-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆଦର୍ଶ ଅନୁଷ୍ଠାନରେ ପାଳିତ ହେଲା ତାରାପୁର ଉତ୍ସବ,ସବୁ ମହଲରେ ସ୍ଵାଗତ   

23-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ) ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ ନିକଟ ଐତିହାସିକ ତାରାପୁର ଗଡରେ ଦୀର୍ଘ ୩ବର୍ଷ ତଳେ ପ୍ରତିଷ୍ଠା ହୋଇ ଅଞ୍ଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରି ଆସୁଥିବା ଆଦର୍ଶ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଅର୍ଥାତ ତାରାପୁର ଉତ୍ସବ ଧୂମଧାମରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ଖେତି ଅଧ୍ୟକ୍ଷତା କରି ବାର୍ଷିକ ବିବରଣୀ ପଠନ କରିଥିଲେ ।ଏଥିରେ ମୁଖ୍ୟଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା,ମୁଖ୍ୟବକ୍ତା ଅବସରପ୍ରାପ୍ତ ଶିକ୍ଷକ ବିନୋଦ ବିହାରୀ ନାଏକ,ସମ୍ମାନିତ ଅତିଥି ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ବିନିକା ହାଇସ୍କୁଲ ପ୍ରଧାନ ଶିକ୍ଷକ ନୀଳାଚଳ

ମେହେର,ଅଷ୍ଟମ ଶ୍ରେଣୀ ଅଧ୍ୟୟନ ଛାତ୍ରଛାତ୍ରୀଙ୍କ ଅଭିଭାବକ ସଂଘ ସଭାପତି ସନ୍ତୋଷ ପଣ୍ଡା,ସପ୍ତମ ଶ୍ରେଣୀ ଶାନ୍ତନୁ ପଣ୍ଡା,ଷଷ୍ଠ ଶ୍ରେଣୀ ଅର୍ଜୁନ ପଳିତା ପ୍ରମୁଖ ଯୋଗଦେଇ ଗୁଣାତ୍ମକ ଆଦର୍ଶ ଶିକ୍ଷାଦାନ ଉପରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ସୂଚନା ପ୍ରଦାନ କରିଥିଲେ ।ସଭାକୁ ଶିକ୍ଷକ ଶୁଭମ ଶୁକ୍ଳା ସଂଯୋଜନା କରିଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଆବାହନୀ ଓ ଉଦଯାପନୀ ସଙ୍ଗୀତ ପରିବେଷଣ ହୋଇଥିଲା ।ଶେଷରେ ଶିକ୍ଷକ ଅର୍ଜୁନ ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ ।ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଅଭିଭାବକ/ଅଭିଭାବିକା ମାନଙ୍କୁ ବାନ୍ଧି ରଖିଥିଲା ।ଉତ୍ସବ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଛାତ୍ରଛାତ୍ରୀ ସହଯୋଗ କରିଥିଲେ ।ପ୍ରକାଶ ଥାଉକି ଯେ ଐତିହାସିକ ତାରାପୁର ଗଡ ଏବେ ଧାଂଶସ୍ତୁପ ରେ ପରିଣତ ହୋଇ ହେଇଛି ।ଯେତେବେଳେ ଏହି ଗଡରେ ମିନି ଷ୍ଟାଡିୟମ ନିର୍ମାଣ ହେଲା ସେତେବେଳେ ଏକ ମାଟି କୂଅ, ମାଟି ପାତ୍ର,ଚାଉଳ ଭଳି ଅନେକ ପ୍ରାଚୀନ ସଭ୍ୟତାର ଝଲକ ଦେଖିବାକୁ ମିଳିଥିଲା ।ଯାହାକି ସେହି ସମୟରେ ବିଭିନ୍ନ ଖବର କାଗଜରେ ପ୍ରକାଶ ପାଇବାପରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଐତିହାସିକ ଓ ଗବେଷକ ଆସି ଗବେଷଣା କଲେ ।ହେଲେ ତାହା ଗବେଷଣାରେ ହିଁ ରହିଗଲା ।ସରକାର ଏହି ଐତିହାସିକ ଗଡର ପୁନରୁଦ୍ଧାର ଦିଗରେ ଦୃଷ୍ଟି ଦେବା ପରିବର୍ତେ ଗଡ ପରିସରଟି ଏବେ ଜନକଲ୍ୟାଣକାରୀ ଯୋଜନାରେ ନିର୍ମାଣାଧୀନ ଅନୁଷ୍ଠାନରେ  ଶୋଭାମଣ୍ଡିତ କରୁଛି ।ଲୋକଙ୍କ ମନରୁ ଲିଭି ଯାଇଥିବା ତାରାପୁର ଗଡର ନାମକୁ ତାରାପୁର ଉତ୍ସବ ନାମରେ ପାଳନ କରାଯାଇଛି । ଅନ୍ୟ ପକ୍ଷରେ ଏହି ଉତ୍ସବକୁ ଆହୁରି ଜାକଜମକରେ କରିବା ଉଦ୍ଦେଶ୍ୟ ନେଇ ଶିକ୍ଷା ବିଭାଗର ଜିଲ୍ଲା ଶିକ୍ଷା ଅଧିକାରୀ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ,ବିନିକା ଗୋଷ୍ଟି ଶିକ୍ଷା ଅଧିକାରୀଙ୍କୁ ଯୋଗଦେବା

ପାଇଁ ନିମନ୍ତ୍ରଣ କରାଯାଇଥିଲେ ମଧ୍ୟ କୌଣସି ଜଣେ ବି ଅଧିକାରୀ ନ ପହଞ୍ଚିବା ସତରେ କଣ ଏମାନଙ୍କର ଶିକ୍ଷାପ୍ରୀତି ନାହିଁ ବୋଲି ଅଭିଭାବକ ମହଲରେ ଆଲୋଚନା ହେଉଥିଲା ।ସେହିପରି ବିକାଶମୂଳକ କାର୍ଯ୍ୟ ପ୍ରତି ଅଗ୍ରାଧିକାର ଦେଇ ଆସୁଥିବା ବିନିକା ଏନଏସି ଅଧ୍ୟକ୍ଷ ଓ ବ୍ଲକ ଅଧ୍ୟକ୍ଷା ମଧ୍ୟ ଉକ୍ତ ଉତ୍ସବ ପାଳନରେ ଅନୁପସ୍ଥିତ ରହିବା ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଥିଲା ।ତେବେ ସେ ଯାହା ବି ହେଉ ବିଲୁପ୍ତ ତାରାପୁର ଗଡର ଐତିହାସିକ କିମ୍ବଦନ୍ତୀକୁ ମନେ ପକାଇବା ପାଇଁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରୁଥିବା ଆଦର୍ଶ ଅନୁଷ୍ଠାନ ତାରାପୁର ଉତ୍ସବ ପାଳନ କରିଥିବାରୁ ସବୁ ମହଲରେ ସ୍ଵାଗତ କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like