଗଡ ର ସଦସ୍ୟା ମାନଙ୍କ ସହ ଛତୁଆ ପ୍ରସ୍ତୁତି ପ୍ରଣାଳୀ ,ପ୍ୟାକେଜିଙ୍ଗ ଓ ଗୁଣବତ୍ତା ସମ୍ପର୍କରେ ପଚାରିବୁଝିଥିଲେ ।ଏହି ୟୁନିଟ ଦ୍ଵାରା ପ୍ରସ୍ତୁତ ଛତୁଆ କୁ ଉନ୍ନୟନ କମିଶନର ନିଜେ ସ୍ଵାଦନେବା ସହ ଛତୁଆ ର ଗୁଣବତ୍ତା କୁ ପ୍ରସଂଶା କରିଥିଲେ । ଏହି ଗୁଣବତ୍ତା କୁ ବଜାୟ ରଖିବା ନିମନ୍ତେ ମିଶନ ଶକ୍ତି ବ୍ଲକ ସ୍ତରୀୟ ମହାସଂଘ ଟିଟିଲାଗଡ ର ସଦସ୍ୟା ମାନଙ୍କୁ ପରାମର୍ଶ ଦେଇଥିଲେ ।

ଟିଟିଲାଗଡ ଉପଖଣ୍ଡ ଚିକିତ୍ସାଳୟ କୋଠା ଓ  ମେଗା  ଛତୁଆ ପ୍ରକ୍ରିୟାକରଣ  ୟୁନିଟ ପରିଦର୍ଶନ ସମୟରେ ଜଳ ସମ୍ପଦ ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଉପସ୍ଥିତ ଥିଲେ । ପରେ  ଉନ୍ନୟନ କମିଶନର ଓ  ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ମୁରିବାହାଲ ଯାଇ ନିୟନ୍ତ୍ରିତ ବଜାର କମିଟି ପରିସରରେ ଥିବା ପିଆଜ ଷ୍ଟୋରେଜ କେନ୍ଦ୍ର ପରିଦର୍ଶନ କରିଥିଲେ । ଏହି କେନ୍ଦ୍ର କୃଷି ଉତ୍ପାଦନ କ୍ଲଷ୍ଟର ଅନ୍ତର୍ଗତ ମିଳିତ ଉତ୍ଥାନ ପ୍ରୋଡ୍ୟୁସର କମ୍ପାନୀ ଦ୍ୱାରା ପରିଚାଳନା କରାଯାଉଛି । ସେଠାରେ ସେ ଅଞ୍ଚଳର ସଫଳ ଚାଷୀ ଓ ପ୍ରୋଡ୍ୟୁସର କମ୍ପାନୀ ର ସଦସ୍ୟା ଙ୍କ ସହ ପିଆଜ ର ରକ୍ଷଣାବେକ୍ଷଣ ଓ ବଜାର ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ । ପରେ ସେ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ବାଗବାହାଲ ଗ୍ରାମ କୁ ଯାଇ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଦ୍ୱାରା କରାଯାଇଥିବା  ପିଆଜ ଓ ପନିପରିବା ଚାଷ ସମ୍ପର୍କରେ ଆଲୋଚନା କରିବା ସହ ସେମାନଙ୍କ ଆତ୍ମବିଶ୍ଵାସ କୁ ପ୍ରଶଂସା କରିଥିଲେ । ନୂତନ ଅମଳ ପରବର୍ତ୍ତୀ ପରିଚାଳନା କାର୍ଯ୍ୟକ୍ରମ ଜରିଆରେ ଥିବା ସହାୟତା ସମ୍ପର୍କରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଓ କୃଷି ଉତ୍ପାଦକ ସଂଗଠନ ଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଉନ୍ନୟନ କମିଶନର ଓ  ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ଙ୍କ ଟିଟିଲାଗଡ ଗସ୍ତ ସମୟରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ,ଟିଟିଲାଗଡ ଉପ ଜିଲ୍ଲାପାଳ ଦୟାମୟ ପାଢି ଙ୍କ ସମେତ ସମ୍ପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like