-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଅକ୍ଷି ମୁଠି ଅନୁକୂଳ ସହ ବଲାଙ୍ଗିର ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ପାଳିତ 

23-Apr-2023



ବଲାଙ୍ଗିର (ଦେବାଶିଷ ବହିଦାର ): ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ସ୍ଥାନୀୟ ଲର୍କିପାଲି ସ୍ଥିତ ରାଜେନ୍ଦ୍ର ଏକ୍ସପେରିମେଣ୍ଟାଲ କୃଷି ଫାର୍ମ ଠାରେ ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ତଥା ଅକ୍ଷି ମୁଠି ଅନୁକୂଳ ପର୍ବ ପାଳିତ   ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ  ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଧର ଧରୁଆ ପୌରୋହିତ୍ୟ କରି  ଭୂମିପୂଜନ ଓ ପାରମ୍ପାରିକ ପୂଜାର୍ଚନା ପରେ କ୍ଷେତ ରେ ଅକ୍ଷି

ମୁଠି ଅନୁକୂଳ କରିଥିଲେ । ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭା ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ ଉପସ୍ଥିତ ଚାଷୀ ମାନଙ୍କୁ କୃଷକ ଦିବସର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହ ଚାଷୀ ମାନେ ଯେପରି ଆହୁରି ଜାଗ୍ରତ ଓ ଉଦ୍ୟମୀ ହୋଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । କୃଷି ଓ କୃଷକ ସଶକ୍ତିକରଣ ନିମନ୍ତେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଚାଷୀ ମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ । କୃଷି ଭିତ୍ତିକ ଉଦ୍ୟୋଗ ମାଧ୍ୟମରେ ଉଦ୍ୟୋଗୀ ଚାଷୀ ମାନେ ସୁଯୋଗ ନେବା ସହ ଅର୍ଥନୈତିକ ଅଭିବୃଦ୍ଧି ରେ ସହାୟକ ହେବାକୁ ସେ ପରାମର୍ଶ ଦେଇଥିଲେ ।  କୃଷି ତଥା ଆନୁସାଙ୍ଗିକ  କୃଷି କ୍ଷେତ୍ରରେ ଆଗୁଆ ଚାଷୀର ସ୍ଵତନ୍ତ୍ରତା ପାଇଁ କୃଷି ବିଭାଗ,ବଲାଙ୍ଗିର ଦ୍ୱାରା ଚାରି ଜଣ ଅଗ୍ରଣୀ ଚାଷୀ,  କୃଷି କ୍ଷେତ୍ର ରେ ଶ୍ରୀମତୀ ମିତା ରାଉତ, ଲର୍କିପାଲି, ବଲାଙ୍ଗିର, ଉଦ୍ୟାନ କୃଷି କ୍ଷେତ୍ରରେ, ଶ୍ରୀ ହରିବନ୍ଧୁ ରାଉତ, କାଲିଝରନ, ଗ୍ରା ପ.ବଇଦୀପାଲି, ବଲାଙ୍ଗିର , ମାଛ ଚାଷ ନିମନ୍ତେ   ଶ୍ରୀ ସୁରେଶ ପାଲ ପଧାନ, ସରଗାଡ, ଗ୍ରା ପ. ବଡଙ୍ଗୋମୁଣ୍ଡ। , ବ୍ଲକ ଗୁଡଭେଲା, ପ୍ରାଣୀ ସମ୍ପଦରେ ଶ୍ରୀ ପ୍ରସନ୍ନ କୁମାର ପଟେଲ ବାରପୁଡୁଗିଆ , ବଲାଙ୍ଗିର ଙ୍କୁ ସଚେତନତା ସଭାରେ ସମ୍ମାନିତ କରାଯାଇ ପ୍ରମାଣ ପତ୍ର

ପ୍ରଦାନ କରାଯାଇଥିଲା । ଏହା ସହ ଆଠ ଜଣ ଚାଷୀଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟ  କାର୍ଡ ବଣ୍ଟନ କରାଯାଇଥିଲା । ସଚେତନତା ସଭାରେ  ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, ସୁବାସ ଚନ୍ଦ୍ର ବେହେରା, ଅକ୍ଷୟ ତୃତୀୟା ର ମାହାତ୍ମ୍ୟ, ବିହନ ଓ ସାରର ସଦୁପଯୋଗ ତଥା ସଠିକ ଭାବରେ ଚାଷୀଙ୍କୁ ଡ଼ିବିଟି ମାଧ୍ୟମରେ  ଯୋଗାଇ ଦିଆଯିବା ଉପରେ ଆଲୋଚନା କରିଥିଲେ। ଏହି କାର୍ଯକ୍ରମରେ ଅତିରିକ୍ତ ମତ୍ସ୍ୟ ଅଧିକାରୀ ଉମେଶ ଚନ୍ଦ୍ର ବେହେରା , ଜିଲ୍ଲା ଉଦ୍ୟାନ କୃଷି ଅଧିକାରୀ ପ୍ରଫୁଲ୍ଲ କୁମାର ଭଞ୍ଜ, ଜଳଛାୟା ଅତିରିକ୍ତ ପ୍ରକଳ୍ପ ଅଧିକାରୀ କଳ୍ପବଟ ବେହେରା , କୃଷି ବିଜ୍ଞାନ   କେନ୍ଦ୍ରର ବରିଷ୍ଠ  ତଥା ମୁଖ୍ୟ ବୈଜ୍ଞାନିକ ସତ୍ୟମୟ ଶତପଥୀ,  ନିର୍ବାହୀ ଯନ୍ତୀ କୃଷି ବିଭାଗ ଇଂ ଲାସା ମୁର୍ମୁ , ଉପ ନିବନ୍ଧକ ସମବାୟ , ଦମୟନ୍ତୀ ସିଂ, ଡିଡିଏମ ନାବାର୍ଡ ଭିବେକ କୁମାର ନାଏକ ପ୍ରମୁଖ ଉପସ୍ଥିତ ଚାଷୀ ମାନଙ୍କୁ  ବିଭାଗୀୟ କାର୍ଯ୍ୟକ୍ରମ  ତଥା ଚାଷୀ ମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନ କରିଥିଲେ । ଏଥିରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଶତାଧିକ ଚାଷୀ ଯୋଗଦେଇଥିଲେ । ବ୍ଲକ କୃଷି ଅଧିକାରୀ ଜଗବନ୍ଧୁ ପଟେଲ  କାର୍ଯକ୍ରମ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବ୍ଲକ କୃଷି ଅଧିକାରୀ  ସୁଧାକର ନନ୍ଦ, ସୁନନ୍ଦା ସାହୁ , ସହକାରୀ କୃଷି ଅଧିକାରୀ  ସୁଜାତା ଚ୍ଛତ୍ରିଆ, କୃଷି ଅଧିକାରୀ ସବିତା ପାଣିଗ୍ରାହୀ, ସୁଜାତା ପାତ୍ର ପ୍ରମୁଖ ବିଭାଗୀୟ କର୍ମକର୍ତ୍ତା ମାନେ  ଯୋଗଦେଇଥିଲେ । ପରେ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ  ଧରୁଆ ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷା ଯାନ ପରିଦର୍ଶନ କରିବା ସହ ମୃତ୍ତିକା ପରୀକ୍ଷା ସମ୍ପର୍କରେ ମୃତ୍ତିକା ରସାୟନବିତଙ୍କୁ ମୃତ୍ତିକା ପରୀକ୍ଷା ସମ୍ପର୍କରେ ପଚାରିବୁଝିଥିଲେ ଓ  ଏ ସମ୍ପର୍କରେ ଚାଷୀ ମାନଙ୍କ ମଧ୍ୟରେ ବ୍ୟାପକ ସଚେତନ କରିବାକୁ ପରାମର୍ଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like