-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||     

HOME   ରାଜ୍ୟ

କେନ୍ଦ୍ର ର ନୂଆ କୃଷିଆଇନ ପ୍ରତ୍ୟାହାର ନେଇ ଭୁବନେଶ୍ୱର ରେ ବନ୍ଦ ପାଳନ

08-Dec-2020



ଭୁବନେଶ୍ୱର,(ଶୁଭାଶିଷ ନାୟକ): କେନ୍ଦ୍ରର ନୂଆ କୃଷି ଆଇନ୍ ପ୍ରତ୍ୟାହାର ଦାବିରେ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି। ତେବେ ରାଜଧାନୀ ଭୁବନେଶ୍ଵରରେ ଏହାର ପ୍ରଭାବ ସକାଳୁ ହିଁ ଦେଖିବାକୁ ମିଳିଛି। ସବୁ ମୁଖ୍ୟ ରାସ୍ତା ଅବରୋଧ କରାଯାଇଥିବା ବେଳେ ହଜାର ହଜାର ଲୋକ ରୁଣ୍ଡ ହୋଇ ଏହି ନୂତନ କୃଷି ଆଇନ ବିରୋଧରେ ନାରାବାଜି ଦେଉଛନ୍ତି। ତେବେ ରାଜଧାନୀ ସମେତ ରାଉରକେଲା ଓ ରାଜ୍ୟର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀ ସକାଳୁ ରାସ୍ତାକୁ ଓହ୍ଲାଇ ଆସିଲେଣି। ତେବେ ଏହାର ପ୍ରଭାବ ସନ୍ଧ୍ୟା ୬ଟା ଯାଏ ରହିବ। 
କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଓ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ଯ ଏହାକୁ ସମର୍ଥନ ଜଣାଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ନିରଞ୍ଜନ ପଟ୍ଟନାୟକ କହିଛନ୍ତି ଯେ, କୃଷକଙ୍କୁ ଶୋଷଣ କରିବା ପାଇଁ ଏହି ନୂତନ ଆଇନ ପ୍ରଣୟନ କରାଯାଇଛି। ବିଜେଡି ଆନ୍ଦୋଳନକୁ ଆସିନଥିବା ବେଳେ ନିରଞ୍ଜନ କହିଛନ୍ତି ଯେ, ବିଜେଡି ମଧ୍ଯ ବିଜେପିକୁ ସମର୍ଥନ କରୁଛନ୍ତି। ଏନେଇ ଆଜି ରାମମନ୍ଦିରରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ପର୍ଯ୍ୟନ୍ତ ଆଜି ଏକ ବାଇକ ରାଲି କରିଛି କଂଗ୍ରେସ। ସେହିପରି ବିଧାୟକ ସୁରେଶ ରାଉତରାୟ କହିଛନ୍ତି ଯେ, ଏହି ଆଇନ ହେଉଛି ଗୋଟିଏ କଳା ଆଇନ। କୃଷକଙ୍କ ତଣ୍ଟି ଚିପି ଏହି ଆଇନ କୁ ପ୍ରଣୟନ କରାଯାଇଛି। ସେ ଆହୁରି ମଧ୍ୟ କହିଛନ୍ତି, ଏହି ଆନ୍ଦୋଳନର ପ୍ରଭାବ ସରକାରଙ୍କ ଉପରେ ପଡିବ ଏବଂ ଏହି କୃଷି ବିରୋଧୀ ଆଇନ ନିଶ୍ଚିତ ଭାବରେ ପ୍ରତ୍ୟାହାର ହେବ। 
ବିଭିନ୍ନ ଆନ୍ଦୋଳନର ପେଣ୍ଠସ୍ଥଳ ପାଲଟିଥିବା ମାଷ୍ଟର କ୍ୟାଣ୍ଟିନ୍ ଛକ ନିକଟରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ଆନ୍ଦୋଳନକାରୀ। ବିଶେଷ କରି କଂଗ୍ରେସ, ସିପିଆଇ, ଏଆଇଟିୟୁସି ଭଳି ରାଜନୈତିକ ଦଳ ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ଏଥିପାଇଁ ମାଷ୍ଟର କ୍ୟାଣ୍ଟିନ୍ ସମେତ ଅନେକ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଏଥିପାଇଁ ରାଜଧାନୀରେ ଅଟୋ ଚଳାଚଳ, ମୋ ବସ ସେବା ବନ୍ଦ ରଖାଯାଇଛି। ସମସ୍ତ ସରକାରୀ ଦପ୍ତର ମଧ୍ଯ ରହିଛି। କିନ୍ତୁ ଜରୁରୀକାଳୀନ ସେବା ଜାରି ରହିଛି। ତେବେ ମାଷ୍ଟର କ୍ୟାଣ୍ଟିନ୍ ଛକ ସମେତ ରେଳଷ୍ଟେସନ, ଏଜି ଛକ, ବରମୁଣ୍ଡା ଆଦି ସ୍ଥାନରେ ଆନ୍ଦୋଳନ କରାଯାଇଥିବା ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026

You Might Also Like