-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ପରଷଦ ବୈଠକ – ଉତ୍ତମ ସମନ୍ଵୟ ମାଧ୍ୟମରେ ଯୋଜନା ଗୁଡିକର ସଫଳ ରୂପାୟନ ଉପରେ ଗୁରୁତ୍ଵାରୋପ ।

21-Apr-2023



ବଲାଙ୍ଗିର (ପ୍ରେରଣା ଖବର )
ସ୍ଥାନୀୟ ରାଜ୍ୟ ହୋଟେଲ ପରିଚାଳନା ପ୍ରତିଷ୍ଠାନ  ସମ୍ମିଳନୀ କକ୍ଷ ଠାରେ ବଲାଙ୍ଗିର ଜିଲ୍ଲା ପରିଷଦ ର ବୈଠକ ଜିଲ୍ଲା ପରିଷଦ ର ଅଧ୍ୟକ୍ଷ୍ୟା ଦେବକୀ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ,ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ,କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ,ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ  ଜିଲ୍ଲାପାଳ ଚଞ୍ଚଳ ରାଣା ,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ୍ୟା ମିଥିଳା ମାଝି , ଜଳ ସମ୍ପଦ ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ଟିଟିଲାଗଡ ବିଧାୟିକା ଙ୍କ ପ୍ରତିନିଧି ଚନ୍ଦ୍ରବଦନ ପୁରୋହିତ ,ବଲାଙ୍ଗିର ଲୋକସଭା ସାଂସଦ ଙ୍କ ପ୍ରତିନିଧି ମାଧବ କୁମାର ସାଏ , ଡିଏଫଓ ନିତୀଶ କୁମାର , ଜିଲ୍ଲା ପରିଷଦ ର ଅତିରିକ୍ତ ନିର୍ବାହୀ ଅଧିକାରୀ ଡ଼ ଗୁଣନିଧି ନାୟକ ,ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣ ,ପାଟଣାଗଡ ଉପ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ଙ୍କ ସମେତ ଜିଲ୍ଲା ପରିଷଦ ର ସଭ୍ୟ ,ସଭ୍ୟା ,ପଞ୍ଚାୟତ ସମିତି ର ଅଧ୍ୟକ୍ଷ ,ଅଧ୍ୟକ୍ଷ୍ୟା ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ସଂସ୍ଥା ର ଅଧିକାରୀ ମାନେ ଉପସ୍ଥିତ ଥିଲେ ।  ବୈଠକ ପ୍ରାରମ୍ଭ ରେ ଜିଲ୍ଲାପାଳ ସମସ୍ତ ଙ୍କୁ ସ୍ଵାଗତ ଜଣାଇଥିଲେ ।  ଜିଲ୍ଲା ପରିଷଦ ର ଅଧ୍ୟକ୍ଷ୍ୟା ଶ୍ରୀମତୀ  ସାହୁ  ସମସ୍ତ ଙ୍କୁ ସ୍ଵାଗତ ଜଣାଇବା ସହ ଉତ୍ତମ ସମନ୍ଵୟ ମାଧ୍ୟମରେ ଜିଲ୍ଲା ରେ କାର୍ଯକାରୀ ହେଉଥିବା ଉନ୍ନୟନ ଓ ଲୋକାଭିମୁଖୀ ଯୋଜନା ଗୁଡିକର ସଫଳ ରୂପାୟନ ଦିଗରେ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ବିଭିନ୍ନ ଅଞ୍ଚଳର ଜନସାଧାରଣ ଙ୍କ ସମସ୍ୟା ଗୁଡିକର ସମାଧାନ ଦିଗରେ ବିଭାଗୀୟ ଅଧିକାରୀ ମାନେ ଧ୍ୟାନ ଦେବାକୁ  ସେ ପରାମର୍ଶ ଦେଇଥିଲେ । ବୈଠକରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଜନ ଦ୍ଵାରା କାର୍ଯକାରୀ ହେଉଥିବା ପାଇପ ଜଳ ଯୋଗାଣ ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇ ଜନସାଧାରଣ ଙ୍କୁ ପାନୀୟ ଜଳ ଯୋଗାଇଦେବା ନିମନ୍ତେ ବିଦ୍ୟୁତ ଯୋଗାଣ ହୋଇନଥିବା ପ୍ରକଳ୍ପ ଗୁଡିକୁ ଶୀଘ୍ର ବିଦ୍ୟୁତ ଯୋଗାଣ ଉପରେ ଆଲୋଚନା ହୋଇଥିଲା । ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଗୁଡିକର କାର୍ଯ୍ୟ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ସହ କାର୍ଯ୍ୟ ଗୁଡିକର ଗୁଣବତ୍ତା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଅଚଳ ଥିବା ନଳକୂପ ଗୁଡିକର ମରାମତି ସହ ଜଳକ୍ଳିଷ୍ଟ ଅଞ୍ଚଳ ଗୁଡିକରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇଦେବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ।    କୃଷି ବିଭାଗ ସମ୍ପର୍କରେ ଆଲୋଚନା କରାଯାଇ ଜିଲ୍ଲାରେ ମିଳେଟ ମିଶନ ର କାର୍ଯ୍ୟକାରିତା ,ଚଳିତ ବର୍ଷ ଚାଷୀ ଙ୍କୁ ଯୋଗାଇଦିଆଯାଇଥିବା ସାର ,ମିନି କୀଟ , ଇନପୁଟ ସବସିଡି ଉପରେ ସବିଶେଷ ଆଲୋଚନା କରାଯାଇଥିଲା । ପ୍ରାଥମିକ ଶିକ୍ଷା ଓ ଗଣ ଶିକ୍ଷା ବିଭାଗ ସମ୍ପର୍କରେ ଆଲୋଚନା କରାଯାଇ ଜିଲ୍ଲାରେ ଉଚ୍ଚ ବିଦ୍ୟାଳୟ ରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁ ଉନ୍ନୀତକରଣ ପ୍ରସ୍ତାବ ,ବିଭିନ୍ନ ବ୍ଲକ ରେ ଖାଲି ଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦବୀ ପୂରଣ, ବିଦ୍ୟାଳୟ ଗୁଡିକର ଭିତ୍ତିଭୂମି ,ଶିକ୍ଷକ  ସ୍ଥିତି , ଛାତ୍ରୀ ମାନଙ୍କ ନିମନ୍ତେ ବିଦ୍ୟାଳୟ ଗୁଡିକରେ ନିର୍ମିତ ଶୌଚାଳୟ ଗୁଡିକର ସୁପରିଚାଳନା ,୫’ ଟି ବିଦ୍ୟାଳୟ ରୂପାନ୍ତରିକରଣ ସମ୍ପର୍କରେ ଆଲୋଚନା ହୋଇଥିଲା । ବିଦ୍ୟାଳୟ ଗୁଡିକରେ ଛାତ୍ରଛାତ୍ରୀ ମାନଙ୍କ ନାମଲେଖା ତଥା ଉପସ୍ଥାନ ଯେପରି ଶତ ପ୍ରତିଶତ ହେବ ଏବଂ କୌଣସି ବିଦ୍ୟାଳୟରେ ଡ୍ରପ ଆଉଟ ଯେପରି ନହେବ ସେଥିପ୍ରତି ଦୃଷ୍ଟି ଦେବାକୁ ପଞ୍ଚାୟତ ରାଜ ଅନୁଷ୍ଠାନ ର ପ୍ରତିନିଧି ମାନଙ୍କୁ ଜିଲାପାଳ ଅନୁରୋଧ କରିଥିଲେ । ବିଭାଗୀୟ କାର୍ଯ୍ୟ।ବଳୀ ତଥା ଉନ୍ନୟନମୂଳକ ଓ ଲୋକାଭିମୁଖୀ ଯୋଜନା ର ରୂପରେଖ ,କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ଜନ   ପ୍ରତିନିଧି ମାନଙ୍କୁ ଅବଗତ କରିବା ନିମନ୍ତେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।    ଜିଲ୍ଲା ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟ ଗୁଡିକର ଶିକ୍ଷକ ସ୍ଥିତି ,ଛାତ୍ରାବାସ ଗୁଡିକର ପରିଚାଳନା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ।  ଏତଦବ୍ୟତୀତ ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ଉଠା ଜଳସେଚନ ,କ୍ଷୁଦ୍ରଜଳସେଚନ ,ଲୋଅର ସୁକତେଲ ପ୍ରକଳ୍ପ ,ଗ୍ରାମ୍ୟ ଉନ୍ନୟନ ,ଜଳଛାୟା ,ରାସ୍ତା ଓ ପୂର୍ତ୍ତ ବିଭାଗ ଜରିଆରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ଓ ଯୋଜନା ଗୁଡିକର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ବୈଠକରେ ସବିଶେଷ ଆଲୋଚନା ହୋଇଥିଲା । କେନ୍ଦ୍ରୀୟ ପଞ୍ଚଦଶ ଅର୍ଥ କମିଶନ ଓ ପଞ୍ଚମ ଅର୍ଥ କମିଶନ ଆବଦ୍ଧ ଅନୁଦାନ ର ପ୍ରସ୍ତାବିତ ପ୍ରକଳ୍ପ ଗୁଡିକ ସମ୍ପର୍କରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା । ଜିଲ୍ଲା ପରିଷଦ ର ସଭ୍ୟ ,ସଭ୍ୟା ,ପଞ୍ଚାୟତ ସମିତି ର ଅଧ୍ୟକ୍ଷ ,ଅଧ୍ୟକ୍ଷ୍ୟା ମାନେ ନିଜ ନିଜ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ବିଭିନ୍ନ ପ୍ରକଳ୍ପ ସମ୍ପର୍କିତ ପ୍ରସ୍ତାବ ବୈଠକରେ ଉପସ୍ଥାପନ କରିଥିଲେ । ବୈଠକ ଶେଷରେ ଜିଲ୍ଲା ପରିଷଦ ର ଅତିରିକ୍ତ ନିର୍ବାହୀ ଅଧିକାରୀ ଡ଼ ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like