-+91-9937148622 |
prerana_bgr@rediffmail.com |
Saturday 11th July 2026 |
R.N.I. Regd No. ODIODI/2010/46693
Breaking News
24-Apr-2023
ସମ୍ବଲପୁର(ସଂଜୀବ ପାଣିଗ୍ରାହୀ)
ସମ୍ବଲପୁରରେ ମୋବାଇଲ ଇଣ୍ଟରନେଟ୍ ସେବା ଉପଲବ୍ଧ ହୋଇଛି I ଦୀର୍ଘ ୧୦ଦିନ ପରେ ଜିଲ୍ଲାରେ ଇଣ୍ଟରନେଟ୍ ସେବା ସ୍ୱାଭାବିକ ହୋଇଛି I ପୂର୍ବରୁ ବ୍ରଜବ୍ୟାଣ୍ଡ ଓ ଲିଜଲାଇନ୍ ସେବା ଉପଲବ୍ଧ ରହିଥିଲା I ଗତ ୧୩ ତାରିଖରୁ ଇଣ୍ଟନେଟ୍ ସେବା ବନ୍ଦ ଥିଲା I ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ଉପରକୁ ପଥରମାଡ଼ ଘଟଣା ପରେ ଇଣ୍ଟନେଟ୍ ସେବା ବନ୍ଦ ରହିଥିଲା I ଗତ ଶୁକ୍ରବାରଠାରୁ ସରକାର ସମସ୍ତ ଲିଜ୍ଲାଇନ୍ ଓ ବ୍ରଡ୍ବ୍ୟାଣ୍ଡ ଇଣ୍ଟର୍ନେଟ୍ ସେବାକୁ କଟକଣା ମୁକ୍ତ କରି ଦେଇଛନ୍ତି। ଅର୍ଥାତ୍ ଲିଜ୍ଲାଇନ୍ ଓ ବ୍ରଡ୍ବ୍ୟାଣ୍ଡ ସଂଯୋଗ ଥିବା ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ଶୁକ୍ରବାରଠାରୁ ୨୪ ଘଣ୍ଟିଆ ଇଣ୍ଟର୍ନେଟ୍ ପାଇଛନ୍ତି I ହେଲେ ମୋବାଇଲ୍ ଇଣ୍ଟର୍ନେଟ୍ ସେବା ଆଜି ଆରମ୍ଭ ହୋଇଛି I